Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • T20 World Cup: ଇତିହାସ ରଚିଲେ କର୍ଟିସ କାମ୍ପର, ୪ ବଲ୍‌ରେ ନେଲେ ୪ ଓ୍ଵିକେଟ୍
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

ଗଭୀର ଅବପାତରେ ରୂପ ନେଲା ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ, ୧୨ ଘଣ୍ଟାରେ ନେବ ବାତ୍ୟାର ରୂପ !

25/09/2021 at 11:07 AM

ଭୁବନେଶ୍ବର ୨୫।୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଗଭୀର ଅବପାତର ରୂପ ନେଇଛି । ୧୨ ଘଣ୍ଟାରେ ଏହା ଘନୀଭୂତ ହୋଇ ସାମୁଦ୍ରିକ ଝଡ ବା ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି । ୨୬ ତାରିଖ ସନ୍ଧ୍ୟା ସୁଦ୍ଧା ଏହା ସ୍ଥଳଭାଗ ଛୁଇଁବା ନେଇ ଆକଳନ କରାଯାଉଛି । ଗୋପାଳପୁର-ବିଶାଖାପାଟଣା ମଧ୍ୟରେ କଳିଙ୍ଗପଟ୍ଟନମରେ ଏହା ଲ୍ୟାଣ୍ଡଫଲ୍ କରିବାର ସମ୍ଭାବନା ରହିଛି । ଲ୍ୟାଣ୍ଡଫଲ୍ ବେଳେ ପବନର ବେଗ ଘଣ୍ଟାକୁ ୭୦ରୁ ୮୦ କି.ମି. ରହିବ ବୋଲି ଆକଳନ କରାଯାଉଛି । ୨୭ ତାରିଖରେ ବାତ୍ୟା ଦୁର୍ବଳ ହୋଇ ପୁଣି ଅବପାତ ହେବ। ଏହାପରେ ମାଲକାନଗିରି ଦେଇ ଛତିଶଗଡ଼ ଅଭିମୁଖେ ଅଗ୍ରସର କରିବ। ଗୋପାଳପୁରରୁ ପୂର୍ବ ଓ ଦକ୍ଷିଣ ପୂର୍ବରୁ ୫୧୦ କି.ମି. ଦୂରରେ ଅବସ୍ଥିତ ରହିଛି । ଆଜିଠାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି । ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ତେବେ ବାତ୍ୟାର ସର୍ବାଧିକ ପ୍ରଭାବ ୨୬ ଓ ୨୭ ତାରିଖରେ ଅନୁଭୂତ ହେବ । ସେପଟେ ଶନିବାର ଉତ୍ତର ଏବଂ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ। ୨୬ ତାରିଖରେ ୫ଟି ଜିଲ୍ଲା ପୁରୀ , ଖୋର୍ଦ୍ଧା, ଗଞ୍ଜାମ, ଗଜପତି ଓ କନ୍ଧମାଳ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏହି ୫ ଜିଲ୍ଲା ସହିତ ଉପକୂଳ ଓ ଦକ୍ଷିଣ ଓଡ଼ିଶା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୭ ତାରିଖରେ ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ, ଏଥିପାଇଁ ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୭ ତାରିଖରେ ୬ଟି ଜିଲ୍ଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର ଏବଂ ନୂଆପଡ଼ା ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

   Related Posts