Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ : ଟ୍ରାଭେଲ୍ସ ବିଲ୍ ମାମଲାରେ ପାଠକ ବାପା-ପୁଅଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ
  • ||
  • ଚଣ୍ଡିଖୋଲ : ପେଟ୍ରୋଲ ପମ୍ପ୍ କର୍ମଚାରୀଙ୍କୁ ଗୁଳିମାଡ, ଦୁଇ ଆହତ
  • ||
  • ଚଣ୍ଡିଖୋଲ : ପୃଥକ ପୃଥକ ଦୁର୍ଘଟଣାରେ ଦୁଇ ମୃତ, ଜଣେ ଗୁରୁତର
  • ||
  • ଭୁବନେଶ୍ବର : ବିଧାନସଭା ବାଚସ୍ପତିଙ୍କ ସହ ମନ୍ତ୍ରୀ ଓ ବିଧାୟକ ନେଲେ କରୋନା ଟିକା
  • ||
  • କଟକ : ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା, CBI ତଦନ୍ତ ଶିଥିଳତା ମାମଲାରେ ପୂର୍ଣ୍ଣଚ୍ଛେଦ ଟାଣିଲେ ହାଇକୋର୍ଟ
  • ||
  • ବଲାଙ୍ଗୀର : ବସ୍ ଧକ୍କାରେ ଶିକ୍ଷକଙ୍କ ମୃତ୍ୟୁ, NH ଅବରୋଧ କଲେ ସ୍ଥାନୀୟ ଲୋକ
  • ||
  • ବୌଦ୍ଧ : ସମ୍ପତ୍ତି ପାଇଁ ଭାଇ ହେଲା ବଇରୀ, ରକ୍ତ ସମ୍ପର୍କକୁ ଭୁଲି ମାରି ପୋଡିଦେଲେ ସାନ ଭାଇକୁ
  • ||
  • ନୟାଗଡ : ଗ୍ରାମବାସୀଙ୍କ ମାଡରେ ଲୁଟେରା ମୃତ ! ଚେନ୍ ଲୁଟ୍ ଉଦ୍ୟମ ବେଳେ ଧରି ଛେଚିଥିଲେ ଲୋକେ
  • ||
  • ମଣ୍ଡିରେ ବିକ୍ରି ହେଉନି ଧାନ, ପ୍ରତିବାଦରେ ରାସ୍ତାରୋକ କଲେ ଚାଷୀ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୬ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||

ଭିଜିଲାନ୍ସ ଜାଲରେ ଡାଟା ଏଣ୍ଟ୍ରି ଅପରେଟର, ୧୦ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡିଲେ

3/09/2020 at 3:53 PM

ଜଗତସିଂହପୁର ୩।୯: ଭିଜିଲାନ୍ସ ହାତରେ ଜଗତସିଂହପୁର ଜିଲ୍ଲା ଡ୍ରଗ୍ ଇନ୍ସପେକ୍ଟର ଅଫିସର ଡାଟା ଏଣ୍ଟ୍ରି ଅପରେଟର । ଡ୍ରଗ୍ ଲାଇସେନ୍ସ କରାଇଦେବାକୁ ୧୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କଟକ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ଡାଟା ଏଣ୍ଟ୍ରି ଅପରେଟର ହେଲେ ତପନ କୁମାର ସେଠୀ ।

ସୂଚନା ଅନୁସାରେ ସ୍ଥାନୀୟ ତରଡା ପଡ଼ା ଅଞ୍ଚଳର ଜଣେ ଯୁବକଙ୍କୁ ଡ୍ରଗ୍ ଲାଇସେନ୍ସ କରାଇ ଦେବାକୁ ତପନ ୧୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ମାତ୍ର ସମ୍ପୃକ୍ତ ଯୁବକ ଜଣଙ୍କ ୧୦ ହଜାର ଟଙ୍କା ଦେବା ପାଇଁ ରାଜି ହୋଇଥିଲେ । ଏହି ଘଟଣାକୁ ନେଇ ସମ୍ପୃକ୍ତ ଯୁବକ ଜଣଙ୍କ କଟକ ଭିଜିଲାନ୍ସର ଦ୍ବାରସ୍ଥ ହୋଇଥିଲେ ।

ପୂର୍ବ ପ୍ରସ୍ତୁତି ଅନୁସାରେ ଗୁରୁବାର ସମ୍ପୃକ୍ତ ଯୁବକ ଜଣଙ୍କ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଦାବି ମୁତାବକ ଟଙ୍କା ଦେବା ସମୟରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା । ସେଠାରୁ ଡାଟା ଏଣ୍ଟ୍ରି ଅପରେଟର ତପନ ସେଠୀଙ୍କୁ ଗିରଫ କରିଥିଲେ ।

   Related Posts