ଆସିଲା ସମସ୍ତ ୬୧ ସଂକ୍ରମିତଙ୍କ ତଥ୍ୟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ପଜିଟିଭ୍

Published By : Prameya-News7 Bureau | May 15, 2020 IST

ଭୁବନେଶ୍ବର ୧୫।୫: ରାଜ୍ୟରେ ଆଉ ୬୧ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୭୨ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତମାନଙ୍କ ତଥ୍ୟ ଆସିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ୬୧ ସଂକ୍ରମିତଙ୍କ ମଧ୍ୟରେ କେନ୍ଦ୍ରାପଡା ଜିଲ୍ଲାରୁ ୧୩ ଜଣ, ଗଞ୍ଜାମ ଜିଲ୍ଲାରୁ ୧୨ ଜଣ, ବାଲେଶ୍ବର ଜିଲ୍ଲାରୁ ୧୨ ଜଣ, ପୁରୀ ଜିଲ୍ଲାରୁ ୧୦ ଜଣ, ଭଦ୍ରକ ଜିଲ୍ଲାରୁ ୬ ଜଣ, ଯାଜପୁର ଜିଲ୍ଲାରୁ ୨ ଜଣ, କଟକ ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ଜଣେ, ନୟାଗଡ ଜିଲ୍ଲାରୁ ୩ ଜଣ ଏବଂ ଦେବଗଡ ଜିଲ୍ଲାରୁ ଜଣେ ରହିଛନ୍ତି ।

କେନ୍ଦ୍ରାପଡା ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୩ ସଂକ୍ରମିତ ସୁରଟରୁ ଫେରିଥିବା ବେଳେ ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଗଞ୍ଜାମ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୨ ଆକ୍ରାନ୍ତ ସୁରଟରୁ ଫେରିଥିବା ବେଳେ ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଯାଜପୁର ଜିଲ୍ଲାରୁ ୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଦୁଇ ଜଣ ସୁରଟରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।

wp:html /wp:html

ସେହିପରି ସୁନ୍ଦରଗଡ ଜିଲ୍ଲାରୁ ଜଣେ ସଂକ୍ରମିତ ରହିଛନ୍ତି । ସଂକ୍ରମିତ ଜଣଙ୍କ ଅହମ୍ମଦାବାଦରୁ ଫେରିଥିବା ବେଳେ ସେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଦେବଗଡ ଜିଲ୍ଲାରୁ ମଧ୍ୟ ଜଣେ ସଂକ୍ରମିତ ରହିଛନ୍ତି । ସଂକ୍ରମିତ ଜଣଙ୍କ ଅହମ୍ମଦାବାଦରୁ ଫେରିଥିବା ବେଳେ ସେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଭଦ୍ରକ ଜିଲ୍ଲାରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସମସ୍ତେ ପଶ୍ଚିମବଙ୍ଗରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ନୟାଗଡ ଜିଲ୍ଲାର ୩ ଜଣ ସଂକ୍ରମିତ ରହିଥିବା ବେଳେ ସମସ୍ତେ ସୁରଟରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।

wp:html /wp:html

ସେହିପରି ପୁରୀ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୦ ଜଣ ସଂକ୍ରମିତ ସୁରଟରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । କଟକ ଜିଲ୍ଲାର ଜଣେ ସଂକ୍ରମିତ ଅହମ୍ମଦାବାଦରୁ ଫେରିଥିଲେ । ସେ ମଧ୍ୟ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ବାଲେଶ୍ବର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୨ ଜଣଙ୍କ ମଧ୍ୟରୁ ୭ ଜଣ ପଶ୍ଚିମବଙ୍ଗ, ୨ ଜଣ ସୁରଟ, ଜଣେ ମହାରାଷ୍ଟ୍ରରୁ ଫେରିଥିବା ବେଳେ ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଜଣେ ଦିଲ୍ଲୀରୁ ଫେରିଥିବା ବେଳେ ଜଣେ ହୋମ୍ କ୍ବାରେଣ୍ଟାଇନ୍ ରହିଥିଲେ ।

wp:html /wp:html

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.