Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟି-୨୦ ବିଶ୍ବକପର ଧମାକାଦାର ଆରମ୍ଭ : PNGକୁ ୧୦ ଓ୍ବିକେଟରେ ହରାଇଲା ଓମାନ, କମାଲକଲେ ଭାରତୀୟ ବଂଶୋଦ୍ଭବ ଜତୀନ୍ଦର ସିଂହ
  • ||
  • ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ଜବତ ହେଲା ୨୦ ଲକ୍ଷ
  • ||
  • ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀଙ୍କ ଉତପାତ୍‌ ଜାରି, ୨ ଅଣ-କାଶ୍ମୀରୀଙ୍କୁ ନିର୍ମମ ହତ୍ୟା
  • ||
  • ବିସିସିଆଇ ନୂତନ କୋଚ୍ ଏବଂ ସପୋର୍ଟିଂ ଷ୍ଟାଫ ପାଇଁ ମଗାଇଲା ଆବେଦନ, ଏମିତି ରହିଛି ସର୍ତ୍ତ
  • ||
  • ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହେବ ବଜ୍ରପାତ, ୧୭ ଜିଲ୍ଲାକୁ ସତର୍କ ସୂଚନା
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||

ଆଜି ଇଣ୍ଡିଆନ୍ସ-କ୍ୟାପିଟାଲ୍ସ ଫାଇଟ୍ : ଦିଲ୍ଲୀ ବିପକ୍ଷ ଶେଷ ୫ ମ୍ୟାଚ୍‌ରେ ଅପରାଜେୟ ରହିଛି ମୁମ୍ବାଇ

20/04/2021 at 9:14 AM

ମୁମ୍ବାଇ, ୨୦/୦୪: ଆଇପିଏଲ୍‌-୨୦୨୧ର ୧୩ତମ ଲିଗ୍‌ ମୁକାବିଲାରେ ମୁହାଁମୁହିଁ ହେବେ ମୁମ୍ବାଇ ଇଣ୍ଡିଆନ୍ସ ଓ ଦିଲ୍ଲୀ କ୍ୟାପିଟାଲ୍ସ । ଉଭୟ ଦଳ ଇତି ମଧ୍ୟରେ ୨ଟି ଲେଖାଏଁ ମ୍ୟାଚ୍‌ ଜିତି ସାରିଛନ୍ତି । ଫଳରେ ଉଭୟ ଦଳ ମଧ୍ୟରେ ମଙ୍ଗଳବାର ଅସଲ ଶକ୍ତି ପରୀକ୍ଷା ହେବ ।

ମଙ୍ଗଳବାର ମୁମ୍ବାଇ ଇଣ୍ଡିଆନ୍ସର ପଲା ଭାରି ରହିବା ସ୍ୱାଭାବିକ । କିନ୍ତୁ ଦିଲ୍ଲୀ କ୍ୟାପିଟାଲ୍ସ ଦଳକୁ ହରାଇବା ଏତେ ସହଜ ହେବ ନାହିଁ । ଉଭୟ ଦଳ ମଧ୍ୟରେ ଅନୁଷ୍ଠିତ ଶେଷ ୫ଟି ଯାକ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ଦଳ ବିଜୟୀ ହୋଇଥିଲା । ଗତ ସିଜନରେ ଉଭୟ ଦଳ ପରସ୍ପରକୁ ୪ଥର ଭେଟିଥିଲେ । ସମସ୍ତ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ବିଜୟ ହାସଲ କରିଥିଲା । ଏଥର ଦିଲ୍ଲୀ କ୍ୟାପିଟାଲ୍ସ ପୂର୍ବ ପରାଜୟର ପ୍ରତିଶୋଧ ନେବାକୁ ଉଦ୍ୟମ କରିବ ।

ମୁମ୍ବାଇ ଇଣ୍ଡିଆନ୍ସ ଦଳରେ ପରିବର୍ତ୍ତନ ସମ୍ଭାବନା ନାହିଁ । ପ୍ରାୟତଃ ଶ୍ରେଷ୍ଠ ଏକାଦଶ ମିଳି ସାରିଛି । କ୍ୱିଣ୍ଟନ ଡି କକ୍‌ ଓ ରୋହିତ ଶର୍ମା ଓପନ କରିବେ । ମଧ୍ୟଭାଗ ସମ୍ଭାଳିବେ ସୂର୍ଯ୍ୟକୁମାର ଯାଦବ ଓ ଇଶାନ କିଷନ । ନିମ୍ନ ମଧ୍ୟଭାଗରେ କିରେନ ପୋଲାର୍ଡ, ହାର୍ଦ୍ଦିକ ପାଣ୍ଡ୍ୟା, କୃନାଲ୍‌ ପାଣ୍ଡ୍ୟା ରହିଛନ୍ତି । ଜଶପ୍ରୀତ ବୁମରା, ଟ୍ରେଣ୍ଟ ବୋଲ୍ଟ ଓ ରାହୁଲ ଚହର ବୋଲିଂ ବିଭାଗ ଦାୟିତ୍ୱରେ ରହିଛନ୍ତି । କେବଳ ତୃତୀୟ ପେସ୍‌ ବୋଲର ସ୍ଥାନକୁ ନେଇ ଦଳ ସାମାନ୍ୟ ଚିନ୍ତାରେ ରହିଛି । ସନରାଇଜର୍ସ ବିପକ୍ଷ ମ୍ୟାଚ୍‌ରେ ଆଡାମ ମିଲନେ ବ୍ୟୟବହୁଳ ସାବ୍ୟସ୍ତ ହୋଇଥିଲେ । ତାଙ୍କ ବଦଳରେ ନାଥାନ କଲ୍ଟର-ନାଇଲ ଖେଳିପାରନ୍ତି ।

ପଞ୍ଜାବ କିଙ୍ଗ୍‌ସ ବିପକ୍ଷରେ ଚମକପ୍ରଦ ବିଜୟ ପରେ ଦିଲ୍ଲୀ କ୍ୟାପିଟାଲ୍ସ ଦଳର ମନୋବଳ ଦ୍ୱିଗୁଣିତ ହୋଇଛି । ତଥାପି ମଧ୍ୟଭାଗ ବ୍ୟାଟିଂ ବିଭାଗ ସମସ୍ୟା ଦୂର ହୋଇନାହିଁ । ଦଳର ଦୁଇ ଅଭିଜ୍ଞ ବ୍ୟାଟ୍ସମ୍ୟାନ୍‌ ଅଜିଙ୍କ୍ୟ ରାହାଣେ ଓ ଷ୍ଟିଭେନ ସ୍ମିଥ୍‌ ଏପର୍ଯ୍ୟନ୍ତ ସଫଳ ହୋଇପାରି ନାହାନ୍ତି । ଉଭୟଙ୍କ ବିକଳ୍ପ ମିଳିବା ଅସମ୍ଭବ। ପରୋକ୍ଷ ଭାବେ ଦଳ ଦେଖିବାକୁ ଗଲେ ଅଧିନାୟକ ଶ୍ରେୟାସ ଆୟରଙ୍କ ଅନୁପସ୍ଥିତି ଅନୁଭବ କରୁଛି ।

ମଙ୍ଗଳବାର ରାହାଣେ ଏକାଦଶକୁ ଫେରିବା ଆଶା କରାଯାଉଛି । ସେହିପରି ଫିଟ୍‌ ହୋଇ ଅଭ୍ୟାସ ଆରମ୍ଭ କରିଥିବା ପେସ ବୋଲର ଆନରିଚ ନର୍ଜଙ୍କୁ ଏକାଦଶରେ ଦେଖିବାକୁ ମିଳିପାରେ । ଶିଖର ଧାୱନ ଓ ଜଶପ୍ରୀତ ବୁମରାହଙ୍କ ମଧ୍ୟରେ ଲଢେଇ ଦେଖିବାକୁ ମିଳିବ । ଫର୍ମରେ ଥିବା ଧାୱନ ଇତି ମଧ୍ୟରେ ୨ଟି ଅର୍ଦ୍ଧଶତକ ଅର୍ଜନ କରିସାରିଛନ୍ତି । ପଞ୍ଜାବ କିଙ୍ଗ୍‌ସ ବିପକ୍ଷରେ ୯୨ ରନ୍‌ର ଇନିଂସ ଖେଳି ସେ ଦଳକୁ ବିଜୟୀ କରାଇଥିଲେ । ଅନ୍ୟ ପଟରେ ବାମହାତି ବ୍ୟାଟ୍ସମ୍ୟାନଙ୍କ ବିପକ୍ଷରେ ବୁମରାଙ୍କ ପ୍ରଦର୍ଶନ ବେଶ୍‌ ଉନ୍ନତ ରହିଛି ।

   Related Posts