Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

କରୋନା ମୁକାବିଲା ! ଜୁନ ୯ ପର୍ଯ୍ୟନ୍ତ ସ୍କୁଲ ଛୁଟି ଘୋଷଣା କଲେ ରାଜ୍ୟ ସରକାର

19/04/2021 at 9:43 PM

ନୂଆଦିଲ୍ଲୀ ୧୯।୦୪:  ଦିଲ୍ଲୀରେ ବଢୁଥିବା କରୋନା ସଂକ୍ରମଣର ମୁକାବିଲା ପାଇଁ ଦିଲ୍ଲୀ ସରକାର ଗୋଟିଏ ପରେ ଗୋଟିଏ ବଡ ନିଷ୍ପତ୍ତି ଗ୍ରହଣ କରୁଛନ୍ତି। ଏହି କ୍ରମରେ ସୋମବାର ରାତି ୧୦ଟାରୁ ଆଗାମୀ ୬ ଦିନ ପାଇଁ ଦେଶର ରାଜଧାନୀରେ ଲକ୍‌ଡାଉନ୍ ଘୋଷଣା କରିଛନ୍ତି। ଅନ୍ୟପଟେ ଦିଲ୍ଲୀ ସରକାର ସ୍କୁଲଗୁଡିକ ପାଇଁ ଆଗୁଆ ଗ୍ରୀଷ୍ମକାଳୀନ ଛୁଟି ଘୋଷଣା କରିଛନ୍ତି।

ଦିଲ୍ଲୀ ସରକାରଙ୍କ ପକ୍ଷରୁ ପୂର୍ବରୁ ମେ ୧୧ରୁ ଜୁନ ୩୦ ପର୍ଯ୍ୟନ୍ତ ଗ୍ରୀଷ୍ମକାଳୀନ ଛୁଟି ଘୋଷଣା କରାଯାଇଥିଲା। ମାତ୍ର କରୋନାର ବିସ୍ଫୋରକ ରୂପ ଏବଂ ବିଗୁଡୁଥିବା ସ୍ଥିତିକୁ ଦୃଷ୍ଟିରେ ରଖି ଗ୍ରୀଷ୍ମକାଳୀନ ଛୁଟିକୁ ଏପ୍ରିଲ ୨୦ରୁ ଜୁନ ୯ ପର୍ଯ୍ୟନ୍ତ  କରାଯାଇଛି। ଦିଲ୍ଲୀ ସରକାରର ଶିକ୍ଷା ନିର୍ଦ୍ଦେଶାଳୟର ଅତିରିକ୍ତ ନିର୍ଦ୍ଦେଶକ ଡ. ରୀତା ଶର୍ମାଙ୍କ ପକ୍ଷରୁ ଏହି ଆଦେଶ ଜାରି କରାଯାଇଛି।

ଦେଶର ରାଜଧାନୀ ନୂଆଦିଲ୍ଲୀରେ କରୋନା ମାମଲା ଲଗାତାର ବୃଦ୍ଧି ପାଇବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଚିନ୍ତା ବଢ଼ାଇଛି। ସଂକ୍ରମଣ ମାମଲା ବୃଦ୍ଧି ପାଉଥିବା ଦେଖି ଦିଲ୍ଲୀ ସରକାର ସୋମବାର ରାତିରୁ ଆସନ୍ତା ସୋମବାର ଯାଏଁ ଲକଡାଉନ୍ ଘୋଷଣା କରିଛନ୍ତି। ରବିବାର ଦିନ ଦିଲ୍ଲୀରେ ଗୋଟିଏ ଦିନରେ ସର୍ବାଧିକ ୨୫ ହଜାର ୪୬୨ ନୂଆ ମାମଲା ସାମ୍ନାକୁ ଆସିଥିଲା। ଏହାସହ ପଜିଟିଭ୍ ହାର ୩୦ ପ୍ରତିଶତରେ ପହଞ୍ଚିଛି। ସଂକ୍ରମଣ ହାର ୨୯.୭୪ ପ୍ରତିଶତ ହେବା ଅର୍ଥାତ ଦିଲ୍ଲୀରେ ପ୍ରତି ୩ଜଣଙ୍କ ମଧ୍ୟରେ ଜଣେ ସଂକ୍ରମିତ।

   Related Posts