ଆସିଲା ୮୦ ସଂକ୍ରମିତଙ୍କ ତଥ୍ୟ, ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୯ ପଜିଟିଭ୍

Published By : Prameya-News7 Bureau | May 23, 2020 IST

ଭୁବନେଶ୍ବର ୨୩।୫: ରାଜ୍ୟରେ ଶନିବାର ୮୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୬୯ରେ ପହଞ୍ଚିଛି । ତେବେ ସମସ୍ତ ୮୦ ସଂକ୍ରମିତଙ୍କ ତଥ୍ୟ ଆସିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଚିହ୍ନଟ ହୋଇଥିବା ୮୦ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୯ ଜଣ, ଯାଜପୁର ଜିଲ୍ଲାରୁ ୧୪ ଜଣ, ବାଲେଶ୍ବର ଜିଲ୍ଲାରୁ ୩ ଜଣ, ପୁରୀ ଜିଲ୍ଲାରୁ ୧୭ ଜଣ, କଟକ ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ୫ ଜଣ, ନୟାଗଡ ଜିଲ୍ଲାରୁ ୫ ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ମାଲକାନଗିରି ଜିଲ୍ଲାରୁ ୫ ଜଣ, କନ୍ଧମାଳ ଜିଲ୍ଲାରୁ ୨ ଜଣ, ଝାରସୁଗୁଡା ଜିଲ୍ଲାରୁ ୩ ଜଣ, ଗଜପତି ଜିଲ୍ଲାରୁ ୪ ଜଣ ଏବଂ ନବରଙ୍ଗପୁର ଜିଲ୍ଲାରୁ ଜଣେ ରହିଛନ୍ତି ।

ଗଜପତି ଜିଲ୍ଲାରୁ ଚିହ୍ନଟ ହୋଇଥିବା ୪ ଜଣ ସଂକ୍ରମିତଙ୍କ ମଧ୍ୟରୁ ଜଣେ ମହାରାଷ୍ଟ୍ରରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଅନ୍ୟ ୩ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ପୁରୀ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୭ ସଂକ୍ରମିତଙ୍କ ମଧ୍ୟରୁ ୧୧ ଜଣ ଗୁଜୁରାଟ, ୪ ଜଣ ପଶ୍ଚିମବଙ୍ଗ, ଜଣେ ଆନ୍ଧ୍ରପ୍ରଦେଶ ଏବଂ ଜଣେ ତାମିଲନାଡୁରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।

wp:html /wp:html

ସେହିପରି ନୟାଗଡ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୫ ସଂକ୍ରମିତଙ୍କ ମଧ୍ୟରୁ ଦୁଇ ଜଣ ସୁରଟ, ଦୁଇ ଜଣ ତେଲେଙ୍ଗାନା ଏବଂ ଜଣେ ପଶ୍ଚିମବଙ୍ଗରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । କଟକ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ଗୁଜୁରାଟରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ବାଲେଶ୍ବର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୩ ଜଣ ସଂକ୍ରମିତ ସୁରଟରୁ ଫେରିଥିବା ବେଳେ ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।

wp:html /wp:html

ସେହିପରି ଗଞ୍ଜାମ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୯ ସଂକ୍ରମିତଙ୍କ ମଧ୍ୟରୁ ୧୫ ଜଣ ସୁରଟ ଏବଂ ଜଣେ ମହାରାଷ୍ଟ୍ରରୁ ଫେରିଥିଲେ । ଏମାନେ ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଅନ୍ୟ ୩ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଯାଜପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୪ ସଂକ୍ରମିତଙ୍କ ମଧ୍ୟରୁ ପଶ୍ଚିମବଙ୍ଗରୁ ୮ ଜଣ, ଆନ୍ଧ୍ରପ୍ରଦେଶରୁ ୫ ଜଣ, ଗୁଜୁରାଟରୁ ଜଣେ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଛନ୍ତି । ସୁନ୍ଦରଗଡ ଜିଲ୍ଲାରୁ ଚିହ୍ନଟ ହୋଇ ୫ ଜଣ ସଂକ୍ରମିତ ମହାରାଷ୍ଟ୍ରକୁ ଫେରିଥିବା ବେଳେ ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।

wp:html /wp:html

ସେହିପରି କନ୍ଧମାଳ ଜିଲ୍ଲାରୁ ଚିହ୍ନଟ ହୋଇଥିବା ଦୁଇ ଜଣ ସଂକ୍ରମିତ ତେଲେଙ୍ଗାନାରୁ ଫେରିଥିବା ବେଳେ ଉଭୟ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଝାରସୁଗୁଡା ଜିଲ୍ଲାରୁ ଚିହ୍ନଟ ହୋଇଥିବା ୩ ଜଣ ସଂକ୍ରମିତଙ୍କ ମଧ୍ୟରୁ ୨ ଜଣ ହୋମ୍ କ୍ବାରେଣ୍ଟାଇନ୍ ରେ ରହିଥିବା ବେଳେ ଜଣେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଜଣେ ଉତ୍ତରପ୍ରଦେଶରୁ ଫେରିଥିବା ବେଳେ ଜଣେ ମହାରାଷ୍ଟ୍ରରୁ ଫେରିଥିଲେ । ଜଣେ ସ୍ଥାନୀୟ ବାସିନ୍ଦାଙ୍କ ସଂସ୍ପର୍ଶରେ ଆସିଥିଲେ ।

wp:html /wp:html

ସେହିପରି ମାଲକାନଗିରି ଜିଲ୍ଲାରୁ ଚିହ୍ନଟ ହୋଇଥିବା ୫ ଜଣ ସଂକ୍ରମିତଙ୍କ ମଧ୍ୟରୁ ୩ ଜଣ ତାମିଲନାଡୁରୁ ଏବଂ ଜଣେ ତେଲେଙ୍ଗାନାରୁ ଫେରିଥିଲେ । ଏମାନେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଅନ୍ୟ ଜଣେ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ନବରଙ୍ଗପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ଆନ୍ଧ୍ରପ୍ରଦେଶରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ବଲାଙ୍ଗୀରରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ତେଲେଙ୍ଗାନାରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।

wp:html /wp:html

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.