Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିନ୍ତା ଘାରୁଛି କରୋନା ମୃତ୍ୟୁ, ସେପଟେ ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୯୧୩ ସଂକ୍ରମିତ
  • ||
  • ଚାଷୀଙ୍କୁ କେନ୍ଦ୍ର ସରକାରଙ୍କ ସହାୟତା ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍: ଲେଖିଲେ, ଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ୬୦ ହଜାର ୮୩୬ କୋଟି ଟଙ୍କା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟର ୬ ବିଶ୍ବବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତି: ଜାଣନ୍ତୁ କିଏ, କେଉଁଠି
  • ||
  • ବରଗଡ଼: ‘ନୋ କ୍ଲାସ୍ ନୋ ଫି’ ଦାବିରେ ଜିଲ୍ଲାପାଳଙ୍କୁ ଘେରିଲେ କଲେଜ ଛାତ୍ରଛାତ୍ରୀ
  • ||
  • ନାବାଳିକାକୁ ଦୁଷ୍କର୍ମ ପରେ ବିଷ ଦେଇ ହତ୍ୟା କରିଥିଲା ସଂପର୍କୀୟ କକା: ଏମିତି ଅଭିଯୋଗ ନେଇ ଜିଲ୍ଲାପାଳଙ୍କୁ ଘେରିଲେ ମହିଳା
  • ||
  • ମାଲକାନଗିରି :ପଡିଆ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ମେଡିକାଲ ଅଫିସରଙ୍କୁ ଗିରଫ କଲା ଭିଜିଲାନ୍ସ
  • ||
  • ମାଲକାନଗିରି : ଜମିବାଡି ବିବାଦରୁ ହତ୍ୟାକାଣ୍ଡ ! ହତ୍ୟା କରି ଫିଙ୍ଗିଦେଲେ ଘର ଆଗରେ
  • ||
  • ଝାରସୁଗୁଡା : ଟେଣ୍ଟ ହାଉସ୍ ଗୋଦାମରେ ଅଗ୍ନିକାଣ୍ଡ, ୫୦ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ପୋଡି ଭସ୍ମୀଭୂତ
  • ||
  • ଭୁବନେଶ୍ବର : ଓଟିଭିରୁ ଇସ୍ତଫା ଦେଲେ ନିହାର ରଞ୍ଜନ ଭୂୟାଁ
  • ||
  • କଟକ : ଘରୋଇ ସ୍କୁଲ ଫି’ କମାଇବା ମାମଲା : ଫି’ କେତେ କମିବ ସତ୍ୟପାଠ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
  • ||

ମଦ ଦୋକାନ ନ ଖୋଲିବା ପାଇଁ ଜିଲ୍ଲାପାଳଙ୍କୁ ଦାବିପତ୍ର

29/10/2020 at 10:26 PM

ଭଦ୍ରକ୨୯/୧୦: ଭଦ୍ରକ ଜିଲ୍ଲା ଧାମନଗର ବିଜ୍ଞାପିତ ଅଂଚଳର ଏକ ସରକାରୀ ଦେଶୀ ମଦ ଦୋକାନ ଖୋଲା ଯିବା ପାଇଁ ସ୍ଥାନ ନିରୂପଣ ହୋଇଛି। ଏହି ଖବର ଜଣାପଡିବା ପରେ ସ୍ଥାନୀୟ ମହିଳାମାନେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ତେଣୁ ଏହି ବିଜ୍ଞାପିତ ଅଂଚଳର ପ୍ରସ୍ତାବିତ ସ୍ଥାନରୁ ଏହି ଦେଶୀ ମଦ ଦୋକାନ ନ ଖୋଲିବା ପାଇଁ ସେମାନେ ଜିଲ୍ଲାପାଳଙ୍କ ନିକଟରେ ଦାବି କରିଛନ୍ତି ।

ତେଣୁ ଆଜି ଧାମନଗର ବିଜ୍ଞାପିତ ଅଂଚଳ ପରିଷଦର ମୁସଲିମ ମହିଳାମାନେ ଭଦ୍ରକ ଜିଲ୍ଲପାଳକୁ ଭେଟି ଏକ ଦାବି ପତ୍ର ଦେବା ସହିତ ସେଠାରେ ମଦ ଦୋକାନ ନ ଖୋଲିବା ପାଇଁ ଅନୁରୋଧ କରିଛନ୍ତି । ଏଠାରେ ଦେଶୀ ମଦ ଦୋକାନ ଖୋଲା ଗଲେ ପାଖରେ ଥିବା ବିଦ୍ୟାଳୟ ର ଶିକ୍ଷା ଦାନ ବିପର୍ଯ୍ୟସ୍ତ ହୋଇ ପଡିବା ସହିତ ଦୈନିକ ଅସାମାଜିକ କାର୍ଯ୍ୟକଳାପ ବଢ଼ି ଚାଲିବ ବୋଲି ସେମାନେ ଅଭିଯୋଗ କରିଛନ୍ତି । ଯଦି ପ୍ରଶାସନ ପକ୍ଷରୁ ପୁର୍ନବିଚାର କରା ନ ଯାଏ ତେବେ ମହିଳା ମାନେ ବାଧ୍ୟ ହୋଇ ରାଜ ରାସ୍ତା କୁ ଓହ୍ଲାଇବେ ବୋଲି କହିଛନ୍ତି ।

   Related Posts