Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ବିପଦ ସଂକେତ ଉପରେ ଜଳକା, ଉପକୂଳିଆ ଲୋକେ ଆତଙ୍କିତ, ଚାଷୀଙ୍କ ମନରେ ଛନକା

22/09/2021 at 8:21 AM

ଜଳେଶ୍ୱର ୨୨/୯: ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଜଳକା ନଦୀ । ଶହ ଶହ ହେକ୍ଟର ଚାଷଜମି ଏବଂ ଗାଁମଧ୍ୟରେ ପଶିଛି ବନ୍ୟାପାଣି । ନଦୀର ମଥାନୀ ଠାରେ ବିପଦ ସଂକେତ ୫.୫୦ ମିଟର ପ୍ରବାହିତ ହେଉଛି । ଗତ ୧୧ ତାରିଖରୁ ବସ୍ତା ଅଞ୍ଚଳରେ ବର୍ଷା ଲାଗି ରହିଛି ।

ନଦୀର ଉପର ମୁଣ୍ଡ ମୟୁରଭଞ୍ଜ ଜିଲ୍ଲାର ସୁଳିଆପଦା, ମୋରଡା, ତିତ୍ରଡା, ରାସଗୋବିନ୍ଦପୁର ଅଞ୍ଚଳରେ ବର୍ଷା ହେବା କାରଣରୁ ବଢୁଛି ନଦୀର ଜଳସ୍ତର । ତେବେ ଜଳସ୍ତର ବୃଦ୍ଧି ପାଉଥିବାରୁ ବନ୍ୟା ଦେଖା ଦେଇଛି । ବନ୍ୟାଯୋଗୁଁ ବସ୍ତା ବ୍ଲକର ୧୨ ଟି ପଞ୍ଚାୟତ ପତ୍ରଝଡ଼ା, ସଦାନନ୍ଦ ପୁର, ବାହାର୍ଦା, ମଥାନୀ, ଦୁଧହଂସା, ରାଉତପଡା, ଗଡପଦା, କୁଡିଆ, ବାସିଚକୁରାଇ, ଦରଡା, ବ୍ରାହ୍ମଣଦା, ବରୁଣଗଡିଆ ଏବଂ ସଦର ବ୍ଲକର 2ଟି ପଞ୍ଚାୟତ ରସୁଲପୁର ଏବଂ ଶ୍ରୀରାମପୁର ପଞ୍ଚାୟତ ପ୍ରଭାବିତ ହେବାର ସମ୍ଭାବନା ରହିଛି ।

ସେହିଭଳି ବାହାରଦା ପଂଚାୟତର ୧୦ରୁ ଅଧିକ ଗ୍ରାମରେ ପାଣି ପଶିଛି । ବସ୍ତା ଅଗ୍ନିଶମ ବିଭାଗ ଦ୍ଵାରା ତଳିଆ ଅଂଚଳର ଲୋକମାନଙ୍କୁ ଉଦ୍ଧାର କରାଯାଉଛି ।

   Related Posts