ତପ୍ତପାଣି ଘାଟିରେ ବସ୍ ଦୁର୍ଘଟଣା : ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି, ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ସହାୟତା

Published By : Prameya-News7 Bureau | January 29, 2020 IST

ବ୍ରହ୍ମପୁର ୨୯।୧: ଗଞ୍ଜାମ ତପ୍ତପାଣି ଘାଟିରେ ମର୍ମନ୍ତୁଦ ବସ୍ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି ପାଇଛି । ୩୦ରୁ ଅଧିକ ଆହତ ହୋଇଛନ୍ତି । ଘଟଣାସ୍ଥଳରୁ ସମସ୍ତଙ୍କୁ ଉଦ୍ଧାର କରାଯାଇଛି । ଆହତମାନଙ୍କୁ ଦିଗପହଣ୍ଡି ଓ ବ୍ରହ୍ମପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

{"id":217250,"sizeSlug":"large"}

ସେପଟେ ବସ୍ ଦୁର୍ଘଟଣା ପରେ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୃତ ବ୍ୟକ୍ତିଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ସହାୟତା ରାଶି ଦିଆଯିବ ।

{"id":138707,"sizeSlug":"large"}

ଅନ୍ୟପଟେ ଘଟଣା ଉପରେ ନଜର ରଖିଥିବା ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା କହିଛନ୍ତି । ଆହତଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରାଯିବା ସହିତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଗ୍ୟାସ୍ କଟର ଲଗାଇ ଚାପି ହୋଇଥିବା ଆହତଙ୍କୁ ବାହାର କରାଯାଉଛି । ସେହିପରି ଘଟଣାର ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି ମନ୍ତ୍ରୀ ।

{"id":217251,"sizeSlug":"large"}

ସୂଚନାଯୋଗ୍ୟ ଯେ, ଗଞ୍ଜାମ ଜିଲ୍ଲା ତପ୍ତପାଣି ଘାଟି ପାଳୁଖୋଳା ଗାଁ ନିକଟ ବ୍ରିଜ୍ ତଳକୁ ଓଲଟି ପଡିଥିଲା ବସ୍ । ଦୁର୍ଘଟଣାରେ ୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୦ରୁ ଅଧିକ ଆହତ ହୋଇଛନ୍ତି । ହସ୍ପିଟାଲରେ ୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ହୋଇଛି । ବସ୍ ତଳେ କିଛି ଲୋକ ଫସି ରହିଥିବା ଲୋକଙ୍କୁ ଉଦ୍ଧାର କରାଯାଇଛି । ୨୦ ଆହତଙ୍କୁ ବ୍ରହ୍ମପୁର ବଡ଼ ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା । ସେହିପରି ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

{"id":217252,"sizeSlug":"large"}

ଘଟଣାସ୍ଥଳରେ ୪ଟି ଅଗ୍ନିଶମ ବାହିନୀ ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଅଛନ୍ତି । ମୋହନା, ସାନଖେମୁଣ୍ଡି, ଦିଗପହଣ୍ଡି ଓ ବ୍ରହ୍ମପୁରର ଅଗ୍ନିଶମ ବାହିନୀ ନିୟୋଜିତ ହୋଇଛନ୍ତି । ୭ଟି ଦମକଳ ଗାଡି ଉଦ୍ଧାର କାର୍ଯ୍ୟରେ ଲାଗିଥିଲା । କ୍ରେନ୍ ଓ କଟର ସାହାଯ୍ୟରେ ଉଦ୍ଧାର କାର୍ଯ୍ୟ କରାଯାଇଛି । ଦୁଇ ଜଣ ମୃତକଙ୍କ ପରିଚୟ ମିଳିଛି । ସେମାନେ ହେଲେ ଝୁନୁ ବେହେରା ଓ ବିଦ୍ୟୁତ ନାୟକ । ଜଣଙ୍କ ଘର ବରଗଡ ଓ ଅନ୍ୟଜଣଙ୍କ ଘର ରାୟଗଡାରେ ।

{"id":217254,"sizeSlug":"large"}

ଆହତମାନଙ୍କୁ ଦିଗପହଣ୍ଡି ଓ ଗୁରୁତରଙ୍କୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଉଛି । ବ୍ରହ୍ମପୁର ଏମକେସିଜିରେ ୧୬ ଜଣ ଭର୍ତ୍ତି ହୋଇଛନ୍ତି । ମାରୁତି ନାମକ ବସଟି ରାୟଗଡାରୁ ବ୍ରହ୍ମପୁର ଅଭିମୁଖେ ଆସୁଥିବା ବେଳେ ଘାଟି ଉପରୁ ତଳକୁ ଖସିପଡିଥିଲା । ବସରେ ୫୦ରୁ ଅଧିକ ଯାତ୍ରୀ ଥିଲେ । ଆହତଙ୍କ ମଧ୍ୟରେ ଅନେକ ଶିଶୁ ଓ ମହିଳା ଅଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.