ଆସିଲା ୧୦୨ ସଂକ୍ରମିତଙ୍କ ତଥ୍ୟ, ଯାଜପୁରରୁ ସର୍ବାଧିକ ପଜିଟିଭ୍

Published By : Prameya-News7 Bureau | May 19, 2020 IST

ଭୁବନେଶ୍ବର ୧୯।୫: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ହୁ ହୁ ହୋଇ ବଢିବାରେ ଲାଗିଛି । ମଙ୍ଗଳବାର ରାଜ୍ୟରେ ଆଉ ୧୦୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୭୮ରେ ପହଞ୍ଚିଛି । ତେବେ ସମସ୍ତ ୧୦୨ ସଂକ୍ରମିତଙ୍କ ତଥ୍ୟ । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

୧୦୨ ସଂକ୍ରମିତଙ୍କ ମଧ୍ୟରୁ ଯାଜପୁର ଜିଲ୍ଲାରୁ ସର୍ବାଧିକ ୩୧ ଜଣ ରହିଥିବାବେଳେ ଜଗତସିଂହପୁର ଜିଲ୍ଲାରୁ ୨୩ ଜଣ, ଭଦ୍ରକ ଜିଲ୍ଲାରୁ ୨୧ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୮ଜଣ, କଟକରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୪ଜଣ, ଅନୁଗୋଳ ଜିଲ୍ଲାରୁ ୨ଜଣ, ବାଲେଶ୍ବର ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୨ଜଣ ଏବଂ ନୟାଗଡ ଜିଲ୍ଲାରୁ ଜଣେ ରହିଛନ୍ତି ।

କେନ୍ଦ୍ରାପଡା ଜିଲ୍ଲାରୁ ଚିହ୍ନଟ ହୋଇଥିବା ୮ ସଂକ୍ରମିତଙ୍କ ମଧ୍ୟରୁ ୨ଜଣ ପଶ୍ଚିମବଙ୍ଗ, ୩ଜଣ ତାମିଲନାଡୁ, ଜଣେ କର୍ଣ୍ଣାଟକ ଏବଂ ୨ଜଣ ମହାରାଷ୍ଟ୍ରରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ସମ୍ବଲପୁରରୁ ଚିହ୍ନଟ ହୋଇଥିବା ୨ ଜଣ ପଶ୍ଚିମବଙ୍ଗରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।

wp:html /wp:html

ସେହିପରି ପୁରୀ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୪ଜଣ ସଂକ୍ରମିତ ସୁରଟରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଜଗତସିଂହପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୨୩ ସଂକ୍ରମିତଙ୍କ ମଧ୍ୟରୁ ୨୦ଜଣ ପଶ୍ଚିମବଙ୍ଗରୁ ଫେରିଥିବା ବେଳେ ୩ଜଣ ଗୁଜୁରାଟରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହୋଇଥିବା ୪ ଜଣଙ୍କ ମଧ୍ୟରୁ ୨ ଗୁଜୁରାଟରୁ ଫେରିଥିବା ବେଳେ ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଅନ୍ୟ ଦୁଇ ଜଣ ଭୁବନେଶ୍ବରର ସ୍ଥାନୀୟ ବାସିନ୍ଦା । ବାଲେଶ୍ବର ଜିଲ୍ଲାରୁ ଚିହ୍ନଟ ହୋଇଥିବା ଦୁଇ ଜଣ ସ୍ଥାନୀୟ ବାସିନ୍ଦା ।

wp:html /wp:html

ସେହିପରି କଟକ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୪ଜଣଙ୍କ ମଧ୍ୟରୁ ମହାରାଷ୍ଟ୍ର, ତେଲେଙ୍ଗାନା ଏବଂ ତାମିଲନାଡୁକୁ ଜଣେ ଲେଖାଏଁ ଫେରିଥିଲେ । ୩ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରୁ ଫେରିଥିଲେ । ଜଣେ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ନୟାଗଡ ଜିଲ୍ଲାରୁ ଚିହ୍ନଟ ହୋଇଥିବା ଜଣେ ସୁରଟରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।

wp:html /wp:html

ସେହିପରି ଯାଜପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ସର୍ବାଧିକ ୩୧ ଜଣଙ୍କ ମଧ୍ୟରୁ ୩୦ଜଣ ପଶ୍ଚିମବଙ୍ଗରୁ ଫେରିଥିବା ବେଳେ ଜଣେ ତେଲେଙ୍ଗାନାରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଅନୁଗୋଳ ଜିଲ୍ଲାରୁ ଚିହ୍ନଟ ହୋଇଥିବା ଦୁଇ ଜଣ ସୁରଟରୁ ଫେରିଥିବା ବେଳେ ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଭଦ୍ରକ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୨୧ ଜଣଙ୍କ ମଧ୍ୟରୁ ୧୨ ଜଣ ପଶ୍ଚିମବଙ୍ଗରୁ, ଜଣେ ଆନ୍ଧ୍ରପ୍ରଦେଶରୁ, ଦୁଇ ଜଣ ତାମିଲନାଡୁରୁ ଏବଂ ୬ଜଣ ଗୁଜୁରାଟରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।

wp:html /wp:html

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.