ଆସିଲା ସମସ୍ତ ୬୫ ସଂକ୍ରମିତଙ୍କ ତଥ୍ୟ, ଯାଜପୁରରୁ ସର୍ବାଧିକ ୩୧ ପଜିଟିଭ୍

Published By : Prameya-News7 Bureau | May 16, 2020 IST

ଭୁବନେଶ୍ବର ୧୬।୫: ରାଜ୍ୟରେ ଆଉ ୬୧ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୭୨ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତମାନଙ୍କ ତଥ୍ୟ ଆସିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ୬୫ ସଂକ୍ରମିତଙ୍କ ମଧ୍ୟରେ ଯାଜପୁର ଜିଲ୍ଲାରୁ ୩୧, ଗଞ୍ଜାମ ଜିଲ୍ଲାରୁ ୧୩, କଟକ ଜିଲ୍ଲାରୁ ୬, କେନ୍ଦ୍ରାପଡା ଜିଲ୍ଲାରୁ ୪, ପୁରୀ ଜିଲ୍ଲାରୁ ୪, ଖୋର୍ଦ୍ଧା ଜିଲ୍ଲାରୁ ୩, ମୟୁରଭଞ୍ଜ ଜିଲ୍ଲାରୁ ୨ ଏବଂ ନୟାଗଡ ଜିଲ୍ଲାରୁ ୨ ଜଣ ରହିଛନ୍ତି ।

କେନ୍ଦ୍ରାପଡା ଜିଲ୍ଲାରୁ ଚିହ୍ନଟ ହୋଇଥିବା ୪ ସଂକ୍ରମିତ ସୁରଟରୁ ଫେରିଥିବା ବେଳେ ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଗଞ୍ଜାମ ଜିଲ୍ଲାର ୧୩ ସଂକ୍ରମିତଙ୍କ ମଧ୍ୟରୁ ୧୨ ଜଣ ସୁରଟରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଜଣେ ହୋମ୍ କ୍ବାରେଣ୍ଟାଇନ୍‌ରେ ରହିଥିଲେ ।

wp:html /wp:html

ସେହିଭଳି ମୟୁରଭଞ୍ଜ ଜିଲ୍ଲାର ଦୁଇ ଜଣ ଆକ୍ରାନ୍ତ ସୁରଟରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । କଟକ ଜିଲ୍ଲାର ୬ ସଂକ୍ରମିତ ଅହମ୍ମଦାବାଦରୁ ଫେରିଥିବା ବେଳେ ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ନୟାଗଡ ଜିଲ୍ଲାର ୨ ସଂକ୍ରମିତ ସୁରଟରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ପୁରୀ ଜିଲ୍ଲାର ୪ ଆକ୍ରାନ୍ତ ପଶ୍ଚିମବଙ୍ଗରୁ ଫେରିଥିବା ବେଳେ ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।

wp:html /wp:html

ସେହିପରି ଖୋର୍ଦ୍ଧା ଜିଲ୍ଲାର ୩ ସଂକ୍ରମିତଙ୍କ ମଧ୍ୟରୁ ୨ ସଂକ୍ରମିତ ସୁରଟ ଏବଂ ପଶ୍ଚିମବଙ୍ଗରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଅନ୍ୟ ଜଣେ ସଂକ୍ରମିତ ହୋମ୍ କ୍ବାରେଣ୍ଟାଇନ୍‌ରେ ରହିଥିଲେ । ଯାଜପୁର ଜିଲ୍ଲାର ୩୧ ସଂକ୍ରମିତଙ୍କ ମଧ୍ୟରୁ ୩୦ ଜଣ ପଶ୍ଟିମବଙ୍ଗରୁ ଫେରିଥିବା ବେଳେ ଜଣେ ଝାଡଖଣ୍ଡରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୭୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୬୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୧୬୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.