Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସମ୍ବଲପୁର : ଆଜିଠାରୁ ୧୫ ଦିନ ସମ୍ବଲପୁର ବାର୍ ବନ୍ଦ, କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ନିଷ୍ପତ୍ତି
  • ||
  • ସୋର : ସରିଥିଲା ନିର୍ବନ୍ଧ, ହେଲେ ପଡିପାରିଲାନି ହାତଗଣ୍ଠି, ଶେଷରେ କାହିଁକି ଝୁଲିପଡିଲେ ଯୁବତୀ ?
  • ||
  • ବାରଙ୍ଗ : ନନ୍ଦନକାନନରୁ ଇନ୍ଦୋର ଯାଉଛନ୍ତି ୧୩ ଜୀବଜନ୍ତୁ, ଧଳା ବାଘୁଣୀ ଓ କଳା ବାଘ ସାମିଲ
  • ||
  • ସୋର : ରୂପା ରାଧାକୃଷ୍ଣ ମୂର୍ତ୍ତି ନେଇଗଲେ ଚୋର, ସୁନା-ରୂପା ଅଳଙ୍କାର ବି ଲୁଟ୍
  • ||
  • କଟକ : କୁମ୍ଭମେଳା ଫେରନ୍ତା ୧୩ଜଣ କରୋନା ପଜିଟିଭ୍, ରେଳ ଯାତ୍ରୀଙ୍କ ରିପୋର୍ଟ ଯାଞ୍ଚ କଡାକଡି
  • ||
  • ଆଠମଲ୍ଲିକ : ଜଳ ପ୍ରକଳ୍ପ ସ୍ଥାନାନ୍ତର ପ୍ରତିବାଦ, ଉପଜିଲ୍ଲାପାଳ ଅଫିସ ସମ୍ମୁଖରେ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ
  • ||
  • ପୁରୀ : ସ୍ବଳ୍ପ ସଂଖ୍ୟକ ବ୍ୟକ୍ତିଙ୍କୁ ନେଇ ହେବ ପୁରୀର ପ୍ରସିଦ୍ଧ ସାହିଯାତ, କୋଭିଡ୍ କଟକଣା ଉପରେ ରହିବ ନଜର
  • ||
  • ମାଲକାନଗିରି : ପୋଲିସ-ନକ୍ସଲ ଗୁଳିବିନମୟ : ଜଣେ ନିହତ, ମୁଣ୍ଡ ଉପରେ ୫ଲକ୍ଷ ଟଙ୍କାର ପୁରସ୍କାର
  • ||
  • ତେଲକୋଇ : ମହୁଲ ବୋଝେଇ ମିନିଟ୍ରକ୍ ଜବତ, ଜଣେ ଅଟକ
  • ||
  • ସ୍ବଳ୍ପ ସଂଖ୍ୟକ ବ୍ୟକ୍ତିଙ୍କୁ ନେଇ ହେବ ପୁରୀର ପ୍ରସିଦ୍ଧ ସାହିଯାତ, କୋଭିଡ୍ କଟକଣା ଉପରେ ରହିବ ନଜର
  • ||

ନବୀନଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପିଏମ୍ କିଷାନ ସମ୍ମାନ ନିଧି ଯୋଜନାରେ ଲୋଡିଲେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ

2/03/2021 at 8:16 AM

ଭୁବନେଶ୍ୱର, ୦୨|୦୩ :    ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାରେ ହସ୍ତକ୍ଷେପ ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି । ଓଡିଶାର ୪୦ ଲକ୍ଷ ୫୦ ହଜାର ଚାଷୀ ଯେପରି ଏହି ଯୋଜନାର ସମ୍ପୂର୍ଣ୍ଣ ଲାଭ ପାଇପାରିବେ ସେ ନେଇ ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖି ତାଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡିଛନ୍ତି କେନ୍ଦ୍ରମନ୍ତ୍ରୀ ।

ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପିଏମ କିଷାନ ନିଧି ଯୋଜନାରେ ଦେଶବ୍ୟାପୀ ସାଢେ ୭ କୋଟି ଚାଷୀଙ୍କୁ ସପ୍ତମ କିସ୍ତିରେ ୧୯ ହଜାର କୋଟି ଟଙ୍କା ପ୍ରଦାନ କରିଛନ୍ତି । ବିଭାଗୀୟ ତଥ୍ୟ ଅନୁସାରେ ଓଡିଶାର ୪୦.୫ ଲକ୍ଷ ଚାଷୀ ଅନ୍ତର୍ଭୃକ୍ତ ଅଛନ୍ତି । କିନ୍ତୁ ସପ୍ତମ କିସ୍ତିରେ ଓଡିଶାର ୨୪.୭ ଲକ୍ଷ ଚାଷୀ ୨ ହଜାର ଟଙ୍କା ଲେଖାଏଁ ପାଇଥିଲେ । ଷଷ୍ଠ କିସ୍ତିରେ ମଧ୍ୟ କମ୍ ଚାଷୀ ଯୋଜନାର ଲାଭ ପାଉଥିବା ଏବଂ କିଛି ଚାଷୀ ବଞ୍ଚିତ ହେଉଥିବା ଦେଖାଯାଇଛି ।

ଧର୍ମେନ୍ଦ୍ର ପତ୍ରରେ ଉଲ୍ଲେଖ କରିଛନ୍ତି ଯେ, ଓଡିଶାର ଚାଷୀ ଗ୍ରାମୀଣ ଅର୍ଥନୀତିର ମେରୁଦଣ୍ଡ । ରାଜ୍ୟ ଜନସଂଖ୍ୟାର ଦୁଇ ତୃତୀୟାଂଶ ଚାଷୀ, ଜିଡିପିର ଏକ ପଂଚମାଂଶରେ ଯୋଗଦାନ ରଖୁଛନ୍ତି । ଚାଷୀଙ୍କ ଆୟକୁ ଦ୍ୱିଗୁଣ କରିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରାଥମିକତାରେ ରହିଛି । ଭାରତ ସରକାର ଗତ ୬ ବର୍ଷରେ ଅନ୍ନଦାତାଙ୍କ ଉନ୍ନତି ପାଇଁ ଅନେକ ବଡ ସଂସ୍କାର ଅଣାଯାଇଛି । ପ୍ରଧାନମନ୍ତ୍ରୀ କିଷାନ ଯୋଜନା ଏହା ମଧ୍ୟରୁ ଅନ୍ୟତମ । ତେଣୁ ଓଡିଶାରେ ପିଏମ କିଷାନ ନିର୍ଦ୍ଦେଶାବଳୀର ଅନୁପାଳନକୁ ତୁରନ୍ତ ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ହସ୍ତକ୍ଷେପର ଆବଶ୍ୟକତା ରହିଛି । ଓଡିଶାର ଚାଷୀଙ୍କୁ ପିଏମ୍ କିଷାନ ଯୋଜନାରେ ସଠିକ୍ ଲାଭ ନମିଳିବା ଏବଂ କୋଭିଡ୍ ସମୟରେ ଚାଷୀଙ୍କୁ ପିଏମ କିଷାନ ଟଙ୍କାରୁ ବଂଚିତ କରିବା ଦୁଃଖଦାୟକ ବୋଲି ଧର୍ମେନ୍ଦ୍ର ପ୍ରଧାନ ଚିଠିରେ ଲେଖିଛନ୍ତି ।

   Related Posts