Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ନକଲି ଘିଅ କାରଖାନାରେ ରେଡ୍‌, ମାଲିକ ଫେରାର
  • ||
  • ବିଧାନସଭା ଆଗରେ ମାଆ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ସ୍ପଷ୍ଟୀକରଣ ରଖିଲା ଜଗତସିଂହପୁର ପୋଲିସ
  • ||
  • ଲିଭର ପ୍ରତ୍ୟାରୋପଣ ପାଇଁ ସମ୍‌ ହସ୍ପିଟାଲ ଓ ଏସିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ଗ୍ୟାଷ୍ଟ୍ରୋଏନଟେରୋଲୋଜି (ଏଆଇଜି ) ମଧ୍ୟରେ ବୁଝାମଣା ସ୍ଵାକ୍ଷରିତ
  • ||
  • ଆନ୍ଦୋଳନରତ କୃଷକଙ୍କୁ ଗୃହ ମନ୍ତ୍ରୀ ଶାହାଙ୍କ ସନ୍ଦେଶ, ସରକାର ଆପଣଙ୍କ ଦାବି ଓ ସମସ୍ୟା ଉପରେ ଆଲୋଚନା କରିବାକୁ ପ୍ରସ୍ତୁତ
  • ||
  • ଡିସେମ୍ବର ମାସ ପାଇଁ ଗାଇଡ୍‌ ଲାଇନ୍ ଜାରି କଲେ ରାଜ୍ୟ ସରକାର
  • ||
  • ଭାଇ ହେଲା ଭଗାରୀ: ଜମିବାଡି ଲୋଭରେ ନିଜ ରକ୍ତ ସଂପର୍କର ଭାଇ-ପୁତୁରାକୁ ଦେଲା ହାଣି
  • ||
  • ଅଭୟକାନ୍ତଙ୍କ ଲିଙ୍କ୍‌ର ଖୋଳତାଡ଼: ସମସ୍ତଙ୍କୁ ଯିବ ନୋଟିସ୍, କିଏ ବଫାଦାର- କିଏ ଗଡ଼ ଫାଦର?
  • ||
  • ପରୀ ହତ୍ୟା ମାମଲା: ଅରୁଣ ବୋଥ୍ରାଙ୍କ ନେତୃତ୍ବରେ ୫ ଜଣିଆ ଏସ୍‌ଆଇଟି ଟିମ୍‌ ଗଠିତ, ହାଇକୋର୍ଟଙ୍କୁ ଅବଗତ କଲେ ସରକାର
  • ||
  • ସୋର : ବେଙ୍ଗାଲୁରୁରୁ ଲୁଟ୍ ହୋଇଥିବା ୪ଲକ୍ଷ ଟଙ୍କା ମିଳିଲା ଚାଉଳ ଡବାରୁ
  • ||
  • ତେଲକୋଇ : ମଞ୍ଚାରେ ଶୋଇଥିବା ବେଳେ ଲାଗିଗଲା ନିଆଁ, ପୋଡି ହୋଇ ମହିଳା ଗୁରୁତର
  • ||

ରେଳ ଲାଇନ୍ କଡରୁ ଅଚିହ୍ନା ଯୁବତୀଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?

10/11/2019 at 12:15 PM

ଜଗତସିଂହପୁର ୧୦।୧୧: ଜଗତସିଂହପୁର  ଜିଲ୍ଲା ତିର୍ତ୍ତୋଲ ଥାନା ଅନ୍ତର୍ଗତ କଟକ-ପାରାଦୀପ ରେଳପଥ ନିକଟରୁ ଜଣେ ଯୁବତୀଙ୍କ ମୃତଦେହ ଠାବ ହୋଇଛି । ମୃତ ଯୁବତୀଙ୍କ ପରିଚୟ ମିଳିନାହିଁ । ଘଟଣାସ୍ଥଳରେ ସ୍ଥାନୀୟ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ତିର୍ତ୍ତୋଲ ଥାନା ଅନ୍ତର୍ଗତ କଟକ-ପାରାଦୀପ ରେଳପଥ ବନ୍ଧବାଟୀ ଲେବୁଲ କ୍ରସିଂ ନିକଟରେ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି । ରେଳଧାରଣା କଡରେ ପଡିଥିବା ଯୁବତୀଙ୍କ ପରିଚୟ ଅସ୍ପଷ୍ଟ ରହିଛି । ଯୁବତୀଙ୍କ  ବୟସ ପ୍ରାୟ ୨୦ବର୍ଷ  ହୋଇଥିବା ସୂଚନା ମିଳିଛି ।  ଯୁବତୀଙ୍କ ମୃତଦେହ ପାଖରେ ମୋବାଇଲ ଫୋନ୍, ମନି ପର୍ସ, ରେଳ ଟିକେଟ୍ ଓ ଚପଲ ପଡିଥିବା ଦେଖିବାକୁ ମିଳିଛି । ରେଳଧାରଣା ମଝିରେ ମୁହଁମାଡି ପଡିଥିବା ଯୁବତୀର ମୁହଁରେ ଓଢଣୀ ଗୁଡ଼େଇ ହୋଇ ରହିଛି ।

ଯୁବତୀ ଜଣଙ୍କ ଟ୍ରେନ୍‌ରୁ ଖସିପଡି କିମ୍ବା ତାକୁ କେହି ହତ୍ୟାକରି ଫିଙ୍ଗିଦେଇଥିବା ସନ୍ଦେହ କରାଯାଉଛି । ଗତକାଲି ରାତିରେ କିମ୍ବା ସକାଳୁ ଘଟିଛି ତାହା ସ୍ପଷ୍ଟ ଜଣାପଡୁନାହିଁ । ଯୁବତୀଙ୍କ ମୃତଦେହ ପଡିଥିବା ଦେଖି ଘଟଣାସ୍ଥଳରେ ସ୍ଥାନୀୟଲୋକଙ୍କ ଭିଡ ଜମିଥିଲା । ଖବରପାଇ ଘଟଣାସ୍ଥଳରେ ସ୍ଥାନୀୟ ପୋଲିସ ପହଞ୍ଚିଥିଲେ, କିନ୍ତୁ  ରେଳବାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିନଥିବାରୁ ତଦନ୍ତ ବିଳମ୍ବ ହେଉଥିବାର ସୂଚନା ମିଳିଛି ।

   Related Posts