Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଣ୍ଡଳିରୁ ଭାସି ଯାଇଛି ହାତୀ, ଠାବ ହୋଇପାରିନି ଅବସ୍ଥିତି
  • ||
  • ଅରିନ୍ଦମ ଦାସଙ୍କୁ ଶ୍ରଦ୍ଧାଞ୍ଜଳି, ଗୁରୁତରଙ୍କ ଆସୁ ଆରୋଗ୍ୟ କାମନା କରି ଭଦ୍ରକ ଜିଲ୍ଲା ସାମ୍ବାଦିକଙ୍କ କ୍ୟାଣ୍ଡେଲ ଶୋଭାଯାତ୍ରା
  • ||
  • ଉଦଳା : ନିଜେ ବିଷ ପିଇ ଦୁଇ ଶିଶୁ କନ୍ୟାଙ୍କୁ ପିଆଇଦେଲା, ଚିକିତ୍ସାଧିନ ଅବସ୍ଥାରେ ଚାଲିଗଲା ମା’ର ଜୀବନ
  • ||
  • କଟକ : ମୁଣ୍ଡଳୀରେ ବୋଟ୍ ଦୁର୍ଘଟଣାରେ ସମ୍ବାଦଦାତା ଅରିନ୍ଦମ୍ ଦାସଙ୍କ ଅକାଳ ବିୟୋଗ, ଗଜ ଉଦ୍ଧାର ଖବର ଆଣିବାକୁ ଓଡ୍ରାଫ୍ ଟିମ୍ ସହ ଯାଇଥିଲେ
  • ||
  • କଟକ : ମୁଣ୍ଡଳୀ ବ୍ୟାରେଜରେ ଫସିଥିବା ହାତୀକୁ ଉଦ୍ଧାର ବେଳେ ଓଲଟିଲା ଓଡ୍ରାଫ୍ ବୋଟ୍
  • ||
  • ଭୁବନେଶ୍ବର କୋର୍ଟ ପରିସର ୩ଦିନ ସିଲ୍, ଜୁଡିସିଆଲ୍ କର୍ମଚାରୀ ଓ ଆଇନଜୀବୀ କରୋନା ପଜିଟିଭ୍ ପରେ ପଦକ୍ଷେପ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୩୯ କୋଭିଡ୍ ପଜିଟିଭ୍
  • ||
  • ବିଜେପି ନେତା ଫଡନାଭୀସଙ୍କ ଶରଣରେ କଂଗ୍ରେସ ନେତା, କହିଲେ- ‘ଆମ ପ୍ରାର୍ଥୀଙ୍କୁ ଜିତିବାରେ ସାହାଯ୍ୟ କର’
  • ||
  • ଉପରମୁଣ୍ଡରେ ବର୍ଷା, ବଢୁଛି ହୀରାକୁଦର ଜଳସ୍ତର
  • ||

ଖୋଲିଲା ହଲ୍ ଓ ମଲ୍ଟିପ୍ଲେକ୍ସ, ବିବାହ ଭୋଜିରେ ୧୦୦ ଜଣଙ୍କୁ ଅନୁମତି

26/07/2021 at 7:27 AM

ନୂଆଦିଲ୍ଲୀ, ୨୬|୦୭ :  ରାଜଧାନୀ ଦିଲ୍ଲୀରେ ସୋମବାରଠୁ ଖୋଲିଛି ସିନେମା ହଲ, ଥିଏଟର ଓ ମଲ୍ଟିପ୍ଲେକ୍ସ । ୫୦ ପ୍ରତିଶତ ଦର୍ଶକଙ୍କୁ ନେଇ ଖୋଲିଲା ସିନେମା ହଲ। ସେହିପରି ବିବାହ ଉତ୍ସବ ଓ ଶେଷ କୃତ୍ୟ କାର୍ଯ୍ୟରେ ୧୦୦ ଜଣ ପର୍ଯ୍ୟନ୍ତ ଲୋକ ସାମିଲ ହେବାକୁ ଅନୁମତି ଦେଇଛନ୍ତି। ସେହିପରି ମେଟ୍ରୋ ଯାତ୍ରାରେ ମଧ୍ୟ କୋହଳ ହୋଇଛି।

୧୦୦ ପ୍ରତିଶତ କ୍ଷମତା ସହିତ ମେଟ୍ରୋ ଚାଲିବ ହେଲେ କୌଣସି ଯାତ୍ରୀ ଛିଡ଼ା ହୋଇ ଯାତ୍ରା କରିପାରିବେ ନାହିଁ। ସେହିପରି ଦିଲ୍ଲୀ ସରକାର ସର୍ତ୍ତ ମୂଳକ ଭାବେ ସ୍ପା ଖୋଲିବା ଅନୁମତି ଦେଇଛନ୍ତି। ତେବେ ସ୍ପାରେ କାମ କରୁଥିବା କର୍ମଚାରୀମାନେ ଦୁଇଟି ଡୋଜ ଟିକା ନେଇଥିବା ଜରୁରୀ ବୋଲି କୁହାଯାଇଛି।

ଆନ୍ତରାଜ୍ୟ ବସ୍ ଚଳାଚଳ ୧୦୦ ପ୍ରତିଶତ କ୍ଷମତା ସହିତ ହେବ। ଏଥିସହିତ ଦିଲ୍ଲୀରେ ପୂର୍ବ ପରି ସ୍କୁଲ, କଲେଜ, ଇନଷ୍ଟିଚ୍ୟୁଟ, ସାମାଜିକ, ରାଜନୈତିକ, ସ୍ପୋର୍ଟ୍ସ, ସାଂସ୍କୃତିକ, ଧାର୍ମିକ, ପର୍ବପର୍ବାଣୀ ଓ ମନୋରଞ୍ଜନ କାର୍ଯ୍ୟକ୍ରମକୁ ବାରଣ କରାଯାଇଛି।

   Related Posts