Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସରିଲାନି ଆର୍ଯ୍ୟନ ଖାନ୍‌ଙ୍କ ଜାମିନ୍‌ ଆବେଦନର ଶୁଣାଣି, ଆସନ୍ତାକାଲିକୁ ସ୍ଥଗିତ ରଖିଲେ କୋର୍ଟ
  • ||
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

୧୧ ପ୍ରତିଶତ ବଢିଲା ମହଙ୍ଗା ଭତ୍ତା, ଉପକୃତ ହେବେ ସରକାରୀ କର୍ମଚାରୀ ଓ ପେନସନଭୋଗୀ

8/10/2021 at 12:03 PM

ଭୁବନେଶ୍ବର ୮।୧୦: ସରକାରୀ କର୍ମଚାରୀଙ୍କୁ ପୂଜା ଭେଟି ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହଙ୍ଗା ଭତ୍ତା ବୃଦ୍ଧି ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ପୂଜା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଦିନ ରାଜ୍ୟ ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀଙ୍କ ପାଇଁ ୧୧ ପ୍ରତିଶତ ମହଙ୍ଗା ଘୋଷଣା କରିଛନ୍ତି। ଏହି ଘୋଷଣା ଫଳରେ ରାଜ୍ୟର ୪ ଲକ୍ଷ କର୍ମଚାରୀ ଓ ସାଢେ ୩ ଲକ୍ଷ ପେନସନ୍ ଭୋଗୀ ଉପକୃତ ହେବେ ।

ବର୍ତ୍ତମାନ ମହଙ୍ଗା ଭତ୍ତା ୧୭ ପ୍ରତିଶତରୁ ବୃଦ୍ଧି ହୋଇ ୨୮ ପ୍ରତିଶତରେ ପହଞ୍ଚିଲା । ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଜୁଲାଇରୁ ପିଛିଲା ଭାବରେ ୧୧ ପ୍ରତିଶତ ମହଙ୍ଗା ଭତ୍ତା ଲାଗୁ ହେବ ଓ ଏହା ଅକ୍ଟୋବରରୁ ମିଳିବ । ବକେୟା ୩ ମାସର ବର୍ଦ୍ଧିତ ଭତ୍ତା ମଧ୍ୟ ନଗଦ ଆକାରରେ ମିଳିବ ।

   Related Posts