Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାଗ୍‌ଚି ଦମ୍ପତ୍ତିଙ୍କୁ ପ୍ରଶଂସା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ବରରେ କ୍ୟାନସର ହସ୍ପିଟାଲ ଏବଂ କେୟାର ସେଣ୍ଟର ପାଇଁ ସୁବ୍ରତୋ-ସୁସ୍ମିତା ଦେବେ ୪୩୦ କୋଟି ଟଙ୍କା
  • ||
  • ହସ୍ପିଟାଲରୁ ଡିସ୍‌ଚାର୍ଜ ହେଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ମାର୍ଚ୍ଚ ୩୦ରେ ହୋଇଥିଲା ବାଇପାସ୍‌ ସର୍ଜରୀ
  • ||
  • ପାଟଣା : ଭାରସାମ୍ୟ ହରାଇ ବ୍ରିଜ୍ ଉପରୁ ୨୦ଫୁଟ ତଳକୁ ଖସିଲା ବାଇକ୍, ୨ ଗୁରୁତର
  • ||
  • ନୀଳଗିିରି : ବିଦ୍ୟୁତ ବିଲ୍ ବୃଦ୍ଧି ପ୍ରତିବାଦରେ ସିପିଆଇର ରାସ୍ତାରୋକ
  • ||
  • ଢେଙ୍କାନାଳ : ମାଛ ଧରିବାକୁ ଯାଇ ନଦୀରେ ବୁଡିଗଲେ ମାଛ ଧରାଳି, ଚାଲିଗଲା ଜୀବନ
  • ||
  • ଭୁବନେଶ୍ବର : ଖରା ପାଇଁ ପାନୀୟ ଜଳ ବିଭାଗର ଛୁଟି ବାତିଲ
  • ||
  • ୨ ବିଶ୍ୱବିଦ୍ୟାଳୟରେ ନୂଆ କୁଳପତି, ରାଜଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ
  • ||
  • ଭୁବନେଶ୍ବର : ଡାକ୍ତରଖାନା ପାଇଁ କୋଭିଡ୍ ଗାଇଡ୍‌ଲାଇନ୍, ଆବଶ୍ୟକତା ନଥିଲେ ସଂକ୍ରମିତଙ୍କୁ ଆଡମିଶନ ମନା
  • ||
  • ସରିଲା ରାଜ୍ୟ କ୍ୟାବିନେଟ୍‌ ବୈଠକ, ୯ଟି ପ୍ରସ୍ତାବ ଉପରେ ବାଜିଲା ମୋହର
  • ||
  • ଭୁବନେଶ୍ବର : BMCର ପେଡ୍ କ୍ବାରେଣ୍ଟାଇନ୍ ବ୍ୟବସ୍ଥା, ନନ୍ ଏସି ୧୦୯୯ ଓ ଏସି ରୁମ୍ ୧୪୯୯ ଟଙ୍କା
  • ||

ଯୁବତୀଙ୍କୁ ଦୁଷ୍କର୍ମପରେ ହତ୍ୟା କରି ଜଙ୍ଗଲରେ ଫିଙ୍ଗିଦେଲେ ! ୩ ଅଟକ…

18/10/2019 at 8:45 PM

ରେଢାଖୋଲ୧୮|୧୦: ସମ୍ବଲପୁର ଜିଲ୍ଲା ରେଢାଖୋଲ ଉପଖଣ୍ଡ କିସିଣ୍ଡା ଥାନା ଅନ୍ତର୍ଗତ ଗଇଲି ମୁଣ୍ଡା ଗାଁ ନଦୀଖଣ୍ଡି ଜଙ୍ଗଲରୁ ଜଣେ ଯୁବତୀଙ୍କ ମୃତ ଦେହ ଜବତ ହୋଇଛି । ମୃତ ଯୁବତୀଙ୍କ ବୟସ ୧୬ରୁ ୧୮ ବର୍ଷ ମଧ୍ୟରେ ହେବ । ସେ ଗୋଟେ ଚେକ୍‌ ଟପ ପିନ୍ଧିଥିବାବେଳେ ଗୋଟିଏ ମେରୁନ ପ୍ୟାଣ୍ଟ ପିନ୍ଧିଛନ୍ତି ।

ପାଖରେ କିଛି ଔଷଧ ଷ୍ଟ୍ରିପ୍‌ ପଡିଥିବା ମଧ୍ୟ ଦେଖିବାକୁ ମିଳିଛି । ପାରିପାର୍ଶ୍ବିକ ପରିସ୍ଥିତିରୁ ଜଣାପଡୁଛି ଯେ, ଯୁବତୀଙ୍କ ସହ ଦୁଷ୍କର୍ମ ପରେ ତାଙ୍କୁ ହତ୍ୟା କରାଯାଇଛି । କିସିଣ୍ଡା ପୋଲିସ ମୃତ ଦେହକୁ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି ।

ଶବ ବ୍ୟବଚ୍ଛେଦ ରିପୋର୍ଟ ହସ୍ତଗତ ହେଲାପରେ ସମସ୍ତ ଘଟଣା ସ୍ପଷ୍ଟ ହେବ ବୋଲି ପୋଲିସ କହିଛି । ତେବେ ଫଟାମୁଣ୍ଡା ଗାଁର ୩ଜଣ ଯୁବକଙ୍କୁ ପୋଲିସ ତୁରନ୍ତ ଅଟକ ରଖି ଘଟଣାର ଖୋଳ ତାଡ ଚଳାଇଛି ।

   Related Posts