ଓଡିଶାରେ ଦିନବେଳା ଲାଗୁ ହେବ କର୍ଫ୍ୟୁ ! ଅନୁଧ୍ୟାନ କରୁଛନ୍ତି ରାଜ୍ୟ ସରକାର

Published By : Prameya-News7 Bureau | April 04, 2021 IST

ଭୁବନେଶ୍ୱର,୦୪/୦୪ :   ରାଜ୍ୟରେ ପୁଣି ଫେରିବ କର୍ଫ୍ୟୁ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ଏପରି କଠୋର ନିଷ୍ପତ୍ତି ନେଇପାରନ୍ତି । ଏନେଇ ବିଚାର ବିମର୍ଶ ଓ ଅନୁଧ୍ୟାନ ଚାଲିଥିବା କହିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ।

ଓଡିଶାରେ ପୁଣି କରୋନା ଭାଇରସ କାୟା ମେଲାଇଛି । ଦୈନିକ ୪୦୦ରୁ ଅଧିକ ମାମଲା ସାମ୍ନାକୁ ଆସୁଛି । ଏପରିକି ୧୦ ଜିଲ୍ଲାରେ ନାଇଟ୍ କର୍ଫ୍ୟୁ ଲାଗୁ ହୋଇସାରିଲାଣି । ଯାହା ୫ ତାରିଖରୁ କାର୍ଯ୍ୟକ୍ଷମ ହେବ । ଏପରିକି ରାଜ୍ୟରେ ଡେ କର୍ଫ୍ୟୁ ମଧ୍ୟ ଲାଗୁ ହୋଇପାରେ । ଦିନ ବେଳା କଟକଣାକୁ ଆହୁରି କଡାକଡି କରାଯିବ । ସଂକ୍ରମଣ ଯେଉଁ ସ୍ଥାନରେ ବଢୁଛି ସେଠାରେ କର୍ଫ୍ୟୁ ଲାଗୁ ହେବାନେଇ ବିଚାର ଚାଲିଛି । ଏନେଇ ରାଜ୍ୟ ସରକାର ଅନୁଧ୍ୟାନ କରୁଥିବା କହିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ।

wp:embed {"url":"https://www.youtube.com/embed/aWPMYafghYI","type":"rich","providerNameSlug":"embed-handler","responsive":true,"className":"wp-embed-aspect-16-9 wp-has-aspect-ratio"}
https://www.youtube.com/embed/aWPMYafghYI
/wp:embed

ଶନିବାର ୧୦ ଜିଲ୍ଲା​‌ରେ ନାଇଟ୍‌ କର୍ଫ୍ୟୁ ଲାଗୁହେବା ନେଇ ଘୋଷଣା କରାଯାଇଥିଲା । ୧୦ ଜିଲ୍ଲା ସୁନ୍ଦରଗଡ, ବଲାଙ୍ଗିର, ନୂଆପଡା, ସମ୍ବଲପୁର, ଝାରସୁଗୁଡା, କଳାହାଣ୍ଡି, ନବରଙ୍ଗୁପର, କୋରାପୁଟ, ମାଲକାନାଗିରି ଏବଂ ବରଗଡ ଜିଲ୍ଲାରେ ନାଇଟ କର୍ଫ୍ୟୁ ଲାଗୁ ହୋଇଥିଲା । ରାତି ୧୦ଟାରୁ ଭୋର ୫ ଟା ଯାଏଁ ରାଜ୍ୟର ଏହି ୧୦ ଜିଲ୍ଲାରେ ନାଇଟ କର୍ଫ୍ୟୁ ଲାଗୁହେବ । ଆସନ୍ତା ଏପ୍ରିଲ ୫ ତାରିଖରୁ ଏହି ନିୟମ ଲାଗୁ ହେବା ନେଇ ସୂଚନା ମିଳିଛି । ତେବେ ନାଇଟ କର୍ଫ୍ୟୁ ବେଳେ ଜରୁରୀ ସେବା ଚାଲୁ ରହିବ ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୨୬୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୦୮୫ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୭୬୩୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୧୫୯୯୨୯ ସାମ୍ପୁଲ ଟେଷ୍ଟ୍ ହୋଇଛି । ଓ

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.