Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଏସଏଫର ବଡ କାର୍ଯ୍ୟାନୁଷ୍ଠାନ, ବାଂଲାଦେଶ ସୀମାରେ ୮୨ ନକଲି ଡ୍ରାଇଭିଂ ଲାଇସେନ୍ସ ଜବତ
  • ||
  • ୟୁପି ସମର: ଅଖିଳେଶଙ୍କ ପାଇଁ ପ୍ରଚାର କରିବେ ମମତା, ଫେବୃଆରୀ ୮ରେ ଲକ୍ଷ୍ନୌରେ ଭର୍ଚୁଆଲ ରାଲି
  • ||
  • ଆସନ୍ତାକାଲି ପ୍ରଥମ ଦିନିକିଆ: କିଏ କରିବ ଓପନିଂ ? ଖୁଲାସା କଲେ ରାହୁଲ, ୫ ବର୍ଷ ପରେ ଦିନିକିଆକୁ ପ୍ରତ୍ୟାବର୍ତ୍ତନ କରିବେ ଏହି ଖେଳାଳି
  • ||
  • କାରିଗରଙ୍କଠୁ ଲାଞ୍ଚ ନେବା ମହଙ୍ଗା ପଡିଲା, ଭିଜିଲାନ୍ସ ଦ୍ଵାରା ବନ୍ଧା ହେଲେ ହସ୍ତଶିଳ୍ପ ନିଗମର ସହ-ନିର୍ଦ୍ଦେଶକ ଓ କ୍ରାପ୍ଟମ୍ୟାନ୍
  • ||
  • କଲେଜ୍ରେ ନିର୍ବାଚନୀ ସଭା ନେଇ କଠୋର ହେଲେ ଏସଇସି: ଏସଡିପିଓ ଏବଂ ପ୍ରିନ୍ସିପାଲଙ୍କୁ ନିଲମ୍ବନ କରିବାକୁ ଦେଲେ ନିର୍ଦ୍ଦେଶ
  • ||
  • IPL 2022: କେଏଲ ରାହୁଲଙ୍କ ସହ ଏହି ଦୁଇ ଖେଳାଳିଙ୍କୁ ନିଜ ଦଳରେ ସାମିଲ୍ କଲା ଲକ୍ଷ୍ନୌ ଫ୍ରାଞ୍ଚାଇଜି
  • ||
  • ମଙ୍ଗଳବାର ପୃଥିବୀର ନିକଟତର ହେବ ବିରାଟ ଗ୍ରହାଣୁ : ମାଡ ହେଲେ ଘଟାଇବ ବିନାଶ !
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୧୦ ମୃତ
  • ||
  • ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ରାଜ୍ୟରେ ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୦୮୬ କୋଭିଡ୍ ପଜିଟିଭ୍, ୧୧୫୫୪୮୭ରେ ପହଞ୍ଚିଲା ସଂଖ୍ୟା
  • ||

ଆସିଲା ୧୨୯ କରୋନା ସଂକ୍ରମିତଙ୍କ ତଥ୍ୟ, କେନ୍ଦ୍ରାପଡା ଜିଲ୍ଲାରୁ ସର୍ବାଧିକ ପଜିଟିଭ୍

31/05/2020 at 2:34 PM

ଭୁବନେଶ୍ବର ୩୧।୫: ରାଜ୍ୟରେ ରବିବାର ସର୍ବାଧିକ ୧୨୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୯୪୮ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସମସ୍ତ ୧୨୯ ସଂକ୍ରମିତଙ୍କ ତଥ୍ୟ ଆସିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସମସ୍ତ ସଂକ୍ରମିତଙ୍କ ମଧ୍ୟରୁ ୧୧୯ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୧୦ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।

ଜଗତସିଂହପୁର ଜିଲ୍ଲାରୁ ଟିହ୍ନଟ ହୋଇଥିବା ୨ ଜଣ ସଂକ୍ରମିତଙ୍କ ମଧ୍ୟରୁ ଜଣେ ପଶ୍ଚିମବଙ୍ଗରୁ ଫେରିଥିବା ବେଳେ ଜଣେ କର୍ଣ୍ଣାଟକରୁ ଫେରିଖିଲେ । ଉଭୟ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଯାଜପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୦ ଜଣ ସଂକ୍ରମିତଙ୍କ ମଧ୍ୟରୁ ୪ ଜଣ ପଶ୍ଚିମବଙ୍ଗରୁ, ୪ ଜଣ ଗୁଜୁରାଟରୁ ଏବଂ ୨ ଜଣ ଦୁବାଇରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ

ସେହିପରି କେନ୍ଦ୍ରାପଡା ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୮ ଜଣ ସଂକ୍ରମିତଙ୍କ ମଧ୍ୟରୁ ୧୨ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଏମାନଙ୍କ ମଧ୍ୟରୁ ୬ ଜଣ ଗୁଜୁରାଟରୁ, ୪ ଜଣ ତାମିଲନାଡୁରୁ ଏବଂ ୨ ଜଣ ପଶ୍ଚିମବଙ୍ଗରୁ ଫେରିଥିଲେ । ଅନ୍ୟ ୬ ଜଣ ସ୍ଥାନୀୟ ଲୋକ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହୋଇଥିବା ୭ ଜଣ ସଂକ୍ରମିତ ଗୁଜୁରାଟରୁ ଫେରି କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଦେବଗଡ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୪ ଜଣ ସଂକ୍ରମିତ ତାମିଲନାଡୁରୁ ଫେରିଥିବା ବେଳେ ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।

ସେହିପରି ଢେଙ୍କାନାଳ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ମହାରାଷ୍ଟ୍ରରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ମୟୁରଭଞ୍ଜ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୬ ଜଣ ସଂକ୍ରମିତଙ୍କ ମଧ୍ୟରୁ ୪ ଜଣ ମହାରାଷ୍ଟ୍ର ଏବଂ ୨ ଜଣ କର୍ଣ୍ଣାଟକରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । କଟକ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୫ ଜଣ ସଂକ୍ରମିତଙ୍କ ମଧ୍ୟରୁ ୪ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଏମାନଙ୍କ ମଧ୍ୟରୁ ଜଣେ ଆନ୍ଧ୍ରପ୍ରଦେଶ, ଜଣେ ମହାରାଷ୍ଟ୍ର, ଜଣେ ତାମିଲନାଡୁ ଏବଂ ଜଣେ ଗୁଜୁରାଟରୁ ଫେରିଥିଲେ । ଅନ୍ୟ ଜଣେ ସ୍ଥାନୀୟ ବାସିନ୍ଦା ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଛନ୍ତି ।

ସେହିପରି ବାଲେଶ୍ବର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୬ ଜଣ ସଂକ୍ରମିତଙ୍କ ମଧ୍ୟରୁ ୫ ଜଣ ମହାରାଷ୍ଟ୍ର ଏବଂ ଜଣେ ତାମିଲନାଡୁରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ବରଗଡ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୬ ଜଣ ସଂକ୍ରମିତଙ୍କ ମଧ୍ୟରୁ ୫ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଏମାନଙ୍କ ମଧ୍ୟରୁ ୪ ଜଣ ତେଲେଙ୍ଗାନା ଏବଂ ଜଣେ ଆନ୍ଧ୍ରପ୍ରଦେଶରୁ ଫେରିଥିଲେ । ଅନ୍ୟ ଜଣେ ସ୍ଥାନୀୟ ବାସିନ୍ଦା ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଛନ୍ତି । ନୂଆପଡା ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୨ ଜଣ ସଂକ୍ରମିତଙ୍କ ମଧ୍ୟରୁ ୧୧ ଜଣ ମହାରାଷ୍ଟ୍ରରୁ ଏବଂ ଜଣେ ତେଲେଙ୍ଗାନାରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।

ସେହିପରି ଗଜପତି ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୬ ଜଣ ସଂକ୍ରମିତ ମହାରାଷ୍ଟ୍ରରୁ ଫେରିଥିବା ବେଳେ ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । କେନ୍ଦୁଝର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୩ ଜଣ ସଂକ୍ରମିତ ତାମିଲନାଡୁରୁ ଫେରିଥିବା ବେଳେ ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଗଞ୍ଜାମ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୦ ଜଣ ସଂକ୍ରମିତଙ୍କ ମଧ୍ୟରୁ ୭ ଜଣ ସୁରଟରୁ, ଜଣେ ଦିଲ୍ଲୀରୁ, ଜଣେ ମହାରାଷ୍ଟ୍ରରୁ ଏବଂ ଜଣେ ତେଲେଙ୍ଗାନାରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।

ସେହିପରି ସୁନ୍ଦରଗଡ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୬ ଜଣ ସଂକ୍ରମିତଙ୍କ ମଧ୍ୟରୁ ୪ ଜଣ ମହାରାଷ୍ଟ୍ରରୁ, ଜଣେ ପଶ୍ଚିମବଙ୍ଗରୁ ଏବଂ ଜଣେ ଝାଡଖଣ୍ଡରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ପୁରୀ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୪ ଜଣ ସଂକ୍ରମିତଙ୍କ ମଧ୍ୟରୁ ୨ ଜଣ ମହାରାଷ୍ଟ୍ର, ଜଣେ ଗୁଜୁରାଟ ଏବଂ ଜଣେ ପଶ୍ଚିମବଙ୍ଗରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ବଲାଙ୍ଗୀର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୧ ଜଣ ସଂକ୍ରମିତଙ୍କ ମଧ୍ୟରୁ ୯ ଜଣ ମହାରାଷ୍ଟ୍ରରୁ ଫେରି କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଅନ୍ୟ ଦୁଇ ଜଣ ସ୍ଥାନୀୟ ବାସିନ୍ଦା ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଛନ୍ତି ।

ସେହିପରି ସମ୍ବଲପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ଗୁଜୁରାଟରୁ ଫେରି କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ମାଲକାନଗିରି ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ତାମିଲନାଡୁରୁ ଫେରି କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।

   Related Posts