Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନାକରେ ବୁଷ୍ଟର ଡୋଜ୍ ପରୀକ୍ଷଣକୁ ଡିସିଜିଆଇର ମଞ୍ଜୁରୀ, ଭାରତ ବାୟୋଟେକ୍ କରିବ କ୍ଲିନିକଲ ଟ୍ରାଏଲ
  • ||
  • ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୬୦କୁ ବୃଦ୍ଧି
  • ||
  • ରାଜ୍ୟରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୦୫୭ କୋଭିଡ୍ ପଜିଟିଭ୍, ୧୨୩୬୨୨୬ରେ ପହଞ୍ଚିଲା ସଂଖ୍ୟା
  • ||
  • ପାକିସ୍ତାନ: ବଲୁଚିସ୍ତାନ ଚେକ୍ ପୋଷ୍ଟ ଉପରେ ଆତଙ୍କୀ ହମଲା, ୧୦ ସୈନିକଙ୍କ ମୃତ୍ୟୁ
  • ||
  • ରାଉରକେଲା : ଭିଜିଲାନ୍ସ ଜାଲରେ ଲ୍ୟାମ୍ପ୍ସ ଏମ୍‌ଡି, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଭି. ଅନନ୍ତ ନାଗେଶ୍ୱରନ ହେବେ ଭାରତର ଆଗାମୀ ମୁଖ୍ୟ ଆର୍ଥିକ ପରାମର୍ଶଦାତା, ଅତିଶୀଘ୍ର ଘୋଷଣା କରିପାରନ୍ତି ସରକାର
  • ||
  • ସୋର : ଦେଶୀ ମଦ ଦୋକାନରେ ପଶି କର୍ମଚାରୀଙ୍କୁ କଟୁରୀରେ ହାଣିଲେ ଦୁର୍ବୃତ୍ତ, ଛଡାଇନେଲେ ୭୦ହଜାର ଟଙ୍କା
  • ||
  • କଣ୍ଟାବାଞ୍ଜି : ଚାଲାଣ ବେଳେ ୧୪ ଶ୍ରମିକ ଉଦ୍ଧାର, ଷ୍ଟେସନ ଯିବା ବାଟରେ ଧରିଲା ପୋଲିସ
  • ||
  • ରାଜ୍ୟରେ ୩ ଦିନ ଯାଏଁ ହାଡଭଙ୍ଗା ଶୀତ, ୬ ଜିଲ୍ଲା ବେଶୀ ଥରିବ
  • ||

ଆସିଲା ୧୪୩ କରୋନା ସଂକ୍ରମିତଙ୍କ ତଥ୍ୟ, ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ପଜିଟିଭ୍

3/06/2020 at 1:58 PM

ଭୁବନେଶ୍ବର ୩।୬: ରାଜ୍ୟରେ ବୁଧବାର ୧୪୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୩୮୮ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସମସ୍ତ ୧୪୩ ସଂକ୍ରମିତଙ୍କ ତଥ୍ୟ ଆସିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୨ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୧୧ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ବୁଧବାର ଚିହ୍ନଟ ହୋଇଥିବା ୧୪୩ ସଂକ୍ରମିତଙ୍କ ମଧ୍ୟରୁ ବଲାଙ୍ଗୀର ଜିଲ୍ଲାରୁ ୧୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୧୩ ସଂକ୍ରମିତଙ୍କ ମଧ୍ୟରୁ ୧୦ ଜଣ ମହାରାଷ୍ଟ୍ରରୁ, ୨ ଜଣ ମହାରାଷ୍ଟ୍ରରୁ ଏବଂ ଜଣେ ତାମିଲନାଡୁରୁ ଫେରିଛନ୍ତି । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।

ସେହିପରି କେନ୍ଦ୍ରାପଡା ଜିଲ୍ଲାରୁ ଚିହ୍ନଟ ହୋଇଥିବା ୯ ଜଣ ସଂକ୍ରମିତଙ୍କ ମଧ୍ୟରୁ ୫ ଜଣ ଗୁଜୁରାଟରୁ, ୨ ଜଣ ମହାରାଷ୍ଟ୍ରରୁ ଏବଂ ୨ ଜଣ ତାମିଲନାଡୁରୁ ଫେରିଛନ୍ତି । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ନୂଆପଡା ଜିଲ୍ଲାରୁ ଚିହ୍ନଟ ହୋଇଥିବା ୮ ଜଣ ସଂକ୍ରମିତ ମହାରାଷ୍ଟ୍ରରୁ ଫେରିଥିବା ବେଳେ ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ସୋନପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୭ ଜଣ ସଂକ୍ରମିତଙ୍କ ମଧ୍ୟରୁ ୧୪ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଏମାନଙ୍କ ମଧ୍ୟରୁ ୩ ଜଣ ଗୁଜୁରାଟରୁ, ୮ ଜଣ ତାମିଲନାଡୁରୁ, ୩ ଜଣ ତେଲେଙ୍ଗାନାରୁ ଫେରିଥିଲେ । ଅନ୍ୟ ୩ ଜଣ ସ୍ଥାନୀୟ ବାସିନ୍ଦା ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଛନ୍ତି ।

ସେହିପରି ରାୟଗଡା ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ଦିଲ୍ଲୀରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଗଞ୍ଜାମ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୪୧ ସଂକ୍ରମିତଙ୍କ ମଧ୍ୟରୁ ୩୬ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଏମାନଙ୍କ ମଧ୍ୟରୁ ୧୦ ଜଣ ଗୁଜୁରାଟରୁ, ୪ ଜଣ ମହାରାଷ୍ଟ୍ରରୁ, ଜଣେ ଆନ୍ଧ୍ରପ୍ରଦେଶରୁ, ୨୧ ଜଣ ଗୁଜୁରାଟ/ମହାରାଷ୍ଟ୍ରରୁ ଫେରି ହୋମ୍ କ୍ବାରେଣ୍ଟାଇନ୍‌ରେ ରହିଥିଲେ । ଅନ୍ୟ ୫ ଜଣ ସ୍ଥାନୀୟ ବାସିନ୍ଦା ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଛନ୍ତି ।

ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହୋଇଥିବା ୩ ଜଣ ସଂକ୍ରମିତଙ୍କ ମଧ୍ୟରୁ ୨ ଜଣ ସୁରଟ ଏବଂ ଜଣେ ଦିଲ୍ଲୀରୁ ଫେରି କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ମୟୁରଭଞ୍ଜ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୮ ଜଣ ସଂକ୍ରମିତଙ୍କ ମଧ୍ୟରୁ ୬ ଜଣ ମହାରାଷ୍ଟ୍ରରୁ, ଜଣେ ତେଲେଙ୍ଗାନାରୁ ଏବଂ ଜଣେ ଦିଲ୍ଲୀରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଦେବଗଡରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ତାମିଲନାଡୁରୁ ଫେରି କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।

ସେହିପରି ଅନୁଗୋଳ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୩ ଜଣ ସଂକ୍ରମିତଙ୍କ ମଧ୍ୟରୁ ୨ ଜଣ ମହାରାଷ୍ଟ୍ର ଏବଂ ଜଣେ କର୍ଣ୍ଣାଟକରୁ ଫେରି ସକ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ବାଲେଶ୍ବର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୨୪ ସଂକ୍ରମିତଙ୍କ ମଧ୍ୟରୁ ୨୩ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଜଣେ ସ୍ଥାନୀୟ ବାସିନ୍ଦା ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଛନ୍ତି । ଭଦ୍ରକ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୩ ଜଣ ସଂକ୍ରମିତଙ୍କ ମଧ୍ୟରୁ ଜଣେ ତାମିଲନାଡୁରୁ, ଜଣେ ମହାରାଷ୍ଟ୍ରରୁ ଏବଂ ଜଣେ ପଶ୍ଚିମବଙ୍ଗରୁ ଫେରିଥିଲେ ।

ସେହିପରି କଳାହାଣ୍ଡି ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ଗୁଜୁରାଟରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଗଜପତି ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨ ଜଣ ତେଲେଙ୍ଗାନାରୁ, ଜଣେ ମହାରାଷ୍ଟ୍ରରୁ ଏବଂ ଜଣେ ଆନ୍ଧ୍ରପ୍ରଦେଶରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ସମ୍ବଲପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୩ ଜଣ ସଂକ୍ରମିତଙ୍କ ମଧ୍ୟରୁ ଜଣେ ଆନ୍ଧ୍ରପ୍ରଦେଶ, ଜଣେ ମହାରାଷ୍ଟ୍ର ଏବଂ ଜଣେ ତେଲେଙ୍ଗାନାରୁ ଫେରି କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।

ସେହିପରି ସୁନ୍ଦରଗଡ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୪ ଜଣ ସଂକ୍ରମିତଙ୍କ ମଧ୍ୟରୁ ୨ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଏମାନଙ୍କ ମଧ୍ୟରୁ ଜଣେ ମହାରାଷ୍ଟ୍ର ଏବଂ ଜଣେ ତେଲେଙ୍ଗାନାରୁ ଫେରିଥିଲେ । ଦୁଇ ଜଣ ସ୍ଥାନୀୟ ବାସିନ୍ଦା ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଛନ୍ତି ।

   Related Posts