Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ନକଲି ଘିଅ କାରଖାନାରେ ରେଡ୍‌, ମାଲିକ ଫେରାର
  • ||
  • ବିଧାନସଭା ଆଗରେ ମାଆ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ସ୍ପଷ୍ଟୀକରଣ ରଖିଲା ଜଗତସିଂହପୁର ପୋଲିସ
  • ||
  • ଲିଭର ପ୍ରତ୍ୟାରୋପଣ ପାଇଁ ସମ୍‌ ହସ୍ପିଟାଲ ଓ ଏସିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ଗ୍ୟାଷ୍ଟ୍ରୋଏନଟେରୋଲୋଜି (ଏଆଇଜି ) ମଧ୍ୟରେ ବୁଝାମଣା ସ୍ଵାକ୍ଷରିତ
  • ||
  • ଆନ୍ଦୋଳନରତ କୃଷକଙ୍କୁ ଗୃହ ମନ୍ତ୍ରୀ ଶାହାଙ୍କ ସନ୍ଦେଶ, ସରକାର ଆପଣଙ୍କ ଦାବି ଓ ସମସ୍ୟା ଉପରେ ଆଲୋଚନା କରିବାକୁ ପ୍ରସ୍ତୁତ
  • ||
  • ଡିସେମ୍ବର ମାସ ପାଇଁ ଗାଇଡ୍‌ ଲାଇନ୍ ଜାରି କଲେ ରାଜ୍ୟ ସରକାର
  • ||
  • ଭାଇ ହେଲା ଭଗାରୀ: ଜମିବାଡି ଲୋଭରେ ନିଜ ରକ୍ତ ସଂପର୍କର ଭାଇ-ପୁତୁରାକୁ ଦେଲା ହାଣି
  • ||
  • ଅଭୟକାନ୍ତଙ୍କ ଲିଙ୍କ୍‌ର ଖୋଳତାଡ଼: ସମସ୍ତଙ୍କୁ ଯିବ ନୋଟିସ୍, କିଏ ବଫାଦାର- କିଏ ଗଡ଼ ଫାଦର?
  • ||
  • ପରୀ ହତ୍ୟା ମାମଲା: ଅରୁଣ ବୋଥ୍ରାଙ୍କ ନେତୃତ୍ବରେ ୫ ଜଣିଆ ଏସ୍‌ଆଇଟି ଟିମ୍‌ ଗଠିତ, ହାଇକୋର୍ଟଙ୍କୁ ଅବଗତ କଲେ ସରକାର
  • ||
  • ସୋର : ବେଙ୍ଗାଲୁରୁରୁ ଲୁଟ୍ ହୋଇଥିବା ୪ଲକ୍ଷ ଟଙ୍କା ମିଳିଲା ଚାଉଳ ଡବାରୁ
  • ||
  • ତେଲକୋଇ : ମଞ୍ଚାରେ ଶୋଇଥିବା ବେଳେ ଲାଗିଗଲା ନିଆଁ, ପୋଡି ହୋଇ ମହିଳା ଗୁରୁତର
  • ||

ଆସିଲା ୭୪ ସଂକ୍ରମିତଙ୍କ ତଥ୍ୟ, ବୌଦ୍ଧ ଜିଲ୍ଲାରୁ ସର୍ବାଧିକ ପଜିଟିଭ୍

20/05/2020 at 1:29 PM

ଭୁବନେଶ୍ବର ୨୦।୫: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ହୁ ହୁ ହୋଇ ବଢିବାରେ ଲାଗିଛି । ବୁଧବାର ରାଜ୍ୟରେ ଆଉ ୭୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୫୨ରେ ପହଞ୍ଚିଛି । ତେବେ ସମସ୍ତ ୭୪ ସଂକ୍ରମିତଙ୍କ ତଥ୍ୟ ଆସିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

୭୪ ସଂକ୍ରମିତଙ୍କ ମଧ୍ୟରୁ ବୌଦ୍ଧ ଜିଲ୍ଲାରୁ ୨୮ ଜଣ, ପୁରୀ ଜିଲ୍ଲାରୁ ୧୧ ଜଣ, କଟକ ଜିଲ୍ଲାରୁ ୯ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭ ଜଣ, ଗଞ୍ଜାମ ଜିଲ୍ଲାରୁ ୬ ଜଣ, ଯାଜପୁର ଜିଲ୍ଲାରୁ ୬ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୨ଜଣ, ମାଲକାନଗିରି ଜିଲ୍ଲାରୁ ୨ ଜଣ, ବାଲେଶ୍ୱର, ଢେଙ୍କାନାଳ ଓ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

କେନ୍ଦ୍ରାପଡା ଜିଲ୍ଲାରୁ ଚିହ୍ନଟ ହୋଇଥିବା ୨ ସଂକ୍ରମିତଙ୍କ ମଧ୍ୟରୁ ଜଣେ ପଶ୍ଚିମବଙ୍ଗ, ଜଣେ ତେଲେଙ୍ଗାନାରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ପୁରୀ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୧ ସଂକ୍ରମିତଙ୍କ ମଧ୍ୟରୁ ଜଣେ ଆନ୍ଧ୍ରପ୍ରଦେଶ, ଜଣେ ତାମିଲନାଡୁ, ଜଣେ କର୍ଣ୍ଣାଟକ ଏବଂ ୮ ଜଣ ଗୁଜରାଟରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।

ମାଲକାନଗିରି ଜିଲ୍ଲାରୁ ଚିହ୍ନଟ ହୋଇଥିବା ୨ ସଂକ୍ରମିତ ତାମିଲନାଡୁରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ବାଲେଶ୍ଵର ଜିଲ୍ଲାରୁ ଚିହ୍ନଟ ହୋଇଥିବା ଜଣେ ସଂକ୍ରମିତ ସୁରଟରୁ ଫେରି କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ବୌଦ୍ଧ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୨୮ ସଂକ୍ରମିତଙ୍କ ମଧ୍ୟରୁ ୨୦ ଜଣ ଗୁଜୁରାଟ, ଜଣେ ମହାରାଷ୍ଟ୍ର, ୨ ଜଣ ତେଲେଙ୍ଗାନା, ୫ଜଣ ଆନ୍ଧ୍ରପ୍ରଦେଶରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।

ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହୋଇଥିବା ୭ ସଂକ୍ରମିତଙ୍କ ମଧ୍ୟରୁ ୫ ଜଣ ଗୁଜୁରାଟ, ଜଣେ ପଶ୍ଚିମବଙ୍ଗରୁ ଫେରିଥିବା ବେଳେ ଜଣେ ସ୍ଥାନୀୟ ବାସିନ୍ଦା । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । କଟକ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୯ ସଂକ୍ରମିତଙ୍କ ମଧ୍ୟରୁ ୨ ଜଣ ମହାରାଷ୍ଟ୍ର, ଜଣେ ତାମିଲନାଡୁ, ୬ ଜଣ ସୁରଟରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଗଞ୍ଜାମ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୬ ସଂକ୍ରମିତଙ୍କ ମଧ୍ୟରୁ ୩ ଜଣ ମହାରାଷ୍ଟ୍ର, ଜଣେ ଗୁଜୁରାଟରୁ ଫେରି କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଜଣେ ସ୍ଥାନୀୟ ବାସିନ୍ଦା ।

ଯାଜପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୬ ସଂକ୍ରମିତଙ୍କ ମଧ୍ୟରୁ ୩ ଜଣ ପଶ୍ଚିମବଙ୍ଗ, ଜଣେ ମହାରାଷ୍ଟ୍ର, ୨ ଜଣ ଗୁଜୁରାଟରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଢେଙ୍କାନାଳ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ତାମିଲନାଡୁରୁ ଫେରି କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । କନ୍ଧମାଳ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ କେରଳରୁ ଫେରି କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।

   Related Posts