Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୪ କ୍ବିଣ୍ଟାଲ ୬୦ କେଜି ଚନ୍ଦନ କାଠ ଜବତ: ଆନୁମାନିକ ମୂଲ୍ୟ ୭୦ ଲକ୍ଷ ଟଙ୍କାରୁ ଅଧିକ
  • ||
  • ଜଳେଶ୍ବର: ବିଶାଖା ଏଗ୍ରୋ ସୋରୁମ୍ ଆଗରେ ଚାଷୀମାନଙ୍କ ପକ୍ଷରୁ ଆମରଣ ଅନଶନ
  • ||
  • ଅପରାହ୍ନରେ ସ୍ଥଳଭାଗ ଛୁଇଁବ ‘ବୁରେଭି’ : କେରଳ-ତାମିଲନାଡୁର କିଛି ଜିଲ୍ଲାରେ ଛୁଟି ଘୋଷଣା, ବିମାନବନ୍ଦର ବନ୍ଦ
  • ||
  • ଜଗତପୁର : ଧାନ କଟାଳୀଙ୍କୁ ଶୁଣ୍ଢରେ କଚାଡି ମାରିଲା ହାତୀ
  • ||
  • ବାଲେଶ୍ବର ଓ ମୟୁରଭଞ୍ଜରେ ମୃଦୁ ଭୂକମ୍ପ ଝଟ୍‌କା ଅନୁଭୂତ
  • ||
  • ଆଜି ପ୍ରଥମ ଟି୨୦ : ଅଷ୍ଟ୍ରେଲିଆକୁ କଡା ଟକ୍କର ଦେବ ଭାରତ, ଓ୍ୱାର୍ଣ୍ଣରଙ୍କ ଅନୁପସ୍ଥିତିର ଫାଇଦା ନେବ ବିରାଟ ବାହିନୀ
  • ||
  • ଜି.ଉଦୟଗିରି : ନାବାଳିକା ଝିଅକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ଗିରଫ କଲା ପୋଲିସ
  • ||
  • ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ପ୍ରାଥମିକ ତଦନ୍ତରୁ ହତ୍ୟା ସନ୍ଦେହ
  • ||
  • ପୋଲିସ୍‌ ଏବଂ ଜୁଆ ଆଡ୍ଡା ମାଲିକଙ୍କ କଥାବାର୍ତ୍ତାର ଅଡିଓ କଲ ଭାଇରାଲ
  • ||
  • ହାଇଦ୍ରାବାଦ ମ୍ୟୁନିସିପାଲ କର୍ପୋରେସନ ନିର୍ବାଚନ : ଏବେସୁଦ୍ଧା ଆଗରେ ବିଜେପି, ପଛରେ ଟିଆରଏସ ଓ ଏଆଇଏମଆଇଏମ
  • ||

ବିଜେପି ନେତା ମଙ୍ଗୁଳି ଜେନାଙ୍କୁ ହତ୍ୟା ଘଟଣାରେ ନବୀନଙ୍କୁ ଧର୍ମେନ୍ଦ୍ରଙ୍କ ଆକ୍ଷେପ “ପ୍ରାର୍ଥୀଙ୍କୁ ସୁରକ୍ଷା ଦେଇପାରୁନାହାନ୍ତି ରାଜ୍ୟ ସରକାର “

15/04/2019 at 11:13 AM

ଭୁବନେଶ୍ୱର ୧୫/୪ : ଖୋର୍ଦ୍ଧାରେ ବିଜେପି ନେତା ମଙ୍ଗୁଳି ଜେନାଙ୍କୁ ଗୁଳି କରି ହତ୍ୟା ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ | ହତ୍ୟା ଘଟଣାକୁ ଅତ୍ୟନ୍ତ ଦୁଖଦ ଘଟଣା ବୋଲି କହିଛନ୍ତି ଧର୍ମେନ୍ଦ୍ର | ରାଜ୍ୟର ପ୍ରାର୍ଥୀଙ୍କୁ ରାଜ୍ୟ ସରକାର ସୁରକ୍ଷା ଦେଇପାରୁନାହାନ୍ତି ବୋଲି ଟ୍ୱିଟ କରିଛନ୍ତି ଧର୍ମେନ୍ଦ୍ର |

ସୂଚନାଯୋଗ୍ୟ ଯେ, ଗତକାଲି ବିଳମ୍ବିତ ରାତିରେ ଖୋର୍ଦ୍ଧା ବିଜେପି ମଣ୍ଡଳ ସଭାପତି ତଥା ବଡ଼ପୋଖରିଆର ପୂର୍ବତନ ସରପଂଚ ମଙ୍ଗୁଳି ଜେନାଙ୍କୁ ଗୁଳି କରି ହତ୍ୟା କରାଯାଇଛି | ଖୋର୍ଦ୍ଧା ନବୀନବାଗ ସ୍ଥିତ ବିଜେପି କାର୍ଯ୍ୟାଳୟ ସମ୍ମୁଖରେ ୨ ଜଣ ଦୁର୍ବୁର୍ତ୍ତ ଏକ ବାଇକରେ ଆସି ମଙ୍ଗୁଳିଙ୍କୁ ଗୁଳି କରି ଚାଲିଯାଇଥିଲେ | ଘଟଣାସ୍ଥଳରେ ମଙ୍ଗୁଳିଙ୍କ ମୃତ୍ୟୁ ହୋଇଛି | ମଙ୍ଗୁଳିଙ୍କୁ ଗୁଳି କରି ୨ ଦୁର୍ବୁର୍ତ୍ତ ଫେରାର ହୋଇଯାଇଥିଲେ |

୨୪ ଘଣ୍ଟା ମଧ୍ୟରେ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଆଜି ୬ ଘଣ୍ଟିଆ ଖୋର୍ଦ୍ଧା ବନ୍ଦ ଡାକରା ଦିଆଯାଇଛି | ଖରଡ଼ା ଆଦର୍ଶ ଥାନା ସମ୍ମୁଖରେ ବିଜେପି କର୍ମୀ ଏବଂ ସ୍ଥାନୀୟ ବାସିନ୍ଦା ଗଣ ଧାରଣା ଦେଇଛନ୍ତି |

   Related Posts