Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ଛିଡିଲାନି ଭାଗବଣ୍ଟା, ଦୁଇ ପିସ୍ ମାଂସ ପାଇଁ ଆତ୍ମହତ୍ୟା କଲେ ଭଉଣୀ
  • ||
  • କଟକ : ରେଭେନ୍ସା ବିଶ୍ବବିଦ୍ୟାଳୟର ନୂତନ କୁଳପତି ହେଲେ ପ୍ରଫେସର ସଞ୍ଜୟ ନାୟକ
  • ||
  • ଭୁବନେଶ୍ବର : ନାବାଳିକା ଗଣଦୁଷ୍କର୍ମ ମାମଲା, ଅପ୍ରେଲ ୫ରେ ଚୂଡାନ୍ତ ଶୁଣାଣି
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୪ କୋଭିଡ୍ ସଂକ୍ରମିତ, ୩୩୪୦୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ମେ’ ରେ ହେବ କଂଗ୍ରେସର ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ, ସିଡବ୍ଲ୍ୟୁସି ବୈଠକ ପରେ ବଡ ଘୋଷଣା କଲା ଦଳ
  • ||
  • ହୁ ହୁ ହୋଇ ବଢୁଛି ତୈଳଦର, ମୁମ୍ବାଇରେ ୯୧ ଟଙ୍କା ଉପରେ ପେଟ୍ରୋଲ ଦାମ୍
  • ||
  • ରାଉରକେଲା : ନିଆଁ ପୁଇଁବା ହେଲା କାଳ, ଦଳିଦେଲା ଦନ୍ତା, ଚାଲିଗଲା ଜୀବନ
  • ||
  • ଝଲସିବ ଅର୍କ କ୍ଷେତ୍ର : ନୂଆ ରୂପ ପାଇବ କୋଣାର୍କ ସୂର୍ଯ୍ୟ ମନ୍ଦିର, ପର୍ଯ୍ୟଟକଙ୍କୁ ମିଳିବ ବିଶ୍ୱସ୍ତରୀୟ ସୁବିଧା
  • ||
  • ଆଜି ବସୁଛି କଂଗ୍ରେସର ସିଡବ୍ଲ୍ୟୁସି ବୈଠକ, ଅଧ୍ୟକ୍ଷ ନିର୍ବାଚନ ନେଇ ହେବ ଆଲୋଚନା !
  • ||
  • ଏଥର ନିଜ ସ୍କୁଲରେ ଛାତ୍ରଛାତ୍ରୀ ଦେବେ ମାଟ୍ରିକ ପରୀକ୍ଷା, ୨ ଘଣ୍ଟାରେ ଲେଖିବାକୁ ପଡିବ ଉତ୍ତର
  • ||

ଆସିଲା ୬୩ ସଂକ୍ରମିତଙ୍କ ତଥ୍ୟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ପଜିଟିଭ୍

29/05/2020 at 11:47 AM

ଭୁବନେଶ୍ବର ୨୯।୫: ରାଜ୍ୟରେ ଶୁକ୍ରବାର ୬୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୭୨୩ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସମସ୍ତ ୬୩ ସଂକ୍ରମିତଙ୍କ ତଥ୍ୟ ଆସିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ୬୩ ସଂକ୍ରମିତଙ୍କ ମଧ୍ୟରୁ ୬୧ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଦୁଇ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ।

ସୁନ୍ଦରଗଡ ଜିଲ୍ଲାରୁ ଚିହ୍ନଟ ହୋଇଥିବା ଦୁଇ ସଂକ୍ରମିତ ମହାରାଷ୍ଟ୍ରରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଖୋର୍ଦ୍ଧା ଜିଲ୍ଲା ଭୁବନେଶ୍ବରରୁ ଚିହ୍ନଟ ହୋଇଥିବା ଦୁଇ ସଂକ୍ରମିତଙ୍କ ମଧ୍ୟରୁ ଜଣେ ମହାରାଷ୍ଟ୍ର ଏବଂ ଅନ୍ୟ ଜଣେ ଦିଲ୍ଲୀରୁ ଫେରିଥିଲେ । ଉଭୟ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ପୁରୀ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ଛତିଶଗଡରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।

ସେହିପରି କଟକ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୩ ଜଣ ସଂକ୍ରମିତଙ୍କ ମଧ୍ୟରୁ ଦୁଇ ଜଣ ପଶ୍ଚିମବଙ୍ଗରୁ ଫେରିଥିବା ବେଳେ ଜଣେ ମହାରାଷ୍ଟ୍ରରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଢେଙ୍କାନାଳ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୯ ଜଣ ସଂକ୍ରମିତ ସୁରଟରୁ ଫେରିଥିବା ବେଳେ ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ନୟାଗଡ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୭ ଜଣ ସଂକ୍ରମିତଙ୍କ ମଧ୍ୟରୁ ଜଣେ ପଶ୍ଚିମବଙ୍ଗରୁ ଫେରିଥିବା ୬ ଜଣ ସୁରଟରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।

ସେହିପରି ସମ୍ବଲପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ମହାରାଷ୍ଟ୍ରରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଗଞ୍ଜାମ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୪ ଜଣ ସଂକ୍ରମିତ ସୁରଟରୁ ଫେରିଥିବା ବେଳେ ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୦ ଜଣ ସଂକ୍ରମିତଙ୍କ ମଧ୍ୟରୁ ୮ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଏମାନଙ୍କ ମଧ୍ୟରୁ ୫ ଜଣ ମହାରାଷ୍ଟ୍ର, ୩ ଜଣ ଗୁଜୁରାଟରୁ ଫେରିଥିଲେ । ଅନ୍ୟ ୨ ଜଣ ସ୍ଥାନୀୟ ଲୋକ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଛନ୍ତି ।

ସେହିପରି ବଲାଙ୍ଗୀର ଜିଲ୍ଲାରୁ ଚିହ୍ନଟ ହୋଇଥିବା ଚିହ୍ନଟ ହୋଇଥିବା ୬ ଜଣ ମହାରାଷ୍ଟ୍ରରୁ ଫେରିଥିବା ବେଳେ ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଜଗତସିଂହପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୧ ଜଣ ସଂକ୍ରମିତଙ୍କ ମଧ୍ୟରୁ ୩ ଜଣ ପଶ୍ଚିମବଙ୍ଗରୁ, ଜଣେ ଆନ୍ଧ୍ରପ୍ରଦେଶରୁ, ୨ ଜଣ ଗୁଜୁରାଟରୁ, ୨ ଜଣ ତାମିଲନାଡୁରୁ , ଜଣେ ତେଲେଙ୍ଗାନାରୁ, ୨ ଜଣ ମହାରାଷ୍ଟ୍ରରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଝାରସୁଗୁଡା ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ମହାରାଷ୍ଟ୍ରରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।

ସେହିପରି ବାଲେଶ୍ବର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୩ ଜଣ ସଂକ୍ରମିତଙ୍କ ମଧ୍ୟରୁ ଜଣେ ମହାରାଷ୍ଟ୍ର, ଜଣେ ପଶ୍ଚିମବଙ୍ଗ ଏବଂ ଜଣେ ତାମିଲନାଡୁରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ମୟୁରଭଞ୍ଜ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ତାମିଲନାଡୁରୁ ଫେରି କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ନବରଙ୍ଗପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଜଣଙ୍କ ସୁରଟରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । କୋରାପୁଟ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ଆନ୍ଧ୍ରପ୍ରଦେଶରୁ ଫେରି କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।

   Related Posts