Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟିକା ବଣ୍ଟନ ପାଇଁ ୨୧ ଜଣିଆ ପରିଚାଳନା କମିଟି ଗଠନ, ସ୍ଵାସ୍ଥ୍ୟ ବିଭାଗର ନିର୍ଦ୍ଦେଶକ ହେଲେ ଅଧ୍ୟକ୍ଷ
  • ||
  • ୯୦ ପ୍ରତିଶତ ନଷ୍ଟ ହୋଇ ସାରିଥିଲା କରୋନା ସଂକ୍ରମିତ ବ୍ୟକ୍ତିଙ୍କ ଫୁସ୍‌ଫୁସ୍, ଇକମୋ ପଦ୍ଧତିରେ ସୁସ୍ଥ କଲେ ସମ୍ ଡାକ୍ତର
  • ||
  • ଦ୍ଵିତୀୟ ଲହର ସଂକ୍ରମଣର ଆଶଙ୍କା ନାହିଁ, ସୁସ୍ଥ ହୋଇ ଘରକୁ ଫେରିଲେ ୬୦୫ ଆକ୍ରାନ୍ତ
  • ||
  • ଡିସେମ୍ବର ୮ରେ କୃଷକଙ୍କ ଭାରତ ବନ୍ଦ ଡାକରା, ରାଜ୍ୟ କଂଗ୍ରେସର ସମର୍ଥନ ଘୋଷଣା
  • ||
  • ପଞ୍ଚମ ପର୍ଯ୍ୟାୟ କୃଷକ-ସରକାରଙ୍କ ଆଲୋଚନା ବିଫଳ, ଡିସେମ୍ବର ୯’ରେ ପୁଣି ବୈଠକ
  • ||
  • ସାଲେପୁର : ଷଣ୍ଢକୁ ଧକ୍କା ଦେବା ପରେ ହୁତୁ ହୁତୁ ହୋଇ ଜଳିଲା କାର୍, ଅଳ୍ପକେ ବର୍ତ୍ତିଲେ ୪ ଜଣ
  • ||
  • ଭୁବନେଶ୍ବର : ‘ପରୀ’ ହତ୍ୟାକାରୀକୁ ଧରାଇଦେଲେ ମିଳିବ ଲକ୍ଷେ ଟଙ୍କା
  • ||
  • ନୟାଗଡ : ଘର ବାଡିପଟୁ ମିଳିଲା ବୃଦ୍ଧଙ୍କ ମୃତଦେହ, ମୁଣ୍ଡ ଏବଂ ମୁହଁରେ ରହିଛି କ୍ଷତଚିହ୍ନ, ହତ୍ୟା ସନ୍ଦେହ
  • ||
  • ଯାଜପୁର : ଭୟାବହ ଅଗ୍ନିକାଣ୍ଡ, ୧୨ ବଖରା ଘର ସହ ଜଳିଗଲା ଲକ୍ଷାଧିକ ଟଙ୍କାର ସୁନା ଗହଣା
  • ||
  • ଢେଙ୍କାନାଳ : ବାଇକ୍‌କୁ ଧକ୍କା ଦେଲା କାର୍, ଆରୋହୀ ପିଟିହେଲେ ଟ୍ରକ୍‌ରେ, ଚାଲିଗଲା ଜୀବନ
  • ||

କରୋନାରୁ ସୁସ୍ଥ ହୋଇ ପୁଣି କାର୍ଯ୍ୟାଳୟକୁ ଫେରିଲେ ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ

20/07/2020 at 5:24 PM

ନୂଆଦିଲ୍ଲୀ ୨୦।୭: ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ କୌଭିଡ-୧୯ ମୁକ୍ତ ହେବା ପରେ ସୋମବାର ପ୍ରଥମ ଥର କାର୍ଯ୍ୟାଳୟକୁ ଆସିଛନ୍ତି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରୀୱାଲ ଏହି ସୂଚନା ଦେଇଛନ୍ତି। ଦିଲ୍ଲୀରେ କରୋନା ସଂକ୍ରମଣ ବେଳେ ସ୍ୱାସ୍ଥ୍ୟମନ୍ତ୍ରୀ ବିଭିନ୍ନ ହସ୍ପିଟାଲ ଗସ୍ତ କରିବା, ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କୁ ନିୟମିତ ଭେଟିବା ଲାଗି ଫିଲ୍ଡରେ ରହିବା ଯୋଗୁ କୋଭିଡ ସଂକ୍ରମିତ ହୋଇଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତେବେ ପ୍ରାୟ ମାସକ ପରେ ସେ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ମନ୍ତ୍ରାଳୟକୁ ଫେରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

୫୫ ବର୍ଷ ବୟସ୍କ ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଜୁନ ୧୭ ତାରିଖରେ କୋଭିଡ ସଂକ୍ରମିତ ଚିହ୍ନଟ ହୋଇଥିଲେ। ତାଙ୍କୁ  ସାକେତ ମାକ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ତାଙ୍କର ପ୍ଲାଜମା ଥେରାପି ହୋଇଛି। ତେବେ ତାଙ୍କୁ ପ୍ରଥମେ ଦିଲ୍ଲୀ ସରକାରଙ୍କ ରାଜୀବ ଗାନ୍ଧି ସୁପର ସ୍ପେଶିଆଲିଟି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଜ୍ୱର ସାଙ୍ଗକୁ ନିଶ୍ୱାସ ପ୍ରଶ୍ୱାସ ନେବାରେ ତାଙ୍କୁ କଷ୍ଟ ହେଉଥିଲା। ତାଙ୍କର କୋଭିଡ ପରୀକ୍ଷଣ କରାଯିବାରୁ ସେ ପଜିଟିଭ ଚିହ୍ନଟ ହୋଇଥିଲେ। ଏଣୁ ସେଠାରୁ ତାଙ୍କୁ ସାକେତ ମାକ୍ସ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା।

ପ୍ରଥମେ ଜୈନଙ୍କ ରିପୋର୍ଟ ନେଗେଟିଭ ମିଳିଥିଲା। ତେବେ ଦ୍ୱିତୀୟ ବାର ପରୀକ୍ଷଣ ବେଳେ ସେ ପଜିଟିଭ ଚିହ୍ନଟ ହୋଇଥିଲେ। ମାକ୍ସ ହସ୍ପିଟାଲରେ ତାଙ୍କୁ ଅକ୍ସିଜେନ ସପୋର୍ଟରେ ରଖାଯାଇଥିଲା। ତେବେ କେବଳ ସତ୍ୟେନ୍ଦ୍ର ଜୈନ ନୁହନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରୀୱାଲଙ୍କ ପରାମର୍ଶଦାତା ଅକ୍ଷୟ ମରାଠେ, ଦିଲ୍ଲୀ କାଲକାଜୀ ଆପ ବିଧାୟକ ଅତିଶୀ, ଉପମୁଖ୍ୟମନ୍ତ୍ରୀ ମନିଷ ଶିଶୋଦିଆଙ୍କ ପରାମର୍ଶଦାତା ଅଭିନନ୍ଦିତା ମାଥୁର ମଧ୍ୟ କୋଭିଡ ପଜିଟିଭ ବାହାରିଥିଲେ।

   Related Posts