Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜି ପ୍ରଧାନମନ୍ତ୍ରୀଙ୍କ ‘ଟିକା’ ସମୀକ୍ଷା, ଭ୍ୟାକସିନ୍ ବିକାଶରେ ଲାଗିଥିବା ୩ କମ୍ପାନୀ ସହ ଆଲୋଚନା
  • ||
  • ଆସନ୍ତାକାଲିଠୁ ପ୍ରସିଦ୍ଧ କୋଣାର୍କ ମହୋତ୍ସବ: କୋଭିଡ଼ କଟକଣା ମଧ୍ୟରେ ପାଳିତ ହେବ ଉତ୍ସବ
  • ||
  • ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା : ଡଙ୍ଗା ଭସା ଉପରେ ରୋକ , କୋଭିଡ କଟକଣା ଯୋଗୁଁ ଉତ୍ସବ ଫିକା
  • ||
  • କମିବାରେ ଲାଗିଛି କରୋନା ପ୍ରଭାବ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୭୦୭ ଆକ୍ରାନ୍ତ
  • ||

ଆଜି ପବିତ୍ର ଶାମ୍ବ ଦଶମୀ, ଚନ୍ଦ୍ରଭାଗାରେ ସୂର୍ଯ୍ୟଦେବଙ୍କୁ ପୂଜାର୍ଚ୍ଚନା କଲେ ଶ୍ରଦ୍ଧାଳୁ

5/01/2020 at 10:30 AM

କୋଣାର୍କ ୫।୧: ଆଜି ପବିତ୍ର ଶାମ୍ବ ଦଶମୀ । ଏହି ଅବସରରେ ଅର୍କକ୍ଷେତ୍ର କୋଣାର୍କ ଚନ୍ଦ୍ରଭାଗା ବେଳାମାର୍ଗ ଚଳଚଂଚଳ । ସକାଳୁ ଚନ୍ଦ୍ରଭାଗା ଠାରେ ପ୍ରଭୁ ସୂର୍ଯ୍ୟ ନାରାୟଣଙ୍କୁ ଦୀପ ଦାନ କରିବା ସହ ପୂଜାର୍ଚ୍ଚନା କରିଛନ୍ତି ହଜାର ହଜାର ଶ୍ରଦ୍ଧାଳୁ ।

ଆଜି ସୂର୍ଯ୍ୟ ୬ଟା ୨୬ରେ ଭକ୍ତଙ୍କୁ ଦର୍ଶନ ଦେଇଥିଲେ । ଆଜି ନିକଟସ୍ଥ ଅବଧୂତ ମଠରୁ ସୂର୍ଯ୍ୟ ରଥ ବାହାରି ଚନ୍ଦ୍ରଭାଗା ଠାରେ ପହଂଚି ଥିଲା । ଶାମ୍ବଦଶମୀ ଦିନ ଚନ୍ଦ୍ରଭାଗା ଠାରେ ସ୍ନାନ କରି ପ୍ରଭୁ ସୂର୍ଯ୍ୟ ନାରାୟଣଙ୍କ ଦର୍ଶନ କଲେ ରୋଗ ମୁକ୍ତ ହେବା ସହ ମନସ୍କାମନା ପୂରଣ ହୋଇଥାଏ ବୋଲି ଶ୍ରଦ୍ଧାଳୁଙ୍କ ବିଶ୍ବାସ ।

ପୌରାଣିକ ମତ ଅନୁସାରେ ପ୍ରଭୁ ଶ୍ରୀକୃଷ୍ଣ ମା ଜାମ୍ବବତୀଙ୍କ ସହ ରତିକ୍ରିଡାରେ ଥିବାବେଳେ ଶ୍ରୀକୃଷ୍ଣଙ୍କ ପୁତ୍ର ଶାମ୍ବ ସେଠାରେ ପହଂଚି ଯାଇଥିଲେ । ପ୍ରଭୁ ଶ୍ରୀକୃଷ୍ଣ ରାଗିଯାଇ ଶାମ୍ବକୁ କୃଷ୍ଠ ରୋଗର ଅଭିଶାପ ଦେଇଥିଲେ । ପରେ ଅଭିଶାପ ଯୋଗୁଁ ଶାମ୍ବ କୁଷ୍ଠ ରୋଗରେ ଆକ୍ରାନ୍ତ ହୋଇଥିଲେ । କୁଷ୍ଠ ରୋଗରୁ ମୁକ୍ତ ହେବାପାଇଁ ଶାମ୍ବ ନାରଦ ମୁନିଙ୍କ ଶରଣlପନ୍ନ ହୋଇଥଲେ । ସୂର୍ଯ୍ୟନାରାୟଣଙ୍କୁ ପୂଜାକଲେ କୁଷ୍ଠ ରୋଗରୁ ମୁକ୍ତହେବ ବୋଲି ଶାମ୍ବଙ୍କୁ ନାରଦ ମୁନି ପରାମର୍ଶ ଦେଇଥିଲେ । ପରେ ଶାମ୍ବ ଅର୍କକ୍ଷେତ୍ର ଚନ୍ଦ୍ରଭାଗାଠାରେ ସୂର୍ଯ୍ୟ ପୂଜାକରି କୁଷ୍ଠ ରୋଗରୁ ମୁକ୍ତ ହୋଇଥିଲେ ।  

ଶାମ୍ବଦଶମୀରେ କୋଣାର୍କ ଅବଧୂତ ମଠ ଠାରୁ ଏକ ସୂର୍ଯ୍ୟ ରଥ ବାହାରି ଚନ୍ଦ୍ରଭାଗା ନିକଟକୁ ନିଆଯାଇଥାଏ । ସେଠାରେ ୨୭ଦିନ ରଖାଯାଇ ଗ୍ରହ ନକ୍ଷେତ୍ର ପୂଜାର୍ଚ୍ଚନା କରାଯିବା ପରେ ମାଘ ସପ୍ତମୀ ତିଥିରେ ସୂର୍ଯ୍ୟ ମହାପ୍ରଭୁଙ୍କୁ ଅଣାଯାଇଥାଏ । ସୂର୍ଯ୍ୟ ରଥକୁ ଟାଣିବା ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଜମେ ।

   Related Posts