ବିଜୟ ସଙ୍କଳ୍ପ ସମାବେଶରେ ଯୋଗଦେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ଧର୍ମେନ୍ଦ୍ର

Published By : Prameya-News7 Bureau | April 19, 2019 IST

ଭୁବନେଶ୍ବର ୧୯|୪: ସରିଲା ଦ୍ବିତୀୟ ପର୍ଯ୍ୟାୟ ମତଦାନ । ଏବେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ଜେ।ରଦାର କରିଛନ୍ତି ନେତା । ବିଭିନ୍ନ ସ୍ଥାନରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।  ବିଜୟ ସଙ୍କଳ୍ପ ସମାବେଶରେ ଯୋଗଦେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ଧର୍ମେନ୍ଦ୍ର । ଆଠମଲ୍ଲିକ, ରେଢାଖୋଲ, ରେଙ୍ଗାଲି, କୁଚିଣ୍ଡାରେ ଅନୁଷ୍ଠିତ ବିଜୟ ସଂକଳ୍ପ ସମାବେଶରେ ଯୋଗଦେଇଛନ୍ତି । ଏହାପରେ ଦେବଗଡ ଓ ହିନ୍ଦୋଳରେ ବିଜୟ ସଂକଳ୍ପ ସମାବେଶରେ ଯୋଗଦେଇଛନ୍ତି । ତାଳଚେରରେ ମଧ୍ୟ ରୋଡ୍ ସୋ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ରାଜ୍ୟରେ ପରିବର୍ତ୍ତନ ଦରକାର । ତେଣୁ ପଦ୍ମକୁ ବିପୁଳ ପରିମାଣରେ ଭେ।ଟ୍ ଦେଇ ଜିତାଇବାକୁ ଭେ।ଟରଙ୍କୁ ନିବେଦନ କରିଛନ୍ତି ଧର୍ମେନ୍ଦ୍ର ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.