Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁଣି ନକଲି ଘିଅ କାରଖାନାରେ ରେଡ୍‌, ମାଲିକ ଫେରାର
  • ||
  • ବିଧାନସଭା ଆଗରେ ମାଆ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ସ୍ପଷ୍ଟୀକରଣ ରଖିଲା ଜଗତସିଂହପୁର ପୋଲିସ
  • ||
  • ଲିଭର ପ୍ରତ୍ୟାରୋପଣ ପାଇଁ ସମ୍‌ ହସ୍ପିଟାଲ ଓ ଏସିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ଗ୍ୟାଷ୍ଟ୍ରୋଏନଟେରୋଲୋଜି (ଏଆଇଜି ) ମଧ୍ୟରେ ବୁଝାମଣା ସ୍ଵାକ୍ଷରିତ
  • ||
  • ଆନ୍ଦୋଳନରତ କୃଷକଙ୍କୁ ଗୃହ ମନ୍ତ୍ରୀ ଶାହାଙ୍କ ସନ୍ଦେଶ, ସରକାର ଆପଣଙ୍କ ଦାବି ଓ ସମସ୍ୟା ଉପରେ ଆଲୋଚନା କରିବାକୁ ପ୍ରସ୍ତୁତ
  • ||
  • ଡିସେମ୍ବର ମାସ ପାଇଁ ଗାଇଡ୍‌ ଲାଇନ୍ ଜାରି କଲେ ରାଜ୍ୟ ସରକାର
  • ||
  • ଭାଇ ହେଲା ଭଗାରୀ: ଜମିବାଡି ଲୋଭରେ ନିଜ ରକ୍ତ ସଂପର୍କର ଭାଇ-ପୁତୁରାକୁ ଦେଲା ହାଣି
  • ||
  • ଅଭୟକାନ୍ତଙ୍କ ଲିଙ୍କ୍‌ର ଖୋଳତାଡ଼: ସମସ୍ତଙ୍କୁ ଯିବ ନୋଟିସ୍, କିଏ ବଫାଦାର- କିଏ ଗଡ଼ ଫାଦର?
  • ||
  • ପରୀ ହତ୍ୟା ମାମଲା: ଅରୁଣ ବୋଥ୍ରାଙ୍କ ନେତୃତ୍ବରେ ୫ ଜଣିଆ ଏସ୍‌ଆଇଟି ଟିମ୍‌ ଗଠିତ, ହାଇକୋର୍ଟଙ୍କୁ ଅବଗତ କଲେ ସରକାର
  • ||
  • ସୋର : ବେଙ୍ଗାଲୁରୁରୁ ଲୁଟ୍ ହୋଇଥିବା ୪ଲକ୍ଷ ଟଙ୍କା ମିଳିଲା ଚାଉଳ ଡବାରୁ
  • ||
  • ତେଲକୋଇ : ମଞ୍ଚାରେ ଶୋଇଥିବା ବେଳେ ଲାଗିଗଲା ନିଆଁ, ପୋଡି ହୋଇ ମହିଳା ଗୁରୁତର
  • ||

୧କୋଟି ଟଙ୍କାର ବ୍ରାଉନସୁଗାର ଜବତ : ବାଲେଶ୍ୱରରୁ ଆଣି ଭୁବନେଶ୍ୱରରେ ବେପାର କରୁଥିଲା ଅଭିଯୁକ୍ତ, ମାଡିବସିଲା STF

31/10/2020 at 2:03 PM

ଭୁବନେଶ୍ୱର ୩୧।୧୦: ରାଜଧାନୀରୁ ପୁଣି ବ୍ରାଉନସୁଗାର ଜବତ । ୧ କୋଟିରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ ହୋଇଛି । କ୍ରାଇମବ୍ରାଞ୍ଚର STF ଟିମ୍‌ ଏହି ବ୍ରାଉନସୁଗାର ଜବତ କରିଛି । ଧଳାଜହର କାରବାର ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି STF ।

ଖବର ଅନୁଯାୟୀ, ଭୁବନେଶ୍ୱରରୁ ପ୍ରାୟ ୧ କେଜି ୧୭୦ ଗ୍ରାମ୍‌ ବ୍ରାଉନସୁଗାର ଜବତ କରିଛି କ୍ରାଇମବ୍ରାଞ୍ଚ STF । ବ୍ରାଉନସୁଗାର କାରବାର ଅଭିଯୋଗରେ ବାଲେଶ୍ବର ଜଳେଶ୍ବର ଅଞ୍ଚଳର ସେକ୍‌ ହସିମ ବକ୍ସକୁ ଗିରଫ କରାଯାଇଛି । ସେକ୍‌ ହସିମ ବାଲେଶ୍ବରରୁ ଭୁବନେଶ୍ବର ଆଣି ବ୍ୟବସାୟ କରୁଥିଲା ଧଳାଜହର ।

ସେହିପରି ଚଳିତ ବର୍ଷ ଜାନୁଆରୀରୁ ବର୍ତ୍ତମାନ ପର୍ଯ୍ୟନ୍ତ ୩୦ କେଜିରୁ ଅଧିକ ବ୍ରାଉନସୁଗାର ଜବତ । ୨୪ଟି କେସ୍‌ ହୋଇଥିବା ବେଳେ ୪୪ ଜଣ ଗିରଫ ହୋଇଛନ୍ତି । ଏନେଇ କ୍ରାଇମବ୍ରାଞ୍ଚ ଏଡିଜି ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ସୂଚନା ଦେଇଛନ୍ତି ।

   Related Posts