Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ! ସମିତି ସଭ୍ୟାଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ
  • ||
  • ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଲେ ଧରମ ଭାଇ ! ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||
  • ଖୋଲିଲା ଶିମିଳିପାଳ, ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର
  • ||
  • ଆଉ ନାହାଁନ୍ତି ପଦ୍ମଶ୍ରୀ ଶାନ୍ତିଦେବୀ, ୮୮ ବର୍ଷ ବୟସରେ ପରଲୋକ
  • ||
  • କଥକ ସମ୍ରାଟ ବିରଜୁ ମହାରାଜଙ୍କ ପରଲୋକ, ୮୩ ବର୍ଷ ବୟସରେ ଦେହାନ୍ତ
  • ||
  • ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ : ସୋମବାରଠୁ ଦାଖଲ ହେବ ପ୍ରାର୍ଥୀପତ୍ର, କରୋନା କଟକଣାରେ ସରିବ ପୁରା ପ୍ରକ୍ରିୟା
  • ||

ନିରାଡମ୍ବର ଭାବେ ବିଜୁବାବୁଙ୍କ ଶ୍ରାଦ୍ଧ ଦିବସ ପାଳିଲେ ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳ

17/04/2020 at 3:05 PM

ଭଦ୍ରକ ୧୭।୪: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୩ତମ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି । କରୋନାର କଟକଣା ପାଇଁ ନିରାଡମ୍ବର ଭାବେ ସମସ୍ତେ ପାଳନ କରୁଛନ୍ତି ବିଜୁ ବାବୁଙ୍କ ଶ୍ରାଦ୍ଧ ଦିବସ । ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳ ମଧ୍ୟ ନିରାଡମ୍ବର ଭାବେ ବିଜୁ ବାବୁଙ୍କ ଶ୍ରାଦ୍ଧ ଦିବସ ପାଳନ କରିଛନ୍ତି ।

ଭଦ୍ରକ ସହରର ବାଇପାସ୍ ସ୍ଥିତ ବାସଭବନରେ ଏହି ଶ୍ରାଦ୍ଧ ଦିବସ ପାଳନ କରିଛନ୍ତି ସାଂସଦ। ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ ଓ ସାଂସଦ ମଞ୍ଜୁଲତା ମଣ୍ଡଳ ବିଜୁ ବାବୁଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । କରୋନାର ନିୟମକୁ ମାନି ମାସ୍କ ପିନ୍ଧି ସାମାଜିକ ଦୂରତା ନିୟମ ଅବଲମ୍ବନ ପୂର୍ବକ ଶ୍ରାଦ୍ଧ ଦିବସ ପାଳନ କରିଛନ୍ତି ।

ଏହି ଅବସରରେ କରୋନାର କଟକଣାକୁ ନଜରରେ ରଖି କୌଣସି ଲୋକ କିମ୍ବା ବିଜୁ ପ୍ରେମୀଙ୍କ ସମାଗମ ଯେମିତି ନହେବ ସେଥିପାଇଁ ସାଂସଦ ସମସ୍ତଙ୍କୁ ଅନୁରୋଧ କରିଥିଲେ । ଲକ୍ ଡାଉନ୍ ନିୟମ ମାନିବା ସହ ମୁହଁରେ ମାସ୍କ ପିନ୍ଧିବା, ସର୍ବସାଧାରଣ ସ୍ଥାନରେ ଛେପ ନପକାଇବା ଓ ସାମାଜିକ ଦୂରତ୍ବ ନିୟମ ମାନିବା ପାଇଁ ସମସ୍ତଙ୍କୁ ଅନୁରୋଧ କରିଛନ୍ତି ସାଂସଦ ।

   Related Posts