ଆସିଲା ୯୬ କରୋନା ସଂକ୍ରମିତଙ୍କ ତଥ୍ୟ, କେନ୍ଦ୍ରାପଡା ଏବଂ ଗଜପତି ଜିଲ୍ଲାରୁ ସର୍ବାଧିକ ପଜିଟିଭ୍

Published By : Prameya-News7 Bureau | May 30, 2020 IST

ଭୁବନେଶ୍ବର ୩୦।୫: ରାଜ୍ୟରେ ଶନିବାର ୯୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୮୧୯ରେ ପହଞ୍ଚିଛି । ତେବେ ଚିହ୍ନଟ ହୋଇଥିବା ସମସ୍ତ ୯୬ ସଂକ୍ରମିତଙ୍କ ତଥ୍ୟ ଆସିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସମସ୍ତ ସଂକ୍ରମିତ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।

କେନ୍ଦୁଝର ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ତେଲେଙ୍ଗାନାରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହୋଇଥିବା ୯ ଜଣ ସଂକ୍ରମିତଙ୍କ ମଧ୍ୟରୁ ୫ ଜଣ ସୁରଟରୁ, ୩ ଜଣ ମହାରାଷ୍ଟ୍ରରୁ ଏବଂ ଜଣେ ତାମିଲନାଡୁରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ନୟାଗଡ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ତାମିଲନାଡୁରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।

wp:html /wp:html

ସେହିପରି ଦେବଗଡ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୪ ଜଣ ସଂକ୍ରମିତ ତାମିଲନାଡୁରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଢେଙ୍କାନାଳ ଜିଲ୍ଲାରୁ ଚିହ୍ନଟ ହୋଇଥିବା ଦୁଇ ଜଣ ସଂକ୍ରମିତ ମହାରାଷ୍ଟ୍ରରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । କଟକ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୬ ଜଣ ସଂକ୍ରମିତଙ୍କ ମଧ୍ୟରୁ ଜଣେ ଆବୁଧାବି, ଜଣେ ଦୁବାଇ ଏବଂ ୪ ଜଣ ମହାରାଷ୍ଟ୍ରରୁ ଫେରି କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।

wp:html /wp:html

ସେହିପରି ନୂଆପଡା ଜିଲ୍ଲାରୁ ଚିହ୍ନଟ ହୋଇଥିବା ୪ ଜଣ ସଂକ୍ରମିତ ମହାରାଷ୍ଟ୍ରରୁ ଫେରିଥିବା ବେଳେ ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଭଦ୍ରକ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୭ ଜଣ ସଂକ୍ରମିତଙ୍କ ମଧ୍ୟରୁ ୪ ଜଣ ଗୁଜୁରାଟରୁ, ଦୁଇ ଜଣ ପଶ୍ଚିମବଙ୍ଗରୁ ଏବଂ ଜଣେ ମହାରାଷ୍ଟ୍ରରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । କେନ୍ଦ୍ରାପଡା ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୦ ଜଣ ସଂକ୍ରମିତଙ୍କ ମଧ୍ୟରୁ ୮ ଜଣ ଗୁଜୁରାଟ, ଜଣେ ମହାରାଷ୍ଟ୍ରରୁ ଏବଂ ଜଣେ ରାଜସ୍ଥାନରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।

wp:html /wp:html

ସେହିପରି ଗଜପତି ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୦ ଜଣ ସଂକ୍ରମିତ ମହାରାଷ୍ଟ୍ରରୁ ଫେରି କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଗଞ୍ଜାମ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୬ ଜଣ ସଂକ୍ରମିତ ସୁରଟରୁ ଫେରିଥିବା ବେଳେ ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ବଲାଙ୍ଗୀର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୭ ଜଣ ସଂକ୍ରମିତ ମହାରାଷ୍ଟ୍ରରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ସୁନ୍ଦରଗଡ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୭ ଜଣ ସଂକ୍ରମିତ ମହାରାଷ୍ଟ୍ରରୁ ଫେରି କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।

wp:html /wp:html

ସେହିପରି ପୁରୀ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ପଶ୍ଚିମବଙ୍ଗରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ବାଲେଶ୍ହର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୪ ଜଣ ସଂକ୍ରମିତଙ୍କ ମଧ୍ୟରୁ ୨ ଜଣ ମହାରାଷ୍ଟ୍ର, ଜଣେ ଗୁଜୁରାଟ ଏବଂ ଜଣେ ତାମିଲନାଡୁରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । କଳାହାଣ୍ଡି ଜିଲ୍ଲାରୁ ଚିହ୍ନଟ ହୋଇଥିବା ୫ ଜଣ ସଂକ୍ରମିତଙ୍କ ମଧ୍ୟରୁ ୨ ଜଣ ମହାରାଷ୍ଟ୍ର, ଜଣେ ଗୁଜୁରାଟ ଏବଂ ୨ ଜଣ ତେଲେଙ୍ଗାନାରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।

wp:html /wp:html

ସେହିପରି ଜଗତସିଂହପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୬ ଜଣ ସଂକ୍ରମିତଙ୍କ ମଧ୍ୟରୁ ୩ ଜଣ ମହାରାଷ୍ଟ୍ରରୁ ଏବଂ ୩ ଜଣ ତାମିଲନାଡୁରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଯାଜପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୬ ଜଣ ସଂକ୍ରମିତଙ୍କ ମଧ୍ୟରୁ ୪ ଜଣ ମହାରାଷ୍ଟ୍ର, ଜଣେ ପଶ୍ଚିମବଙ୍ଗ ଏବଂ ଜଣେ ଗୁରୁରାଟରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।

wp:html /wp:html

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.