କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନା ସଂକ୍ରମିତ, ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି

Published By : Prameya-News7 Bureau | August 04, 2020 IST

ନୂଆଦିଲ୍ଲୀ, ୦୪|୦୮: କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତାଙ୍କୁ ହରିୟାଣାର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏନେଇ ସେ ନିଜେ ଟ୍ୱିଟ୍ କରି ଜଣାଇଛନ୍ତି ।

ଗୃହମନ୍ତ୍ରୀ ଅମିତ ଶାହଙ୍କ ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ କରୋନା ଆକ୍ରାନ୍ତ ହୋଇଛନ୍ତି । ରବିବାର ଅମିତ ଶାହ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ । ଧର୍ମେନ୍ଦ୍ର ପ୍ରଧାନ ହେଉଛନ୍ତି ଦ୍ୱିତୀୟ କେନ୍ଦ୍ରମନ୍ତ୍ରୀ ଯିଏ କରୋନା ସଂକ୍ରମିତ ହୋଇଛନ୍ତି ।

wp:html /wp:html

ପୂର୍ବରୁ ଅନେକ ବିଜେପି ନେତା ଯେପରିକି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ, କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବିଏସ ୟେଦିୟୁରପ୍ପା, ୟୁପି ବିଜେପି ସଭାପତି ମଧ୍ୟ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.