ବିଦ୍ୟାଭାରତୀଙ୍କ ସହ ସମ୍ପର୍କକୁ ଅସ୍ବୀକାର କଲେ DFO, ୩ ଘଣ୍ଟା ମାରାଥନ୍ ଜେରା

Published By : Prameya-News7 Bureau | July 23, 2021 IST

ଗଜପତି ୨୩।୭: ପାରଳାଖେମୁଣ୍ଡି ଏସିଏଫଓ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ମାମଲାରେ ଡିଏଫଓ ସଂଗ୍ରାମ କେଶରୀ ବେହେରାଙ୍କୁ ମାରାଥନ୍ ଜେରା କରିଛି ତଦନ୍ତକାରୀ ଟିମ୍ । ୩ ଘଣ୍ଟା ଧରି ଡିଏଫଓଙ୍କୁ ଜେରା କରାଯାଇଥିଲା । ବିଦ୍ୟାଭାରତୀଙ୍କ ସହ ସମ୍ପର୍କକୁ ଖଣ୍ଡନ କରିଥିଲେ ଡିଏଫଓ ସଂଗ୍ରାମ କେଶରୀ ବେହେରା । ବିଦ୍ୟାଭାରତୀଙ୍କ ସହ ତାଙ୍କର କୌଣସି ସଂପର୍କ ନଥିବା ଜେରା ବେଳେ ତଦନ୍ତକାରୀ ଟିମ୍ ଆଗରେ ସେ ପ୍ରକାଶ କରିଛନ୍ତି ।

ଜେରା ଶେଷ ହେବା ପରେ ପାରଳାଖେମୁଣ୍ଡି ଥାନା ଅଧିକାରୀ ବିବେକାନନ୍ଦ ସ୍ବାଇଁ ଏ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ । ତେବେ କିଛି ଗୁରୁତ୍ବପୂର୍ଣ୍ଣ ତଥ୍ୟ ମିଳିଥିବା ନେଇ ସେ ସୂଚନା ଦେଇଛନ୍ତି । ସେପଟେ କିନ୍ତୁ ଜେରା ସମ୍ପର୍କରେ କୌଣସି ମତାମତ ଦେଇନାହାନ୍ତି ଡିଏଫଓ ।

ଏସିଏଫଓ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ମାମଲାର ତଦନ୍ତ ପାଇଁ ଡିଏଫଓ ସଂଗ୍ରାମ କେଶରୀ ବେହେରାଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ ପୋଲିସ ଓ କ୍ରାଇମବ୍ରାଞ୍ଚ ଟିମ୍ । ଡିଏଫଓଙ୍କ କାର୍ଯ୍ୟାଳୟରେ ଚାଲିଥିଲା ଜେରା । କଡା ସୁରକ୍ଷାବଳୟ ମଧ୍ୟରେ ନିଜ ସରକାରୀ ବସଭବନରୁ କାର୍ଯ୍ୟାଳୟରେ ପହଞ୍ଚିଥିଲେ ଡିଏଫଓ । ପୂର୍ବରୁ ତାଙ୍କ କାର୍ଯ୍ୟାଳୟରେ ପୋଲିସ ଓ କ୍ରାଇମବ୍ରାଞ୍ଚ ଟିମ୍ ପହଞ୍ଚିସାରିଥିଲେ । ଡିଏଫଓଙ୍କୁ ଜେରା ପରେ କିଛି ତଥ୍ୟ ସାମ୍ନାକୁ ଆସିବ ବୋଲି କୁହାଯାଉଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.