Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫୁଟବଲର ଡିଏଗୋ ମାରାଡୋନାଙ୍କ ପରଲୋକ, ୩ ଦିନ ପୂର୍ବେ ପାଳିଥିଲେ ୬୦ତମ ଜୟନ୍ତୀ
  • ||
  • ଦୈନିକ ଆକ୍ରାନ୍ତ ତୂଳନାରେ ଆଜି କମିଲା ସୁସ୍ଥ ସଂଖ୍ୟା, ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୭୨୮
  • ||
  • ଯୋଡାମୁଣ୍ଡ ଶିଶୁ କାଳିଆର ମୃତ୍ୟୁ, ଏସସିବିରେ ଦୀର୍ଘ ଦିନ ଧରି ଥିଲେ ଚିକିତ୍ସାଧୀନ, ସୁସ୍ଥ ଅଛି ଜଗା
  • ||
  • ପରିବାର ପାଇଁ ଏତିକି ସମ୍ପତ୍ତି ଛାଡି ଯାଇଛନ୍ତି କଂଗ୍ରେସର ଚାଣକ୍ୟ ଅହମଦ ପଟେଲ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||

ରାଜ୍ୟରେ ଆଜି ୭୩ଜଣ ସଂକ୍ରମିତ ଚିହ୍ନଟ , ଆସିଲା ସମସ୍ତ ଆକ୍ରାନ୍ତଙ୍କ ତଥ୍ୟ

14/05/2020 at 9:19 AM

ଭୁବନେଶ୍ୱର ୧୪।୦୫: ରାଜ୍ୟରେ କରୋନା ସ୍ଥିତି ଅଣାୟତ । ଦିନକୁ ଦିନ ବଢିବାରେ ଲାଗିଛି ସଂକ୍ରମିତଙ୍କ ସଂଖ୍ୟା । ଗୋଟିଏ ଦିନରେ ଅଧିକ ଲୋକ ସୁସ୍ଥ ହୋଇ ଘରକୁ ଫେରୁଥିବା ବେଳେ ଏପଟେ ଦିନକୁ ଦିନ ବଢିଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଗୁରୁବାର ରାଜ୍ୟରେ ଆଉ ୭୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୧୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସରକାରଙ୍କୁ ସୂଚନା ଓ ଲୋକ ସଂପର୍କ ବିଭାଗ ଟ୍ୱିଟ୍‌ ମାଧ୍ୟମରେ ସୂଚନା ପ୍ରଦାନ କରିଛି ।

ସୂଚନାଯୋଗ୍ୟ ଯେ, ଆଜି ଚିହ୍ନଟ ହୋଇଥିବା ୭୩ ଜଣ କରୋନା ପଜିଟିଭ୍‌ଙ୍କ ମଧ୍ୟରୁ ଖୋର୍ଦ୍ଧା , ଗଞ୍ଜାମ , ଭଦ୍ରକ , ଯାଜପୁର ଏବଂ ସୁନ୍ଦରଗଡ ଜିଲ୍ଲାର ବୋଲି ଜଣାପଡିଛି । ତେବେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ସୁରଟ ଓ ପଶ୍ଚିମବଙ୍ଗ ଫେରନ୍ତା ରହିଛନ୍ତି । ଅଧିକାଂଶ ସଂକ୍ରମିତ କ୍ୱାରେଣ୍ଟାଇନ୍‌ ସେଣ୍ଟରରେ ରହିଥିଲେ ।

ସମସ୍ତ ୭୩ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାର ସର୍ବାଧିକ ୪୨ ଜଣ, ଯାଜପୁର ଜିଲ୍ଲାରୁ ୧୭ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୯ଜଣ ଏବଂ ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ରହିଛନ୍ତି । ୭୩ ସଂକ୍ରମିତଙ୍କ ମଧ୍ୟରୁ ୭୧ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରର ରହିଥିବା ବେଳେ ୨ଜଣ କଣ୍ଟେଟମେଣ୍ଟ ଜୋନ୍‌ରୁ ରହିଛନ୍ତି । ସେହିଭଳି ଗଞ୍ଜାମ ଜିଲ୍ଲାର ୪୨ ସଂକ୍ରମିତଙ୍କ ମଧ୍ୟରୁ ସମସ୍ତେ ସୁରଟ ଫେରନ୍ତା । ସେହିଭଳି ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ମଧ୍ୟ ୩ ଜଣ ସଂକ୍ରମିତ ସୁରଟ ଫେରନ୍ତା । ତେବେ ଭଦ୍ରକରୁ ଆଜି ଚିହ୍ନଟ ହୋଇଥିବା ୯ଜଣ ସଂକ୍ରମିତଙ୍କ ମଧ୍ୟରୁ ୫ଜଣ ସୁରଟ ଫରେନ୍ତା , ୩ଜଣ ପଶ୍ଚିମବଙ୍ଗ ଫେରନ୍ତା ହୋଇଥିବା ବେଳେ ଜଣେ କର୍ଣ୍ଣାଟକ ଫେରନ୍ତା ବୋଲି ଜଣାପଡିଛି । ସେହିଭଳି ଯାଜପୁରରୁ ଚିହ୍ନଟ ହୋଇଥିବା ୧୭ଜଣ ସଂକ୍ରମିତ ସମସ୍ତଙ୍କ ପଶ୍ଚିମବଙ୍ଗ ଲିଙ୍କ ରହିଛି । କିଛିଦିନ ତଳେ ସେମାନେ ପଶ୍ଚିମବଙ୍ଗରୁ ଫେରିଥିଲେ । ତେବେ ଏହି ସବୁ ସଂକ୍ରମିତ ରାଜ୍ୟ ବାହାରୁ ଆସିବା ପରେ କ୍ୱାରେଣ୍ଟାଇନ୍‌ରେ ରହିଥିଲେ । କେବଳ ସୁନ୍ଦରଗଡ଼ରୁ ଚିହ୍ନଟ ହୋଇଥିବା ୨ଜଣ ସଂକ୍ରମିତ କଣ୍ଟେନମେଣ୍ଟ ଜୋନ୍‌ର ବୋଲି ଜଣାପଡିଛି ।

 ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୧୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୬୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୧୪୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

   Related Posts