ନିକୋ ପାର୍କର ହେବ ନବକଳେବର, ୩ଟି ପର୍ଯ୍ୟାୟରେ ଖର୍ଚ୍ଚ ହେବ ୬ ଶହ କୋଟିରୁ ଅଧିକ ଟଙ୍କା

NEWS7
defense-minister-rajnath-singh-went-ladakh

ଭୁବନେଶ୍ବର ୧।୧:ନୂଆବର୍ଷରେ ରାଜଧାନୀ ଭୁବନେଶ୍ବରରେ ଥିବା ନିକୋ ପାର୍କର ହେବ ନବକଳେବର । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ୩ଟି ପର୍ଯ୍ୟାୟରେ ୨ ଶହ କୋଟି ଲେଖାଏଁ ମୋଟ ୬ ଶହ କୋଟି ଟଙ୍କା ଖର୍ଚ୍ଚ ହେବ । ପିଲାଙ୍କ ମନୋରଞ୍ଜନ ପାଇଁ କାର୍ଯ୍ୟକ୍ରମ କରାଯିବ । ଏହା ଭିତରେ ମାର୍କେଟ୍ କମ୍ପ୍ଲେକ୍ସ ଓ ଫୁଡ଼୍ କୋର୍ଟ ନିର୍ମାଣ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି ।

ଉଲ୍ଲେଖଯୋଗ୍ୟ ଯେ, ଦୀର୍ଘ ୭ ମାସ ପୂର୍ବେ ଭୁବନେଶ୍ବର ନିକୋ ପାର୍କ ଜୋନର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପରାମର୍ଶ ଦେଇଥିଲେ । ଲେକ୍ ଜୋନ୍ର ୩.୨୬୦ କିଲୋମିଟର ଅଞ୍ଚଳକୁ ବିଶ୍ବସ୍ତରୀୟ ଆକର୍ଷଣୀୟ କେନ୍ଦ୍ର ଭାବରେ ବିକଶିତ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ସୌନ୍ଦର୍ଯ୍ୟକରଣ ସହିତ ଆଲୋକୀକରଣ, ସାଇକେଲ ଟ୍ରାକ୍, ଆୟୁର୍ବେଦିକ ପାର୍କ, ଫୁଟ୍ ଓଭରବ୍ରିଜ୍ ଭଳି ଆଧୁନିକ ସୁବିଧା ଯୋଗାଇବାର ଲକ୍ଷ୍ୟ ରଖାଯାଇଛି ।