Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଣ୍ଡଳିରୁ ଭାସି ଯାଇଛି ହାତୀ, ଠାବ ହୋଇପାରିନି ଅବସ୍ଥିତି
  • ||
  • ଅରିନ୍ଦମ ଦାସଙ୍କୁ ଶ୍ରଦ୍ଧାଞ୍ଜଳି, ଗୁରୁତରଙ୍କ ଆସୁ ଆରୋଗ୍ୟ କାମନା କରି ଭଦ୍ରକ ଜିଲ୍ଲା ସାମ୍ବାଦିକଙ୍କ କ୍ୟାଣ୍ଡେଲ ଶୋଭାଯାତ୍ରା
  • ||
  • ଉଦଳା : ନିଜେ ବିଷ ପିଇ ଦୁଇ ଶିଶୁ କନ୍ୟାଙ୍କୁ ପିଆଇଦେଲା, ଚିକିତ୍ସାଧିନ ଅବସ୍ଥାରେ ଚାଲିଗଲା ମା’ର ଜୀବନ
  • ||
  • କଟକ : ମୁଣ୍ଡଳୀରେ ବୋଟ୍ ଦୁର୍ଘଟଣାରେ ସମ୍ବାଦଦାତା ଅରିନ୍ଦମ୍ ଦାସଙ୍କ ଅକାଳ ବିୟୋଗ, ଗଜ ଉଦ୍ଧାର ଖବର ଆଣିବାକୁ ଓଡ୍ରାଫ୍ ଟିମ୍ ସହ ଯାଇଥିଲେ
  • ||
  • କଟକ : ମୁଣ୍ଡଳୀ ବ୍ୟାରେଜରେ ଫସିଥିବା ହାତୀକୁ ଉଦ୍ଧାର ବେଳେ ଓଲଟିଲା ଓଡ୍ରାଫ୍ ବୋଟ୍
  • ||
  • ଭୁବନେଶ୍ବର କୋର୍ଟ ପରିସର ୩ଦିନ ସିଲ୍, ଜୁଡିସିଆଲ୍ କର୍ମଚାରୀ ଓ ଆଇନଜୀବୀ କରୋନା ପଜିଟିଭ୍ ପରେ ପଦକ୍ଷେପ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୩୯ କୋଭିଡ୍ ପଜିଟିଭ୍
  • ||
  • ବିଜେପି ନେତା ଫଡନାଭୀସଙ୍କ ଶରଣରେ କଂଗ୍ରେସ ନେତା, କହିଲେ- ‘ଆମ ପ୍ରାର୍ଥୀଙ୍କୁ ଜିତିବାରେ ସାହାଯ୍ୟ କର’
  • ||
  • ଉପରମୁଣ୍ଡରେ ବର୍ଷା, ବଢୁଛି ହୀରାକୁଦର ଜଳସ୍ତର
  • ||

ଧଳାଜହର କାରବାରର ପର୍ଦ୍ଦାଫାଶ, ଜଳେଶ୍ୱରରୁ ଜବତ ହେଲା ୨୫୦ ଗ୍ରାମ ବ୍ରାଉନ୍‌ସୁଗାର

2/08/2021 at 12:48 PM

ଜଳେଶ୍ୱର ୦୨।୦୮: ପୁଣି ଜବତ ହେଲା ବ୍ରାଉନସୁଗାର । ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଅଞ୍ଚଳରୁ ୨୫୦ ଗ୍ରାମର ବ୍ରାଉନସୁଗାର ଜବତ ହୋଇଛି । ଜବତ ବ୍ରାଉନ୍‌ସୁଗାରର ଦାମ୍‌ ଲକ୍ଷାଧିକ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି । ଏହାସହିତ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି । ଗିରଫ ବ୍ୟକ୍ତିଙ୍କ ନାମ ସେକ୍‌ ସାବିର ବୋଲି ଜଣାପଡିଛି ।

ଖବର ଅନୁଯାୟୀ, ଜଳେଶ୍ୱର ଅଞ୍ଚଳରେ ବ୍ରାଉନ୍‌ସୁଗାର କାରବାର ବଢିଚାଲିଛି । ଗତ କିଛି ଦିନ ହେଲା ପୋଲିସ ଓ ଅବକାରୀ ବିଭାଗର ଚଢାଉରେ ବିପୁଳ ପରିମାଣର ବ୍ରାଉନ୍‌ସୁଗାର ଜବତ ହୋଇଛି । ଏହି ପରିପେକ୍ଷୀରେ ଜଳେଶ୍ୱର ରଜାପୁର ଅଞ୍ଚଳରେ ଚଢାଉ କରିଥିଲେ ପୋଲିସ ଓ ଅବକାରୀ ବିଭାଗ । ଏହି ଚଢାଉରେ ସେକ୍‌ ସାବିର ନାମକ ଜଣଙ୍କ ବ୍ୟକ୍ତିଙ୍କୁ ଗିରଫ କରିବା ସହ ୨୫୦ ଗ୍ରାମର ବ୍ରାଉନ୍‌ସୁଗାର ଜବତ ହୋଇଛି । ଅଟକ ବ୍ୟକ୍ତିଙ୍କୁ ପଚରାଉଚରା ଜାରି ରଖିଛନ୍ତି ଉଭୟ ଟିମ୍‌ । ବ୍ରାଉନ୍‌ସୁଗାର ଲିଙ୍କ କେଉଁଆଡ଼େ ଲମ୍ବିଛି , ସେନେଇ ଛାନ୍‌ଭିନ୍‌ ଜାରି ରଖିଛି ଟିମ୍ ।

   Related Posts