ଆଜିଠାରୁ ଶ୍ରୀମନ୍ଦିରରେ ଦେବ ଦୀପାବଳୀ ନୀତି

Published By : Prameya-News7 Bureau | December 03, 2021 IST

ପୁରୀ ୩।୧୨: ଆଜିଠାରୁ ଶ୍ରୀମନ୍ଦିରରେ ଦେବ ଦୀପାବଳୀ ନୀତି ଅନୁଷ୍ଠିତ ହେବ ।  ମାର୍ଗଶୀର ମାସ ଶୁକ୍ଳପକ୍ଷ ଚତୁର୍ଦ୍ଦଶୀ ତିଥିରେ ଅର୍ଥାତ ଆଜି ତିନିଦିନିଆ ଦେବ ଦୀପାବଳୀ ନୀତି ଆରମ୍ଭ ହେବ। ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ପ୍ରତିପଦ ତିନି ଦିନ ଧରି ଏହା ଅନୁଷ୍ଠିତ ହେବ। ଏହି ଅବସରରେ ମହାପ୍ରଭୁ ପିତୃପୁରୁଷଙ୍କୁ ପିଣ୍ଡଦାନ କରିବେ। ତେବେ ମହାପ୍ରଭୁ ଶ୍ରାଦ୍ଧ ବେଶରେ ପିତୃପୁରୁଷଙ୍କୁ ପିଣ୍ଡଦାନ କରିବେ। ଭକ୍ତଙ୍କୁ ଶ୍ରାଦ୍ଧ ବେଶରେ ଦର୍ଶନ ଦେବେ ମହାପ୍ରଭୁ। ଏହି ଅବସରରେ ତିନି ଠାକୁର ଶ୍ବେତ ବସ୍ତ୍ର ପରିଧାନ କରିବେ। ଠାକୁରଙ୍କୁ ସ୍ବର୍ଣ୍ଣ ଅଳଙ୍କାରରେ ବିଭୂଷିତ କରାଯିବ। ପୂଜାପଣ୍ଡା ସେବାୟତମାନେ ପିଣ୍ଡଦାନ କରିବେ। ଶ୍ରାଦ୍ଧ ନୀତି ସରିବା ପରେ ମନ୍ଦିର ଚୂଡ଼ାକୁ ମହାଦୀପ ଉଠିବ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.