IPL 2024 : ଅରୁଣ ଜେଟ୍‌ଲୀ ଷ୍ଟାଡିୟମ୍‌ରେ ମୁହାଁମୁହିଁ ହେବେ ଦିଲ୍ଲୀ କ୍ୟାପିଟାଲ୍ସ-ରାଜସ୍ଥାନ ରୟାଲ୍ସ

Published By : Prameya-News7 Bureau | May 07, 2024 IST

ନୂଆଦିଲ୍ଲୀ ୦୬।୦୫ : ଆଇପିଏଲ୍‌ ୨୦୨୪ ।  ମଙ୍ଗଳବାର ଟୁର୍ଣ୍ଣାମେଣ୍ଟରେ ଖେଳାଯିବ ୫୬ ତମ ମ୍ୟାଚ୍‌ । ନୂଆଦିଲ୍ଲୀର ଅରୁଣ ଜେଟ୍‌ଲୀ ଷ୍ଟାଡିୟମ୍‌ରେ ମୁହାଁମୁହିଁ ହେବେ ଦିଲ୍ଲୀ କ୍ୟାପିଟାଲ୍ସ ଏବଂ ରାଜସ୍ଥାନ ରୟାଲ୍ସ । ରାତି ୭ଟା ୩୦ରେ ଖେଳାଯିବ ଏହି ମୁକାବିଲା । ପ୍ଲେ-ଅପ୍‌ ରେସ୍‌ ପାଇଁ ଦିଲ୍ଲୀ କ୍ୟାପିଟାଲକୁ ଏହି ମ୍ୟାଚ୍‌ରେ ବିଜୟୀ ଜରୁରୀ । ହେଲେ ଏତେ ସହଜରେ ରାସ୍ତା ଛାଡିବନି ରାଜସ୍ଥାନ । ପୂର୍ବରୁ ଏକପ୍ରକାର ପ୍ଲେ-ଅପ୍‌ ପାଇଁ କ୍ୱାଲିଫାଏ କରିସାରିଛି ରାଜସ୍ଥାନ ରୟାଲ୍ସ ।  

ବର୍ତ୍ତମାନ ସୁଦ୍ଧା ରାଜସ୍ଥାନ ରୟାଲ୍ସ ୧୦ଟି ମୁକାବିଲା ଖେଳିସାରିଛି । ଯେଉଁଥିରେ ୮ଟିରେ ବିଜୟୀ ହୋଇଥିବା ବେଳେ ୨ଟିରେ ପରାସ୍ତ ହୋଇଛି । ମୋଟ ୧୬ଅଙ୍କ ସହ ପଏଣ୍ଟ ଟେବୁଲ୍‌ର ୨ୟ ସ୍ଥାନରେ ରହିଛି ହାର୍ଦ୍ଦିକ ବାହିନୀ । ତେବେ ଦଳ ଏକପ୍ରକାର ପ୍ଲେ-ଅପ୍ରେ ନିଜକୁ କ୍ୱାଲିଫାଏ କରିସାରିଛି । ତଥାପି ଶେଷ ଚାରୋଟି ମ୍ୟାଚ୍‌ ଜିତି ଦଳ ଟୁର୍ଣ୍ଣାମେଣ୍ଟ ଶେଷ କରିବାକୁ ଟାର୍ଗେଟ ରଖିଛି । ଚଳିତ ଟୁର୍ଣ୍ଣାମେଣ୍ଟରେ ଦଳରେ ଷ୍ଟାର ଖେଳାଳି ଭରପୁର ରହିଛନ୍ତି । 

ସେପଟେ ପନ୍ଥଙ୍କ ନେତୃତ୍ୱାଧୀନ ଦିଲ୍ଲୀ କ୍ୟାପିଟାଲ୍ସ ଟିମ୍ ଏବେ ଯାଏଁ ୧୧ଟି ମୁକାବିଲା ଖେଳିସାରିଛି । ଯେଉଁଥିରେ ୫ଟିରେ ବିଜୟୀ ହୋଇଥିବା ୬ଟିରେ ପରାସ୍ତ ହୋଇଛି । ଦଳ ୧୦ ଅଙ୍କ ସହ ପଏଣ୍ଟ ଟେବୁଲ୍‌ରେ ୪ର୍ଥ ସ୍ଥାନରେ ରହିଛି । ଚଳିତ ଟୁର୍ଣ୍ଣାମେଣ୍ଟରେ ଏବେ ଚମତ୍କାର ଫର୍ମରେ ରହିଛି ଦିଲ୍ଲୀ କ୍ୟାପିଟାଲ୍ସ । ପୂର୍ବରୁ କିଛି ମ୍ୟାଚ୍‌ ହାରିଥିବା ବେଳେ ଭଲ କମ୍‌ବ୍ୟାକ୍‌ କରିଛି ଦିଲ୍ଲୀ କ୍ୟାପିଟାଲ୍ସ । ଯାହାଫଳରେ ନିଜକୁ ପ୍ଲେ-ଅପ୍‌ ରେସ୍‌ରେ ଜୀବିତ ରଖିଛି । ତେଣୁ ଆଜିର ମ୍ୟାଚ୍‌ରେ ଜବରଦସ୍ତ ଖେଳ ପ୍ରଦର୍ଶନର ଆଶା ରହିଛି । 

ସୂଚନାଯୋଗ୍ୟ ଯେ, ପଏଣ୍ଟ ଟେବୁଲ୍‌ର ଟପ୍‌ରେ ରହିଛି କୋଲକାତା ନାଇଟ୍‌ ରାଇଡର୍ସ । ଦଳ ଏବେ ଯାଏଁ ୧୧ଟି ମୁକାବିଲା ଖେଳିଛି । ଯେଉଁଥିରେ ୮ଟିରେ ବିଜୟୀ ହୋଇଥିବା ବେଳେ ୩ଟିରେ ପରାସ୍ତ ହୋଇଛି । ମୋଟ ୧୬ ଅଙ୍କ ସହ ପଏଣ୍ଟ ଟେବୁଲ୍‌ର ଟପ୍‌ରେ ରହିଛି । ଏହାପଛକୁ ରହିଛି ରାଜସ୍ଥାନ ରୟାଲ୍ସ । ଦଳ ଏବେ ଯାଏଁ ୧୦ଟି ମୁକାବିଲା ଖେଳିଛି । ଯେଉଁଥିରେ ୮ଟିରେ ବିଜୟୀ ହୋଇଥିବା ବେଳେ ୨ଟିରେ ପରାସ୍ତ ହୋଇଛି । ମୋଟ ୧୬ ଅଙ୍କ ସହ ପଏଣ୍ଟ ଟେବୁଲ୍‌ରେ ୨ୟ ସ୍ଥାନରେ ରହିଛି । ସେହିପରି ତୃତୀୟ ସ୍ଥାନରେ ରହିଛି ଚେନ୍ନାଇ ସୁପର କିଙ୍ଗସ୍‌ । ଦଳ ଏବେ ସୁଦ୍ଧା ୧୧ଟି ମୁକାବିଲା ଖେଳିଛି । ଯେଉଁଥିରେ ୬ଟିରେ ବିଜୟୀ ହୋଇଥିବା ବେଳେ ୫ଟିରେ ପରାସ୍ତ ହୋଇଛି । ଦଳ ପାଖରେ ଏବେ ୧୨ ପଏଣ୍ଟ ରହିଛି । ଏହାପରେ ୪ର୍ଥ ସ୍ଥାନରେ ରହିଛି ସନରାଇଜର୍ସ ହାଇଦ୍ରାବାଦ୍‌ । ଦଳ ଏବେ ସୁଦ୍ଧା ୧୧ଟି ମୁକାବିଲା ଖେଳିସାରିଛି । ଯେଉଁଥିରେ ୬ଟିରେ ବିଜୟୀ ହୋଇଥିବା ବେଳେ ୫ଟିରେ ପରାସ୍ତ ହୋଇଛି । ଦଳ ପାଖରେ ରହିଛି ୧୨ ପଏଣ୍ଟ । 

  • BCCI
  • IPL
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.