ଆଜିଠୁ ଆରମ୍ଭ ହୋଇଛି ମହାକାର୍ତ୍ତିକର ପଞ୍ଚୁକ ବ୍ରତ ; ଶ୍ରୀକ୍ଷେତ୍ର ପୁରୀରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ

Published By : Prameya-News7 Bureau | November 19, 2018 IST

ପୁରୀ ୧୯|୧୧:   ଆଜିଠୁ ଆରମ୍ଭ ହୋଇଛି ମହାକାର୍ତ୍ତିକର ପଞ୍ଚୁକ ବ୍ରତ । ସେଥିପାଇଁ ଶ୍ରୀକ୍ଷେତ୍ର ପୁରୀରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି । ପଞ୍ଚୁକ ୫ ଦିନ ପାଞ୍ଚଟି ସ୍ବତନ୍ତ୍ର ବେଶରେ ଦର୍ଶନ ଦେବେ ମହାପ୍ରଭୁ । ଆଜି ଶ୍ରୀହରି ଉତଥାପନ ଓ ଶ୍ରୀଜିଉଙ୍କ ଲକ୍ଷ୍ମୀ ନାରାୟଣ ବେଶ ଅନୁଷ୍ଠିତ ହେବ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନକୁ ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ଶ୍ରୀମନ୍ଦିର କାର୍ଯ୍ୟାଳୟଠାରୁ ବ୍ୟାରିକେଡ୍ ବ୍ୟବସ୍ଥା ହୋଇଛି । କାର୍ତ୍ତିକ ପାଇଁ ଶ୍ରୀମନ୍ଦିରରେ ସଅଳ ଦ୍ବାରଫିଟା ନୀତି ଅନୁଷ୍ଠିତ ହେଉଥିବା ବେଳେ ସେହି ଅନୁଯାୟୀ ଅନ୍ୟାନ୍ୟ ନୀତି ବି ସଅଳ ଚାଲିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.