Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ଓଡିଶାବାସୀଙ୍କ ଦୁଃଖ ବେଳେ ଛିଡା ହେଲେ ଓ ସହାୟତାର ଭରସା ଦେଲେ: ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ଧର୍ମେନ୍ଦ୍ର

28/05/2021 at 6:43 PM

ଭୁବନେଶ୍ୱର, ୨୮।୦୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ I ବାତ୍ୟା ‘ୟାସ୍’ ପରିସ୍ଥିତିର ସମୀକ୍ଷା ଏବଂ ଆକାଶମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ ପରେ ଓଡିଶାକୁ ତତ୍‌କାଳୀନ ୫୦୦ କୋଟିର ସହାୟତା ଯୋଗାଇ ଦେବା ପାଇଁ ଘୋଷଣା କରାଯାଇଥିବାରୁ ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ସହାୟତା ରାଶି ରିଲିଫ୍ ଏବଂ ପୁନରୁଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିବ ବୋଲି କେନ୍ଦ୍ର ମନ୍ତ୍ରୀ ପ୍ରଧାନ ମତବ୍ୟକ୍ତ କରିଛନ୍ତି ।   

କେନ୍ଦ୍ରମନ୍ତ୍ରୀ  ପ୍ରଧାନ ପ୍ରଥମେ ପ୍ରଧାନମନ୍ତ୍ରୀଙ୍କ ସହ ସମୀକ୍ଷା ବୈଠକ ଏବଂ ପରେ ଆକାଶମାର୍ଗରୁ ବାତ୍ୟାଂଚଳ ପରିଦର୍ଶନ କରିବା ପରେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦୀ ବିପଦ ସମୟରେ ସବୁବେଳେ ଓଡ଼ିଶାର ଲୋକଙ୍କ ସାଥୀରେ ଦୃଢ଼ତାର ସହ ଠିଆ ହୋଇଛନ୍ତି । କେନ୍ଦ୍ର ସରକାର ଓଡ଼ିଶାରେ ବାତ୍ୟା ‘ୟାସ୍’ର ପ୍ରଭାବକୁ ହ୍ରାସ କରିବା ପାଇଁ ସବୁ ପ୍ରକାର ସାହାଯ୍ୟ କରିବେ । ବିପର୍ଯ୍ୟୟ ମୁକାବିଲା ପ୍ରସ୍ତୁତିକୁ ଅଧିକ ସୁଦୃଢ଼ କରାଯିବ ତଥା ବିପର୍ଯ୍ୟୟ ମୁକାବିଲା ନିମନ୍ତେ ଓଡ଼ିଶାକୁ ନିର୍ମାଣ କରାଯିବା ଦିଗରେ ଆମ ସରକାର ମିଳିତ ଭାବରେ କାର୍ଯ୍ୟ କରିବ ବୋଲି ପ୍ରଧାନମନ୍ତ୍ରୀ ମୋଦୀ ଆଶ୍ୱାସନା ଦେଇଛନ୍ତି ।   

ସମୀକ୍ଷା ବୈଠକରେ ବାତ୍ୟା ‘ୟଶ୍‌’ ଦ୍ୱାରା ଉତ୍ପନ୍ନ ହୋଇଥିବା ଆହ୍ୱାନର ମୁକାବିଲା ଏବଂ ସମାଧାନ ପାଇଁ କେନ୍ଦ୍ରୀୟ ଏବଂ ରାଜ୍ୟ ସଂସ୍ଥାନର ସକ୍ରିୟ ଭୂମିକା ଏବଂ ଓଡ଼ିଶାବାସୀଙ୍କ ଦୃଢ଼ ମନୋବଳ ଏବଂ ସାହାସକୁ ପ୍ରଧାନମନ୍ତ୍ରୀ ମୋଦୀ ପ୍ରଶଂସା କରିଛନ୍ତି । ବିଶେଷ ଭାବରେ ସବୁଠୁ ବିପଦ ସମୟରେ ସର୍ବଦା ଓଡ଼ିଶାର ଲୋକଙ୍କ ସହ ଦୃଢ଼ତାର ସହ ଠିଆ ହୋଇଛନ୍ତି । ଓଡ଼ିଶାର ବାତ୍ୟା ପ୍ରଭାବିତ ଅଂଚଳରେ ଜୀବନକୁ ସ୍ୱାଭାବିକ ସ୍ଥିତିକୁ ଫେରାଇ ଆଣିବା ପାଇଁ ଆମେ ସମସ୍ତେ ଉଦ୍ୟମ କରିବାକୁ ପ୍ରତିଶ୍ରୁତିବଦ୍ଧ ।

ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ଏବଂ ଅନୁଧ୍ୟାନ ପରେ ଓଡିଶାକୁ ୫୦୦ କୋଟିର ସହାୟତା ରାଶି ଘୋଷଣା କରାଯାଇଛି । ସେହିପରି ବାତ୍ୟା ‘ୟାସ’ ରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ପରିବାରକୁ ୨ ଲକ୍ଷ ଓ ଗୁରୁତର ଆହତଙ୍କୁ ୫୦ ହଜାର ଟଙ୍କାର ସହାୟତା ରାଶି ଘୋଷଣା କରାଯାଇଥିବା ବେଳେ ପ୍ରଭାବିତ ରାଜ୍ୟ ଗୁଡ଼ିକ ପାଇଁ ବାତ୍ୟାର କ୍ଷୟକ୍ଷତି ଆକଳନ ନିମନ୍ତେ ଅନ୍ତଃ ମନ୍ତ୍ରୀସ୍ତରୀୟ କମିଟି ମଧ୍ୟ ଗଠନ ହୋଇଛି । ମୁଁ ଦୃଢ଼ ନିଶ୍ଚିତ ଯେ ବିସ୍ତୁତ କ୍ଷୟକ୍ଷତିର ତଥ୍ୟ ଆସିବା ପରେ ଆବଶ୍ୟକ ବ୍ୟବସ୍ଥା କରିବା ପାଇଁ ରାଜ୍ୟ ସରକାରକୁ ଭାରତ ସରକାର ସମ୍ପୂର୍ଣ୍ଣ ସହଯୋଗ କରିବେ । ଓଡ଼ିଶାକୁ ପ୍ରାକୃତିକ ବିପର୍ଯ୍ୟୟରୁ ରକ୍ଷା କରିବା କରିବା ପାଇଁ ସରକାରଙ୍କ ମିଳିତ ଉଦ୍ୟମରେ ଯୋଜନା କରାଯିବ ବୋଲି ପ୍ରଧାନ ଟ୍ୱିଟ୍ କରିଛନ୍ତି ।

ଉଲ୍ଲେଖନୀୟ ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାରେ ବାତ୍ୟା ‘ୟାସ୍’ର ପ୍ରଭାବ ତଥା ପ୍ରଭାବିତ ଅଂଚଳରେ ରିଲିଫ୍‌, ପୁନରୁଦ୍ଧାର ଏବଂ ଜୀବନଜୀବିକାର ପୁନଃସ୍ଥାପନ କରିବା ପାଇଁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ ପ୍ରଥମେ ସମୀକ୍ଷା କରିଥିଲେ । ଏହା ପରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆକାଶ ମାର୍ଗରୁ ବାତ୍ୟା ପ୍ରଭାବିତ ଅଂଚଳ ଭଦ୍ରକ ଏବଂ ବାଲେଶ୍ୱର ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ ଥିଲେ । 

   Related Posts