Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||
  • ସାଲେପୁର : ଟ୍ରକକୁ ଧକ୍କାଦେଲା ଆଉ ଏକ ଟ୍ରକ, ଜଣେ ମୃତ
  • ||

ଆସିଲା ୫୧ ସଂକ୍ରମିତଙ୍କ ତଥ୍ୟ, କଳାହାଣ୍ଡି ଓ ନୟାଗଡ ଜିଲ୍ଲାରୁ ସର୍ବାଧିକ ପଜିଟିଭ୍

21/05/2020 at 12:15 PM

ଭୁବନେଶ୍ବର ୨୧।୫: ରାଜ୍ୟରେ ଗୁରୁବାର ୫୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୨ରେ ପହଞ୍ଚିଛି । ତେବେ ସମସ୍ତ ୫୧ ସଂକ୍ରମିତଙ୍କ ତଥ୍ୟ ଆସିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଚିହ୍ନଟ ହୋଇଥିବା ୫୧ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪ ଜଣ, ଯାଜପୁର ଜିଲ୍ଲାରୁ ୫ ଜଣ, କଟକ ଜିଲ୍ଲାରୁ ୯ ଜଣ, ପୁରୀ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୨ ଜଣ, ନୟାଗଡ ଜିଲ୍ଲାରୁ ୧୧ ଜଣ, ଅନୁଗୋଳ ଜିଲ୍ଲାରୁ ୨ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ ଜଣ, କଳାହାଣ୍ଡି ଜିଲ୍ଲାରୁ ୧୧ ଜଣ, ସମ୍ବଲପୁର ଜିଲ୍ଲାରୁ ୨ ଜଣ ଏବଂ ମାଲକାନଗିରି ଜିଲ୍ଲାରୁ ଜଣେ ରହିଛନ୍ତି ।

କଳାହାଣ୍ଡି ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୧ସଂକ୍ରମିତଙ୍କ ମଧ୍ୟରୁ ୮ ଜଣ ମହାରାଷ୍ଟ୍ରର, ଜଣେ ଛତିଶଗଡ଼ ଏବଂ ଜଣେ ଗୁଜୁରାଟରୁ ଫେରିଥିବା ବେଳେ ଜଣେ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ୧୦ଜଣ ସଂକ୍ରମିତ କ୍ବାରେଣ୍ଟାଇନ୍ ସେଣ୍ଟରେ ରହିଥିଲେ । ପୁରୀ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ପଶ୍ଚିମବଙ୍ଗରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।

ସେହିପରି ମାଲକାନଗିରି ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ତାମିଲନାଡୁରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ସମ୍ବଲପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ଦୁଇ ସକ୍ରମିତଙ୍କ ମଧ୍ୟରୁ ଜଣେ ପଶ୍ଚିମବଙ୍ଗରୁ ଫେରି କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଜଣେ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ନୟାଗଡ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୧ ଜଣ ସଂକ୍ରମିତ ସୁରଟରୁ ଫେରିଥିବା ବେଳେ ସମସ୍ତ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । କଟକ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୯ ସଂକ୍ରମିତ ତେଲେଙ୍ଗାନାରୁ ଫେରିଥିବା ବେଳେ ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।

ସେହିପରି ମୟୂରଭଞ୍ଜ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୩ ଜଣ ସଂକ୍ରମିତ ଆନ୍ଧ୍ରପ୍ରଦେଶରୁ ଫେରିଥିବା ବେଳେ ସମସ୍ତେ କ୍ବାରେଣ୍ଟାଇନ୍‌ ସେଣ୍ଟରରେ ରହିଥିଲେ । ଗଞ୍ଜାମ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୪ ଜଣ ସଂକ୍ରମିତଙ୍କ ମଧ୍ୟରୁ ୩ ଜଣ ସୁରଟରୁ ଫେରି କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଜଣେ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଯାଜପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୫ ଜଣ ସଂକ୍ରମିତ ତାମିଲନାଡୁରୁ ଫେରିବା ପରେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।

ସେହିପରି ଅନୁଗୋଳ ଜିଲ୍ଲାରୁ ଚିହ୍ନଟ ହୋଇଥିବା ଦୁଇ ସଂକ୍ରମିତଙ୍କ ମଧ୍ୟରୁ ଜଣେ ତାମିଲନାଡୁରୁ ଫେରିଥିବା ବେଳେ ଜଣେ ଆନ୍ଧ୍ରପ୍ରଦେଶରୁ ଫେରିଥିଲେ । ଉଭୟ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଜଗତସିଂହପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ଦୁଇ ସଂକ୍ରମିତ ମହାରାଷ୍ଟ୍ରରୁ ଫେରିଥିବା ବେଳେ ଉଭୟ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୫୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୩୪୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

   Related Posts