Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ଅପ୍‌ଡେଟ୍‌: ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବାତିଲ୍‌ ହେଲା ଟ୍ରେନ୍‌
  • ||
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||

କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ

25/10/2021 at 7:46 AM

ଆଠଗଡ, ୨୫|୧୦:  ଆଜି ହେଉଛି କାର୍ତ୍ତିକ ମାସର ପ୍ରଥମ ସୋମବାର।  ଏହି ଦିନ ଦେବ ଦେବ ମହାଦେବଙ୍କୁ ଦର୍ଶନ କଲେ କୋଟି ଜନ୍ମର ପୁଣ୍ୟ ମିଳିବା ସହିତ ମାନସିକ ଶାନ୍ତି ମିଳିଥାଏ । ତେବେ ଚଳିତ ବର୍ଷ କାର୍ତ୍ତିକ ପ୍ରଥମ ସୋମବାରରେ ଧବଳେଶ୍ଵରଙ୍କୁ ଦର୍ଶନ କରିପାରିବେନି ଭକ୍ତ।

କଟକ ଜିଲ୍ଲାର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ଵରଙ୍କ ପୀଠରେ ଚଳିତ କାର୍ତ୍ତିକ ମାସର ପ୍ରଥମ ସୋମବାରକୁ ୧୪୪ଧାରା ଜାରୀ କରିଛି । ଭୋର ୪ଟାରୁ ରାତ୍ର ଦଶ ଘଟିକା ପର୍ଯ୍ୟନ୍ତ ଏହି ନିୟମ ବଳବତ୍ତର ରହିବ ବୋଲି ଆଠଗଡ଼ ଉପଜିଲ୍ଲାପାଳ ଅଜାମ୍ବର ମହାନ୍ତିଙ୍କ ସୂଚନା ।  ରାଜ୍ୟ ସରକାରଙ୍କ କୋଭିଡ କଟକଣାକୁ ଆଖି ଆଗରେ ରଖି ସମସ୍ତ କାର୍ତ୍ତିକ ବ୍ରତଧାରୀ ଓ ଶ୍ରଦ୍ଧାଳୁ ଭକ୍ତମାନଙ୍କୁ ପୀଠକୁ ନ ଆସିବାକୁ ବାରଣ କରାଯାଇଛି ।

ପୀଠରେ ୧୪୪ ଧାରା ଲାଗୁ କରାଯାଇଥିବାରୁ  ମନ୍ଦିର ଗୁଡିକରେ ଖାଁ ଖାଁ ପରିବେଶ ସୃଷ୍ଟି ହୋଇଛି। ଅନ୍ୟ ପଟେ ପୂଜକ ସମିତି ପକ୍ଷରୁ ଭୋର୍ ୪ଟାରୁ ପହଡ ଖୋଲାଯାଇ ୧୦୮ ଜଳରେ ବାବାଙ୍କୁ ସ୍ନାନ ପରେ  ମଙ୍ଗଳାଆଳତୀ, ମାଇଲମ୍, ବାଳଭୋଗ ଆଦି ସମସ୍ତ ନୀତିକାନ୍ତି ସମ୍ପନ୍ନ କରାଯାଇଥିଲା।

   Related Posts