ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକ ଲାଗି ନୀତି ; ୪ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

Published By : Prameya-News7 Bureau | January 09, 2019 IST

ପୁରୀ ୯|୧: ପୁରୀ  ଶ୍ରୀମନ୍ଦିରରେ ଆଜି ୪ ଘଣ୍ଟା ପାଇଁ ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ। ବନକଲାଗି ନୀତି ଅନୁଷ୍ଠିତ ହେଉଥିବାରୁ ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।  ଦ୍ବିତୀୟ ଭୋଗ ମଣ୍ଡପ ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ ବୋଲି ସୂଚନା ମିଳିଛି ।  ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଜୟବିଜୟ ଦ୍ବାର ବନ୍ଦ କରାଯାଇ ନୀତି କରାଯିବ । ଦ୍ବିପ୍ରହର ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ତିଆରି ପ୍ରସାଧାନରେ ଶ୍ରୀବିଗ୍ରହଙ୍କ ଶୃଙ୍ଗାର କରାଯିବ। ଯାହାକୁ ଦତ୍ତମହାପାତ୍ର ସେବକ ତିଆରି କରିଥାନ୍ତି । ୪ଘଣ୍ଟା ଦର୍ଶନ ବନ୍ଦ ହେତୁ ଶ୍ରଦ୍ଧାଳୁମାନେ ନିରାଶ ହେବେ ବୋଲି ଅଶଙ୍କା କରାଯାଉଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.