ଛେଳି ଚରାଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ, ପଡିଆରୁ ମିଳିଲା ରକ୍ତ ଜୁଡୁବୁଡୁ ମୃତଦେହ

Published By : Prameya-News7 Bureau | December 08, 2020 IST

ଚଣ୍ଡୀଖୋଲ ୦୮/୧୨ : ଯାଜପୁର ଜିଲ୍ଲା ଜେନାପୁର ଥାନା ଅନ୍ତର୍ଗତ ମର୍ଜୀତାପୁର ଗାଁରେ ଜଣେ ବୃଦ୍ଧଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ମୃତକ ବୃଦ୍ଧ ହେଉଛନ୍ତି ସେହି ଗାଁର ଜଳଧର ଜେନା । ସେ ଛେଳି ଚରାଇବାକୁ ନିକଟସ୍ଥ ପଡିଆକୁ ଯାଇଥିଲେ । ତେବେ ଦୀର୍ଘ ସମୟ ଧରି ନଫେରିବାରୁ ପରିବାର ଲୋକେ ଖୋଜାଖୋଜି କରିଥିଲେ । ବହୁ ଖୋଜାଖୋଜି କରିବା ପରେ ନିକଟସ୍ଥ ପଡିଆରେ ଜଳଧରଙ୍କ ରକ୍ତ ଜୁଡୁବୁଡୁ ମୃତ ଦେହ ଠାବ କରିଥିଲେ । ତାଙ୍କୁ କେହି ଦୁର୍ବୃତ୍ତ ହତ୍ୟା କରି ଫେରାର ହୋଇଯାଇଥିବା ଅଭିଯୋଗ ହୋଇଛି ।

ତେବେ ସେଠାରେ ତାଙ୍କୁ କେହି ହତ୍ୟା କରିଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ । ଖବର ପାଇ ଜେନାପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଛି । ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ ଘଟିଥାଇପାରେ ବୋଲି ସନ୍ଦେହ କରାଯାଉଛି । ତେବେ ଜେନାପୁର ପୋଲିସ ଶବକ ପୋଷ୍ଟମର୍ଟମ ପାଇଁ ପଠାଇବା ସହିତ ଘଟଣାର ଅଧିକ ତଦନ୍ତ ଚଳାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.