Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||
  • ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି
  • ||

ରାଜଧାନୀରେ ଖସୁଛି କରୋନା ଗ୍ରାଫ୍‌: ୨୪ ଘଣ୍ଟାରେ ୬୨୩ ନୂଆ ଆକ୍ରାନ୍ତ ଚିହ୍ନଟ, ୬୨ ମୃତ

1/06/2021 at 4:40 PM

ନୂଆଦିଲ୍ଲୀ ୧/୬: ରାଜଧାନୀ ଦିଲ୍ଲୀରେ ଏବେ କରୋନା ପ୍ରକୋପ କମି କମି ଯାଉଥିବା ଦେଖିବାକୁ ମିଳିଛି। ରାଜ୍ୟରେ ଦୈନିକ ସଂକ୍ରମଣ ଏବେ ୬୦୦ ପାଖାପାଖି ଖସିଆସିଛି। ସଂକ୍ରମଣ ହାର ଏକ ପ୍ରତିଶତ ତଳକୁ ଆସିଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ କମିଛି। ଖୁସୀର କଥା ଯେ, ଦିଲ୍ଲୀରେ ଏବେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧୦ ହଜାରରେ ପହଞ୍ଚିଛି।

ଏହା ପୂର୍ବରୁ ୧୮ ମାର୍ଚ୍ଚରେ ସବୁଠୁ କମ୍‌ ୬୦୭ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ମଙ୍ଗଳବାର ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜାରି  ରିପୋର୍ଟ ଅନୁସାରେ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୨୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୨ ଜଣ ମୃତ୍ୟୁବରଣ କରିଛନ୍ତି। ଏବେ ସଂକ୍ରମଣ ହାର ୦.୮୮ ପ୍ରତିଶତରେ ପହଞ୍ଚିଥିବା ବେଳେ ସୋମବାର ଏହା ୦.୯୯ ପ୍ରତିଶତ ଥିଲା।

ସେପଟେ ଆଜି  ୧୪୨୩ କରୋନା ସଂକ୍ରମିତ ସୁସ୍ଥ ହୋଇ ଫେରିଛନ୍ତି। ସୋମବାର ୧୬୨୨ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଥିଲେ। ସ୍ବାସ୍ଥ୍ୟ ବିଭାଗର ସୂଚନା ଅନୁସାରେ, ଗତ ୨୪ ଘଣ୍ଟାରେ ୭୦,୮୧୩ ଟେଷ୍ଟିଂ କରାଯାଇଛି। ଏଥି ମଧ୍ୟରୁ ୪୬,୭୧୫ ଆରଟିପିସିଆର ଏବଂ ୨୪,୦୯୮ ରାପିଡ୍‌ ଆଣ୍ଟିଜେନ୍‌ ଟେଷ୍ଟ ସାମିଲ ଥିଲ।।

   Related Posts