ଭୁବନେଶ୍ୱର, ୨୬/୦୯: ଗୋପାଳପୁରର ନିକଟତର ହେଉଛି ବାତ୍ୟା ଗୁଲାବ । ପାଣିପାଗ ବିଭାଗର ଅପଡେଟ ଅନୁସାରେ ଗୋପାଳପୁର ଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗକୁ ୧ ଶହ କିଲୋମିଟର ଦୂରରେ ରହିଛି । ଆଜି ସନ୍ଧ୍ୟା ଅର୍ଥାତ ୮ଟାରୁ ଆରମ୍ଭ ହେବ ଲ୍ୟାଣ୍ଡଫଲ ପ୍ରକ୍ରିୟା । ମଧ୍ୟରାତ୍ର ସୁଦ୍ଧା ଲଣ୍ଡଫଲ ପକ୍ରିୟା ଶେଷ ହୋଇଯାଇପାରେ।
ସେହିପରି କଳିଙ୍ଗପଟନମର ପୂର୍ବ ଓ ଉତ୍ତର ପୂର୍ବ ଦିଗକୁ ୧୦୫ କିଲୋମିଟର ଦୂରରେ ରହିଛି । ଘଣ୍ଟାପ୍ରତି ୨୪ କିଲୋମିଟର ବେଗରେ ଗତି କରୁଛି ବାତ୍ୟା ଗୁଲାବ । କାଲିଙ୍ଗପାଟନମ୍ ଏବଂ ଗୋପାଳପୁର ମଧ୍ୟରେ ଅତିକ୍ରମ କରିବାର ସମ୍ଭାବନା ରହିଛି । ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ତାଜା ବୁଲେଟିନ ମୁତାବକ, ସନ୍ଧ୍ୟା ସମୟରେ ଆରମ୍ଭ ହେବ ‘ବାତ୍ୟା ଗୁଲାବ’ର ଲ୍ୟାଣ୍ଡଫଲ ପ୍ରକ୍ରିୟା । ଲ୍ୟାଣ୍ଡଫଲ ପ୍ରଭାବରେ ପବନର ବେଗ ୭୫ରୁ ୮୫ କିଲୋମିଟର ରହିବ । ସମୟ ସମୟରେ ୯୫ କିଲୋମିଟର ବେଗରେ ଝଟକା ଅନୁଭୂତ ହେବ ।
ଏହାର ପ୍ରଭାବରୁ ଗଜପତି ଓ ଗଂଜାମ ଉପରେ ପବନର ବେଗ ଅଧିକ ରହିବ । ଗୋପାଳପୁର ବନ୍ଦର ପାଇଁ ବିପଦ ସଂକେତ ୭, ପୁରୀ ପାଇଁ ବିପଦ ସଂକେତ ୬ ଓ ପାରାଦ୍ୱୀପ ଏବଂ ଧାମରା ବନ୍ଦର ଗୁଡିକ ପାଇଁ ବିପଦ ସଂକେତ ୩ ଜାରି କାରାଯାଇଛି ।