ଭାସୁଥିବା ଅବସ୍ଥାରେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

Published By : Prameya-News7 Bureau | May 16, 2019 IST

ଟିଟିଲାଗଡ ୧୬|୫: ପୋଖରୀ ଭିତରୁ ଅବସରପ୍ରାପ୍ତ ରେଲୱେ କର୍ମଚାରୀଙ୍କ ମୃତଦେହ ଉଦ୍ଧାର । ମୃତକ ହେଲେ ଟିଟିଲାଗଡ ମାଲଗୋଦାମ ପଡାରେ ଥିବା ତୁଲସିପାଟ କଲୋନିର ପି. ଚିତି ବାବୁ । ଆଜି ସକାଳେ ସ୍ଥାନୀୟ ଲୋକେ ପୋଖରୀରେ ମୃତଦେହ ଭାସୁଥିବା ଦେଖି ପୋଲିସ ଓ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଅଗ୍ନିଶମ ବିଭାଗ ପହଞ୍ଚି ମୃତଦେହ ଉଦ୍ଧାର କରି ଟିଟିଲାଗଡ ପୋଲିସକୁ ହସ୍ତାନ୍ତର କରିଛି । ତେବେ ଏହା ହତ୍ୟା ନା ଆତ୍ମହତ୍ୟା ତାହା ଜଣାପଡିନଥିବା ବେଳେ ପୋଲିସ ଅଧିକ ତଦନ୍ତ ଜାରି ରଖିଛି ।  

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.