ଆପାର୍ଟମେଣ୍ଟରୁ ମିଳିଲା ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ

Published By : Prameya-News7 Bureau | November 14, 2019 IST

ପୁରୀ ୧୪।୧୧:  ପୁରୀ ଜିଲ୍ଲା ବ୍ରହ୍ମଗିରି ରାସ୍ତାର କୋରୁଅ ଛକରେ ଥିବା ଏକ ଆପାର୍ଟମେଣ୍ଟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ହତ୍ୟା କରାଯାଇଥିବା ପୋଲିସ ସନ୍ଦେହ କରୁଛି  । ଘଟଣାସ୍ଥଳରେ ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

{"id":183701,"sizeSlug":"large"}

ସୂଚନାଯୋଗ୍ୟ ଯେ, ବ୍ରହ୍ମଗିରି ରାସ୍ତାର କୋରୁଅ ଛକରେ ଥିବା ଆପାର୍ଟମେଣ୍ଟର କୋଠରୀରୁ ଜଣେ ଯୁବକଙ୍କ ମୃତଦେହ ମିଳିଛି । ମୃତ ଯୁବକ ସଦର ଥାନା କଣ୍ଠପୁର ଗାଁର ଟୁଲୁ ବିଶ୍ବାଳ ବୋଲି ଜଣାପଡିଛି । ଟୁଲୁଙ୍କୁ ଦୁର୍ବୁତ୍ତମାନେ ସଂଘବଦ୍ଧ ଭାବେ ଆକ୍ରମଣ କରି ହତ୍ୟା କରିଥିବା ସନ୍ଦେହ କରାଯାଉଛି ।

{"id":183712,"sizeSlug":"large"}

ଯୁବକଙ୍କ ଶରୀରରେ ଏକାଧିକ କ୍ଷତ ଚିହ୍ନ ରହିଛି । ତାଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିବା ଜଣାପଡିଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ପୁରୀ ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇଛି । ଘଟଣାସ୍ଥଳରେ ଫରେନସିକ୍ ଟିମ୍ ମଧ୍ୟ ପହଞ୍ଚିଛି । ପୋଲିସ ଘଟଣାର ଅଧିକ ତଦନ୍ତ ଜାରି ରଖିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.