Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯାଜପୁର ରୋଡ୍ : ଉପ-କାରାଗାରରେ ବିଚାରାଧୀନ କଏଦୀଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ
  • ||
  • ଢେଙ୍କାନାଳ : ଜଙ୍ଗଲୀ ଜନ୍ତୁକୁ ମାରି ମାଂସ ଭାଗବଣ୍ଟା କଲେ, ଭାଗ ଛିଡିଲାନି ବୋଲି ଜଣଙ୍କୁ ମାରିଦେଲେ, ଅଭିଯୁକ୍ତ ଫେରାର
  • ||
  • ଚଣ୍ଡିଖୋଲ : କ୍ୟାବିନରୁ ୨ଶହ ଲିଟର ଡିଜେଲ ଜବତ, ଜଣେ ଗିରଫ
  • ||
  • ପଟ୍ଟାମୁଣ୍ଡାଇ : ନଦୀରେ ଭାସୁଛି କୁମ୍ଭୀରର ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଭଦ୍ରକ : ଗାଁ ମୁହାଁ ହାତୀ ପଲ, ଭୟଭୀତ ଗ୍ରାମବାସୀ, ପଡିଲା ତାଟି କବାଟ
  • ||
  • ମନ୍ଦିର ନିକଟରେ ପଡିଛି ଅଜଣା ଯୁବକ ମୃତଦେହ, ହତ୍ୟା ନା ଆଉ କିଛି ?
  • ||
  • କମୁଛି ମୃତ୍ୟୁସଂଖ୍ୟା : ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୩୮ ଜଣଙ୍କ ଜୀବନ
  • ||
  • କମୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୨୯୫୭ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ଅମାନବୀୟ : ଗୋଡାଇବାରୁ କୁକୁରକୁ ହତ୍ୟା, ଜଣେ ଗିରଫ
  • ||
  • ସ୍ନାନ ପୂର୍ଣ୍ଣିମା ପାଇଁ ପୁରୀରେ ୧୪୪ ଧାରା, ଆସନ୍ତାକାଲି ରାତି ୧୦ଟାରୁ ୨୫ ତାରିଖ ଭୋର ୨ଟା ପର୍ଯ୍ୟନ୍ତ କଟକଣା ଲାଗୁ
  • ||

ରାତିରେ ଶୋଇଥିବା ବେଳେ ହତ୍ୟା ଉଦ୍ୟମ, ଦମ୍ପତିଙ୍କ ତଣ୍ଟି କାଟିଲେ ଅଜଣା ଦୁର୍ବୃତ୍ତ

4/07/2020 at 4:09 PM

ଢେଙ୍କାନାଳ୪/୭: ଢ଼େଙ୍କାନାଳ ଜୋରନ୍ଦା ଖଙ୍କର ଗାଁରେ ଚାଞ୍ଚଲ୍ୟକର ଘଟଣା ଘଟିଛି। ସ୍ବାମୀ-ସ୍ତ୍ରୀଙ୍କ ତଣ୍ଟିକାଟି ହତ୍ୟା କରିବାକୁ ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣା ପରେ ଗୁରୁତର ଅବସ୍ଥାରେ ଉଭୟଙ୍କୁ କଟକ ଏସ୍‌ସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଗୁରୁତର ହେଲେ ଖଙ୍କର ଗ୍ରାମର ଅଭିମନ୍ୟୁ ବାରିକ ଏବଂ ତାଙ୍କ  ପତ୍ନୀ ବନିତା ବାରିକ। କେହି ଜଣେ ଧାରୁଆ ଅସ୍ତ୍ରରେ ଉଭୟଙ୍କ ତଣ୍ଟିକାଟି ହତ୍ୟା କରିବାକୁ ଚେଷ୍ଟା କରୁଥିଲା। ସେ କହିଁକି ଦୁହିଁଙ୍କୁ ହତ୍ୟା କରିବାକୁ ଉଦ୍ୟମ କରୁଥିଲା, ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନାହିଁ।

ରାତିରେ ଶୋଇଥିବା ଅବସ୍ଥାରେ କେହି ଜଣେ ଘରେ ପଶି ସ୍ବାମୀ-ସ୍ତ୍ରୀଙ୍କ ହତ୍ୟା କରିବାକୁ ଉଦ୍ୟମ କରିଥିଲ। ସେମାନେ ଚିତ୍କାର କରିବାରୁ ସ୍ଥାନୀୟ ଲୋକେ ଦୌଡି ଆସିଥିଲେ। ଯାହାଫଳରେ ଦୁର୍ବୃତ୍ତ ଘଟଣସ୍ଥଳରୁ ଫେରାର ହୋଇଯାଇଥିଲା। ଗୁରୁତର ଅବସ୍ଥାରେ ପ୍ରଥମେ ଦୁହିଁଙ୍କୁ ଢ଼େଙ୍କାନାଳ ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଅଧିକ ଖରାପ ହେବାରୁ ଦୁହିଁଙ୍କୁ କଟକ ଏସ୍‌ସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ବର୍ତ୍ତମାନ ଘଟଣାସ୍ଥଳରେ ଗନ୍ଦିଆଥାନା ପୋଲିସ୍ ପହଁଞ୍ଚି ତଦନ୍ତ ଆରମ୍ଭ କରିଛି।

   Related Posts