Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର : ଗୋଶାଳା କଲପଡାରେ ଖାଲରେ ଖସିପଡି ୨ ଶିଶୁ ମୃତ
  • ||
  • ଢେଙ୍କାନାଳ : ଭିଜିଲାନ୍ସ ଜାଲରେ ଥାନା ଅଧିକାରୀ, ଯୌତୁକ ମାମଲାରେ ଦଫା କାଟିବାକୁ ନେଉଥିଲେ ୬ହଜାର ଟଙ୍କା
  • ||
  • ନବରଙ୍ଗପୁର : କୁନ୍ଦେଇ ସରପଞ୍ଚ ନିଲମ୍ବିତ, ଭାରତମାଳା ଯୋଜନାକୁ ବିରୋଧ କରିବାରୁ କାର୍ଯ୍ୟାନୁଷ୍ଠାନ
  • ||
  • ୨ ଦିନିଆ କନ୍ଧମାଳ ଗସ୍ତରେ ଶିଶୁ ସୁରକ୍ଷା ଅଧିକାର ଅଧ୍ୟକ୍ଷା
  • ||
  • ବ୍ରହ୍ମପୁର : ବ୍ରହ୍ମପୁର ଫାଷ୍ଟଗେଟ୍ ଅଞ୍ଚଳରୁ ଜଣଙ୍କ ମୃତଦେହ ଠାବ, ହତ୍ୟା ସନ୍ଦେହ
  • ||
  • ନୀଳଗିରି: ହାତୀ ଆତଙ୍କରେ ଅଞ୍ଚଳବାସୀ
  • ||
  • ମାଲକାନଗିରି : ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ, ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ
  • ||
  • କେନ୍ଦୁଝର : ବାଇକ୍ ଧକ୍କାରେ ଜଣେ ଗୁରୁତର, ମେଡିକାଲରେ ଭର୍ତ୍ତି
  • ||

କେନ୍ଦ୍ରାପଡ଼ା: କରୋନା ଯୋଦ୍ଧାମାନଙ୍କୁ ସମ୍ବର୍ଦ୍ଧିତ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

24/01/2021 at 10:29 PM

କେନ୍ଦ୍ରାପଡ଼ା ୨୪/୦୧: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର କେନ୍ଦ୍ରାପଡ଼ା ଠାରେ ପ୍ରଥମ ପର୍ଯ୍ୟାୟରେ କୋଭିଡ଼୍ ଟିକା ନେଇଥିବା ଜିଲ୍ଲାର କରୋନା ଯୋଦ୍ଧା ମାନଙ୍କୁ ସମ୍ବର୍ଦ୍ଧିତ କରିବା ସହ ଟିକା ନେଇଥିବା କୋରନା ଯୋଦ୍ଧା ମାନଙ୍କ ସ୍ୱାସ୍ଥ୍ୟବସ୍ଥା ଏବଂ ଅନୁଭୂତି ସମ୍ପର୍କରେ ଆଲୋଚନା କରିଛନ୍ତି । କୋଭିଡ଼୍ ଟିକା ପ୍ରସ୍ତୁତି ସହ ପ୍ରଥମ ଦଫାରେ ସଫେଇ କର୍ମଚାରୀ, ସ୍ୱାସ୍ଥ୍ୟକର୍ମୀ ତଥା କରୋନା ଯୋଦ୍ଧାମାନଙ୍କୁ ପ୍ରାଧାନ୍ୟ ଦେଇଥିବାରୁ କରୋନା ଯୋଦ୍ଧାମାନଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ ଦେଶରେ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ସଫଳ କୋଭିଡ୍ ମୁକାବିଲା କରିବା ପରେ ସମଗ୍ର ଭାରତବର୍ଷ ଓ ଓଡ଼ିଶା ସମେତ କେନ୍ଦ୍ରାପଡ଼ା ଜିଲ୍ଲାରେ ଥିବା ୮ ହଜାର ସଫେଇ କର୍ମଚାରୀ, ସ୍ୱାସ୍ଥ୍ୟକର୍ମୀ ତଥା କରୋନା ୱାରିୟର୍ସ ମାନଙ୍କ ପାଇଁ ମଧ୍ୟ ଭାରତ ସରକାର ଏ ସବୁ ଟିକା ମାଗଣାରେ ଉପଲବ୍ଧ କରାଇଛନ୍ତି ।

ସ୍ୱଦେଶୀ ଟିକା ପ୍ରସ୍ତୁତି ଏବଂ ପ୍ରଥମ ପର୍ଯ୍ୟାୟରେ ଏହା ଓଡ଼ିଶା ସମେତ ଭାରତବର୍ଷର ସବୁ ସ୍ଥାନରେ ପହଁଚିବା ପ୍ରଧାନମନ୍ତ୍ରୀଙ୍କ ଦୃଢ଼ ନେତୃତ୍ୱ ଓ ଇଚ୍ଛାଶକ୍ତି କାରଣରୁ ସମ୍ଭବ ହୋଇପାରିଛି । ମହାମାରୀ ସମୟରେ ଦେଶବାସୀଙ୍କ ସ୍ୱାସ୍ଥ୍ୟ ଓ ସୁରକ୍ଷାକୁ ଗୁରୁତ୍ୱ ଦେଇ ଉଦାହରଣ ତିଆରି କରିଥିବା ପ୍ରଧାନମନ୍ତ୍ରୀ ମୋଦିଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାଧୁବାଦ ଜଣାଇଛନ୍ତି ।

   Related Posts