Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଇପିଏଲ ୨୦୨୧ରେ ଉଡିଲା ଚେନ୍ନାଇର ବିଜୟ ବାନା, କେକେଆରକୁ ୨୭ ରନରେ ହରାଇ ଚତୁର୍ଥ ଥର ଚାମ୍ପିଅନ
  • ||
  • ପଞ୍ଜାବ କଂଗ୍ରେସର ଅଧିନାୟକ ରହିବେ ସିଦ୍ଧୁ, ରାହୁଲଙ୍କୁ ଭେଟିବା ପରେ ଫେରାଇ ନେଲେ ଇସ୍ତଫା ପତ୍ର
  • ||
  • ସିଙ୍ଘୁ ବର୍ଡରରେ ଜଣେ ନିହଙ୍ଗଙ୍କ ଆତ୍ମ ସମର୍ପଣ, ଯୁବକଙ୍କ ହତ୍ୟାର ୧୫ ଘଣ୍ଟା ପରେ ସାମ୍ନାକୁ ଆସିଲା ପ୍ରଥମ ଅଭିଯୁକ୍ତ
  • ||
  • ପଣ୍ଡାଲ ଉପରେ ହୋଇଥିବା ଆକ୍ରମଣ ମଧ୍ୟରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ଭାରତକୁ ଦେଲେ ଏହି ପରାମର୍ଶ
  • ||
  • ପୁଞ୍ଛରେ ଯବାନ-ଆତଙ୍କବାଦୀ ମୁହାଁମୁହିଁ, ୫ଦିନରେ ୭ ଯବାନ ସହିଦ: ରାଜପଥ ବନ୍ଦ, ଅପରେସନ୍ ଜାରି
  • ||
  • ଅକ୍ଟୋବର ୨୧ରୁ ଏକାଦଶ, ୨୫ରୁ ଖୋଲିବ ଅଷ୍ଟମ ଶ୍ରେଣୀ: ଗଣଶିକ୍ଷା ମନ୍ତ୍ରୀ
  • ||
  • ୨୫୦ ଲିଟର ଦେଶୀ ମଦ ଜବତ, ୫ ଗିରଫ
  • ||
  • ଅଭାବନୀୟ ଘଟଣା: ଯୁବକଙ୍କ ଗଳା କାଟି ବିଭତ୍ସ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ତେଲକୋଇ ରେଞ୍ଜରେ ହାତୀ ଆତଙ୍କ : ଘଉଡାଇଲା ବେଳେ ଅଳ୍ପକେ ବର୍ତ୍ତିଲେ ଚାଷୀ
  • ||
  • ସାଇକେଲରେ ଯାଉଥିଲେ କକା-ପୁତୁରା, ଟାଣି ଆଣି ଦଳିଦେଲା ହାତୀ
  • ||

ଚଳିତବର୍ଷ ହାଇସ୍କୁଲ ପରୀକ୍ଷାରେ ଖରାପ ରେଜଲ୍ଟ କରିଥିବା ସ୍କୁଲଗୁଡିକର ଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

28/08/2019 at 9:50 AM

ଭୁବନେଶ୍ବର ୨୮୮:  ଶିକ୍ଷକଙ୍କ ବିରୋଧରେ ପୁଣି କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ଚଳିତବର୍ଷ ହାଇସ୍କୁଲ ପରୀକ୍ଷାରେ ଖରାପ ରେଜଲ୍ଟ କରିଥିବା ସ୍କୁଲଗୁଡ଼ିକର ପ୍ରଧାନ ଶିକ୍ଷକ ଓ ଶିକ୍ଷକମାନଙ୍କ ପ୍ରତି ରାଜ୍ୟ ସରକାର କଠୋର ଆଭିମୁଖ୍ୟ ପୋଷଣ କରିଛନ୍ତି । ଯେଉଁ ୮୨ଟି ହାଇସ୍କୁଲରେ ପରୀକ୍ଷା ଫଳ ଶୂନ ହୋଇଥିଲା ଓ ଯେଉଁ ସ୍କୁଲର ପରୀକ୍ଷା ଫଳ ୫୦%ରୁ କମ୍ ଥିଲା ସେସବୁ ସ୍କୁଲର ପ୍ରଧାନ ଶିକ୍ଷକଙ୍କ ବାର୍ଷିକ ଇନକ୍ରିମେଣ୍ଟ ଓ ସେଠାରେ ଦଶମ ଶ୍ରେଣୀ ପଢ଼ାଉଥିବା ଶିକ୍ଷକମାନଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ସପ୍ତାହକ ମଧ୍ୟରେ ଏସବୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ସରକାରଙ୍କୁ ଅବଗତ କରିବା ନିମନ୍ତେ ରାଜ୍ୟ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କ ପକ୍ଷରୁ ଜିଲ୍ଲା ଶିକ୍ଷା ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ଚଳିତବର୍ଷ ହାଇସ୍କୁଲ ପରୀକ୍ଷାରେ ସମ୍ପୂର୍ଣ୍ଣ ଶୂନ ଫଳାଫଳ କରିଥିବା ୮୨ଟି ସ୍କୁଲର ଶିକ୍ଷକମାନଙ୍କୁ କାହିଁକି ନିଲମ୍ବନ କରାନଯିବ ଓ ଅନୁଦାନପ୍ରାପ୍ତ ସ୍କୁଲର ଗ୍ରାଣ୍ଟ-ଇନ-ଏଡକୁ କାହିଁକି ପ୍ରତ୍ୟାହାର କରାନଯିବ ବୋଲି ଜୁନ୍ ୭ତାରିଖରେ କୈଫୟିତ ତଲବ କରାଯାଇଥିଲା । ଏହାସହିତ ୫୦ ପ୍ରତିଶତରୁ କମ୍ ପରୀକ୍ଷା ଫଳ ହୋଇଥିବା ସ୍କୁଲଗୁଡ଼ିକର ଶିକ୍ଷକମାନଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ କାହିଁକି ନିଆଯିବନି ସେଥିପାଇଁ ଜୁନ୍ ୧୦ ତାରିଖରେ ମଧ୍ୟ ନିର୍ଦ୍ଦେଶ ଦିଆଯାଇଥିଲା ।

ମାତ୍ର ଏହି ନିର୍ଦ୍ଦେଶକୁ ଜିଲ୍ଲା ଶିକ୍ଷା ଅଧିକାରୀମାନେ ଗ୍ରହଣ କରି କୌଣସି କାର୍ଯ୍ୟାନୁଷ୍ଠାନ କରିନଥିବାରୁ ନିର୍ଦ୍ଦେଶାଳୟ ପକ୍ଷରୁ ପୁଣିଥରେ ସେମାନଙ୍କୁ ତାଗିଦ୍ କରାଯାଇଛି । ରୁଲ୍-୧୬ ଆଧାରରେ ସମ୍ପୃକ୍ତ ସ୍କୁଲର ଶିକ୍ଷକମାନଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।

   Related Posts