Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମିଶନ କାଶ୍ମୀର ଉପରେ ୧୪ ନେତାଙ୍କ ସହ ପିଏମ ମୋଦୀଙ୍କ ମହାବୈଠକ ଶେଷ
  • ||
  • ବରି​‌ଷ୍ଠ ଆଇପିଏସ୍‌ ସ୍ତରରେ ଅଦଳବଦଳ
  • ||
  • ଦ୍ବାଦଶ ଶ୍ରେଣୀ ପରୀକ୍ଷା: ୩୧ ଜୁଲାଇ ସୁଦ୍ଧା ରେଜଲ୍ଟ ପ୍ରକାଶ କରିବାକୁ ରାଜ୍ୟକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
  • ||
  • ରାଇରଙ୍ଗପୁର : ଅଣ୍ଡା ବଣ୍ଟନରେ ପାତର ଅନ୍ତର, ଅଭିଯୋଗ କଲେ ନାଁ କାଟିଦେବାକୁ ଅଙ୍ଗନବାଡି ଦିଦି ଦେଉଛନ୍ତି ଧମକ
  • ||
  • ସାଲେପୁର : ନଦୀ ପଠାରେ ପଡିଛି ଅଜଣା ଯୁବକଙ୍କ ମୃତଦେହ, କାରଣ ଅସ୍ପଷ୍ଟ
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା : ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୪ ଜଣଙ୍କ ଜୀବନ
  • ||
  • ଆଜି ୧୦ ଜିଲ୍ଲାରେ ଅତିପ୍ରବଳ ବର୍ଷା ସମ୍ଭାବନା, ୨୭ ଯାଏଁ ଛେଚିବ
  • ||
  • ହ୍ରାସ ପରେ ପୁଣି ବଢୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୩୬୫୦ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||

ରାଜ୍ୟରେ ଶୀତର ପ୍ରକୋପ ଜାରି; ଉପକୂଳ ଓଡିଶାରେ କୁହୁଡି ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ

20/01/2019 at 9:20 AM

ଭୁବନେଶ୍ୱର ୨୦/୧ : ରାଜ୍ୟରେ ଶୀତ ପ୍ରକୋପ ଜାରି ରହିଛି। ଶୀତ ସାଙ୍ଗକୁ ଉପକୂଳ ଓଡିଶାରେ ପ୍ରବଳ କୁହୁଡି ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଇଛି । ଆସନ୍ତା ୨୪ ଘଣ୍ଟା ଭିତରେ ଖୋର୍ଦ୍ଧା, ପୁରୀ, ନୟାଗଡ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ଏବଂ ଯାଜପୁର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ କୁହୁଡି ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଏହି ସମୟରେ ଦୁଇ ଶହ ମିଟର ପର୍ଯ୍ୟନ୍ତ ଦେଖିବା ସମ୍ଭବ ହେବନାହିଁ ବୋଲି କୁହାଯାଇଛି। ଆସନ୍ତା ତିନି ଦିନ ପର୍ଯ୍ୟନ୍ତ କୁହୁଡି ଅନୁଭୁତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ପାଣିପାଗ ବିଭାଗ ସୂଚନା ଅନୁଯାୟୀ ରାଜ୍ୟର ୬ଟି ସ୍ଥାନରେ ପାରଦ ୧୦ ଡିଗ୍ରୀ ତଳରେ ରହିଛି। ଫୁଲବାଣୀରେ ସବୁଠୁ କମ୍ ୭ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିଲା। ଅନୁଗୋଳ, ଝାରସୁଗୁଡା, କେନ୍ଦୁଝରଗଡ, ସୋନପୁର ଓ ଦାରିଙ୍ଗବାଡିରେ ପାରଦ ୧୦ ଡିଗ୍ରୀ ତଳକୁ ରହିଥିଲା।

   Related Posts