ଆସିଲା ୭୯ ସଂକ୍ରମିତଙ୍କ ତଥ୍ୟ, କଟକ ଜିଲ୍ଲାରୁ ସର୍ବାଧିକ ପଜିଟିଭ୍

Published By : Prameya-News7 Bureau | May 26, 2020 IST

ଭୁବନେଶ୍ବର ୨୬।୫: ରାଜ୍ୟରେ ମଙ୍ଗଳବାର ୭୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫୧୭ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସମସ୍ତ ୭୯ ସଂକ୍ରମିତଙ୍କ ତଥ୍ୟ ଆସିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

କେନ୍ଦ୍ରାପଡା ଜିଲ୍ଲାରୁ ଚିହ୍ନଟ ହୋଇଥିବା ୬ ଜଣ ସଂକ୍ରମିତଙ୍କ ମଧ୍ୟରୁ ୩ ଜଣ ସୁରଟରୁ, ଦୁଇ ଜଣ ପଶ୍ଚିମବଙ୍ଗରୁ ଏବଂ ଜଣେ ତାମିଲନାଡୁରୁ ଚିହ୍ନଟ ହୋଇଛନ୍ତି । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଝାରସୁଗୁଡାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ମହାରାଷ୍ଟ୍ରରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଯାଜପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ଦୁଇ ଜଣ ସଂକ୍ରମିତ ପଶ୍ଚିମବଙ୍ଗରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।

wp:html /wp:html

ସେହିପରି ଗଞ୍ଜାମ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୫ ଜଣ ସଂକ୍ରମିତଙ୍କ ମଧ୍ୟରୁ ୪ ଜଣ ସୁରଟରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଅନ୍ୟ ଜଣେ ସ୍ଥାନୀୟ ଲୋକ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିଲେ । ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହୋଇଥିବା ୪ ଜଣ ସୁରଟରୁ ଫେରିଥିବା ବେଳେ ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ନୟାଗଡ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୩ ଜଣ ସଂକ୍ରମିତଙ୍କ ସୁରଟରୁ ଫେରିଥିବା ବେଳେ ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । କନ୍ଧମାଳ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ସୁରଟରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।

wp:html /wp:html

ସେହିପରି ପୁରୀ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୪ ଜଣ ସଂକ୍ରମିତଙ୍କ ମଧ୍ୟରୁ ୩ ଜଣ ତାମିଲନାଡୁରୁ ଫେରିଥିବା ବେଳେ ଜଣେ ତେଲେଙ୍ଗାନାରୁ ଫେରିଥିଲେ । ସୋନପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ଗୁଜୁରାଟରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । କନ୍ଧମାଳ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୭ ଜଣ ସଂକ୍ରମିତ ୬ ଜଣ ତାମିଲନାଡୁରୁ ଫେରି କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଜଣେ ସ୍ଥାନୀୟ ଲୋକ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିଲେ । ଅନୁଗୋଳ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ତାମିଲନାଡୁରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।

wp:html /wp:html

ସେହିପରି କେନ୍ଦୁଝର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୮ ଜଣ ସଂକ୍ରମିତଙ୍କ ମଧ୍ୟରୁ ୨ ଜଣ ଗୁଜୁରାଟରୁ, ଜଣେ ତାମିଲନାଡୁରୁ ଜଣେ ମହାରାଷ୍ଟ୍ରରୁ ଏବଂ ଦୁଇ ଜଣ ବିହାରରୁ ଫେରି କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଅନ୍ୟ ଦୁଇ ଜଣ ସ୍ଥାନୀୟ ଲୋକ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଛନ୍ତି ।

wp:html /wp:html

ସେହିପରି ବଲାଙ୍ଗୀର ଜିଲ୍ଲାରୁ ୧୪ ଜଣ ସଂକ୍ରମିତଙ୍କ ମଧ୍ୟରୁ ୭ ଜଣ ପଶ୍ଚିମବଙ୍ଗରୁ ଫେରିଥିବା ବେଳେ ୬ ଜଣ ମହାରାଷ୍ଟ୍ରରୁ ଏବଂ ଜଣେ ତାମିଲନାଡୁରୁ ଫେରି କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଢେଙ୍କାନାଳ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୩ ଜଣ ସଂକ୍ରମିତଙ୍କ ମଧ୍ୟରୁ ଜଣେ ମହାରାଷ୍ଟ୍ରରୁ ଏବଂ ୨ ଜଣ ତେଲେଙ୍ଗାନାରୁ ଫେରି କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । କଟକ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୬ ଜଣ ସଂକ୍ରମିତଙ୍କ ମଧ୍ୟରୁ ୫ ଜଣ ମହାରାଷ୍ଟ୍ରରୁ, ୩ ଜଣ ପଶ୍ଚିମବଙ୍ଗରୁ, ୩ ଜଣ ଆନ୍ଧ୍ରପ୍ରଦେଶରୁ, ଜଣେ ତାମିଲନାଡୁରୁ ଏବଂ ୩ ଜଣ ଦୁବାଇରୁ ଫେରିଥିଲେ । ଅନ୍ୟ ଜଣେ ସ୍ଥାନୀୟ ଲୋକ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୫୧୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୬୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୬୪୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.